ଓଡ଼ିଶାରେ ବନ୍ୟାର ବିଭୀଷିକା: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କଲେ ନବୀନ

ଲଗାଣ ବର୍ଷା ଯୋଗୁଁ ସାରା ରାଜ୍ୟରେ ବନ୍ୟା ସ୍ଥିତି ଦେଖା ଦେଇଛି। ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ହେଲେ ରାଜ୍ୟ ସରକାର ବନ୍ୟା ପରିସ୍ଥିତିକୁ ମୁକାବିଲା କରିବାରେ ବିଫଳ ହୋଇଛନ୍ତି। । ରାଜ୍ୟର ଅଧିକାଂଶ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ଶହ ଶହ ଗାଁ ଜଳବନ୍ଦୀ ହୋଇପଡ଼ିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଢେଙ୍କାନାଳ ଏବଂ ସମ୍ବଲପୁର ଭଳି ପ୍ରମୁଖ ଜିଲ୍ଲାଗୁଡ଼ିକରେ ଜନଜୀବନ ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି । ଅନେକ ସ୍ଥାନରେ ବନ୍ୟା ଜଳରେ ଘରଦ୍ୱାର ଭାସିଯିବା ସହ ଏକାଧିକ ନିରୀହ ଲୋକ ପ୍ରାଣ ହରାଇଥିବା ଖବର ସମଗ୍ର ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି । ତେବେ ଏପରି ଏକ ଜରୁରୀକାଳୀନ ପରିସ୍ଥିତିରେ ଲୋକଙ୍କ ପାଖରେ ଛିଡ଼ା ହେବା ବଦଳରେ ସରକାରୀ ଅବହେଳାକୁ ନେଇ ଏବେ ଗମ୍ଭୀର ଅଭିଯୋଗ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସବୁ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲାରେ ‘ପ୍ରତିଟି ଜୀବନ ମୂଲ୍ୟବାନ’ ହେଉଛି ଓଡ଼ିଶାର ମନ୍ତ୍ର। ଏହି ମନ୍ତ୍ରରେ ସବୁ ବିପର୍ଯ୍ୟୟର ଦୃଢ଼ ମୁକାବିଲା କରି ଓଡ଼ିଶା ସାରା ବିଶ୍ୱରେ ସୁନାମ ଅର୍ଜନ କରିଥିଲା। ହେଲେ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ନ କରି ଲୋକେ ନିର୍ବାଚିତ କରିଥିବା ପ୍ରତିନିଧିମାନେ ଲୋକଙ୍କ ହାତ ଛାଡ଼ିଦେବା ସଭିଙ୍କୁ ଆଶ୍ଚର୍ଯ୍ୟ କରୁଛି। ଏପରି ଗମ୍ଭୀର ସ୍ଥିତିରେ ସରକାର ସମ୍ବେଦନହୀନ ନ ହୋଇ ଲୋକଙ୍କ ସହିତ ଛିଡ଼ା ହୁଅନ୍ତୁ, ଲୋକଙ୍କୁ ସୁରକ୍ଷା ଦିଅନ୍ତୁ ବୋଲି ନବୀନ ପଟ୍ଟନାୟକ କହିଛନ୍ତି।

ଅଧିକ ପଢନ୍ତୁ