ରାଜ୍ୟ କ୍ୟାବିନେଟ ବୈଠକ, ୬ଟି ବିଭାଗର ୧୧ ଟି ପ୍ରସ୍ତାବ ଅନୁମୋଦନ

ରାଜ୍ୟ ମନ୍ତ୍ରିମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୬ଟି ବିଭାଗ ସମ୍ବନ୍ଧୀୟ ମୋଟ ୧୧ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ସେଗୁଡ଼ିକୁ ଅନୁମୋଦନ ଦିଆଯାଇଛି। ରାଜ୍ୟର ବିକାଶ, ପ୍ରଶାସନିକ ଦକ୍ଷତା ବୃଦ୍ଧି ଏବଂ ଜନସାଧାରଣଙ୍କୁ ଅଧିକ ସୁବିଧା ଯୋଗାଇବା ଲକ୍ଷ୍ୟରେ ଏହି ପ୍ରସ୍ତାବଗୁଡ଼ିକୁ କ୍ୟାବିନେଟର ସବୁଜ ସଙ୍କେତ ମିଳିଛି। ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି ) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ ଟି ଅନୁମୋଦନ କରାଯାଇଛି।

ଅଧିକ ପଢନ୍ତୁ