ଆସନ୍ତା ୨୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ। ୨୫ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି। ଏହା ଆଗରୁ ବର୍ଷା ପରିମାଣ ବଢ଼ିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଜାରି ହୋଇଛି ଅରେଞ୍ଜ୍ ୱାର୍ଣ୍ଣିଂ । ଏହା ସହ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗିରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବର୍ଷା ସହ ବଜ୍ରପାତ ଓ ଝଟକା ପବନର ଆଶଙ୍କା ମଧ୍ୟ ରହିଛି ।ଝାଡ଼ଖଣ୍ଡ ଓ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଭାଗରେ ରହିଥିବା ଅବପାତ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଅଗ୍ରସର ହେଉଛି। ଆସନ୍ତା ୨୪ ଘଣ୍ଟାରେ ଏହା ଦୁର୍ବଳ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପକୁ ଖସିଯିବ। କ୍ରମଶଃ ଏହା ଦୁର୍ବଳ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
