ମହାପ୍ରଭୁଙ୍କ ବାହୁଡା଼ ଯାତ୍ରାରେ ଦଳାଚକଟା ଘଟଣା । ଜଣେ ଶ୍ରଦ୍ଧାଳୁଙ୍କ ପ୍ରାଣହାନୀ ଓ ଅନେକ ଆହତ ହୋଇଥିବା ନେ଼ଇ ବିରୋଧୀ ଦଳର ମୁଖ୍ୟ ନବିନଙ୍କ ଶୋକ। ସେ ସୋସିଆଲ ମିଡିଆରେ ପୋଷ୍ଟ କରି କହିଛନ୍ତି ଯେ , ମହାପ୍ରଭୁଙ୍କ ବାହୁଡା଼ ଯାତ୍ରାରେ ଦଳାଚକଟା ଘଟଣା ବିଷୟ ରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମୃତକଙ୍କ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି।
କିନ୍ତୁ ରଥଯାତ୍ରା ସମୟରେ ବାରମ୍ବାର ଏଭଳି ଅଘଟଣ ଘଟୁଛି କଣ ପାଇଁ? ସରକାର ଏତେ ଖାମଖିଆଲି ଭାବେ କଣ ପାଇଁ କାମ କରୁଛନ୍ତି? ମହାପ୍ରଭୁଙ୍କ ନବଦିନାତ୍ମକ ଯାତ୍ରାକୁ ସୁରୁଖୁରୁରେ ସମାପନ କରିବାକୁ ସରକାର ଆଦୌ ଗୁରୁତ୍ୱର ସହ ଗ୍ରହଣ ନକରିବା ଅତ୍ୟନ୍ତ ଚିନ୍ତାଜନକ।
ଅନୁଭବ ହେଉଛି ଅତୀତର ତ୍ରୁଟିରୁ ଶିଖିବାର ମନୋବୃତ୍ତି ଏହି ସରକାରର ନାହିଁ। ଗୋଟିଏ ପରେ ଗୋଟିଏ ଅଘଟଣ ପ୍ରତିବର୍ଷ ରଥଯାତ୍ରା ସମୟରେ ଘଟୁଛି, ଲୋକଙ୍କ ଜୀବନ ଯାଉଛି, ରାଜ୍ୟ ବଦନାମ ହେଉଛି କିନ୍ତୁ ସରକାରଙ୍କ କାର୍ଯ୍ୟଶୈଳୀରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ। ଭୁଲରୁ ଶିଖିବା ପରିବର୍ତ୍ତେ ସବୁକିଛି କାମଚଳା ନୀତିରେ କରାଗଲା ଭଳି ଅନୁଭବ ହେଉଛି।ସୁନାବେଶ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଘୋଷଯାତ୍ରାର ଦେବନୀତି କିଭଳି ବିନା କୌଣସି ବିଭ୍ରାଟରେ ଶେଷ ହେବ ସରକାର ସେଥିପ୍ରତି ବିଶେଷ ଯତ୍ନବାନ ହୁଅନ୍ତୁ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଶ୍ରଦ୍ଧାଳୁ ଅକାଳରେ ପ୍ରାଣ ନହରାନ୍ତୁ। ସୂଚନାମୁତାବକ ଶ୍ରୀଗୁଣ୍ଡିଚା ଯାତ୍ରା ରେ ମଧ୍ୟ ଏହିଭଳି ଦଳାଚକଟା ଘଟଣା ଘଟିଥିଲା। ଏଥିରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେକେ ଅନେକ ଗୁରୁତର ଆହତ ହେଇଥିଲେ। ଏଥି ପାଇଁ ରାଜ୍ୟ ସରକାର ମୃତ ପରିବାରଙ୍କୁ ୧୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ଘୋଷଣା କରିଥିଲେ।
