ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି :୧୨ ଜଣଙ୍କ ପାଇଁ ୬.୧୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର

ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସକାଳେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୬ଜଣ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।ମୁଖ୍ୟମନ୍ତ୍ରୀ ସକାଳେ ପ୍ରଥମେ ଆସି ବାହାରେ ଅପେକ୍ଷା କରିଥିବା ଦିବ୍ୟାଙ୍ଗ ଓ ଦୂରାରୋଗ୍ୟରେ ପୀଡ଼ିତ ଲୋକମାନଙ୍କୁ ଭେଟି ସେମାନଙ୍କ ସମସ୍ୟା ଶୁଣିଥିଲେ। ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ତୁରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀ ମାନଙ୍କ ଅଭିଯୋଗ ଶୁଣିଥିଲେ।ବିଭିନ୍ନ ଦୁରାରୋଗ୍ୟ ରୋଗରେ ପୀଡ଼ିତ ପ୍ରାୟ ୧୨ ଜଣଙ୍କ ପାଇଁ ଆଜି ମୁଖ୍ୟମନ୍ତ୍ରୀ ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମ ଜରିଆରେ ୬.୧୫ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ରାଶି ମଞ୍ଜୁର କରିଛନ୍ତି।ଆଜି ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ଜରିଆରେ ୭୦୦ରୁ ଉର୍ଦ୍ଧ୍ୱ ଅଭିଯୋଗ ପତ୍ର ଗ୍ରହଣ କରାଯାଇଛି।

ଅଧିକ ପଢନ୍ତୁ