ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ପ୍ରସ୍ତୁତି ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଏହା ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ତେବେ ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗିର ଅସଲ ସମୟ ଧାର୍ଯ୍ୟ ହେବ ।ଏହି ବିଶେଷ ନୀତି ପାଇଁ ସନ୍ଧ୍ୟା୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ।
