ରାଜ୍ୟରେ ଏବେ ବଡ଼ ବର୍ଷା ସମ୍ଭାବନା ନାହିଁ । ତେବେ ଅଗଷ୍ଟ ୨ ତାରିଖବେଳକୁ ବର୍ଷା ପରିମାଣ ସାମାନ୍ୟ ବୃଦ୍ଧି ପାଇବ। ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବିଶେଷ କରି ଦକ୍ଷିଣ ଓଡ଼ିଶାର କେତେକ ଜାଗାରେ ପ୍ରବଳ ବର୍ଷା ହୋଇପାରେ। ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ, ଶୁକ୍ରବାର ରାଜ୍ୟର କେତେକ ଜିଲାରେ ଝଡ଼ବର୍ଷା ଲାଗି ରହିବ। ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।
