ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ପାଠପଢ଼ା ୬ ମାସ ପର୍ଯ୍ୟନ୍ତ ମାଗଣା ! SC&ST ବର୍ଗଙ୍କ ପାଇଁ ଆଶ୍ୱସ୍ତି

ରାଜ୍ୟ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ଆଡମିଶନ୍ ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମେଧାବୀ ଗରିବ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଡମିଶନ୍ ସମୟରେ ଏବଂ ଆଡମିଶନର ୬ ମାସ ପର୍ଯ୍ୟନ୍ତ କୌଣସି ଫି ଜମା କରିବାକୁ ପଡ଼ିବ ନାହିଁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ନିଷ୍ପତ୍ତି ଏହି ବର୍ଗର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଆଶ୍ୱସ୍ତି ଆଣିଛି ।ଏହି ଛାତ୍ରଛାତ୍ରୀମାନେ ସାଧାରଣତଃ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଠାରୁ ବିଭିନ୍ନ ବୃତ୍ତି ପାଇଥାନ୍ତି । ତେବେ ଏହି ବୃତ୍ତି ଅର୍ଥ ପାଇବାର ପ୍ରକ୍ରିୟା ଶେଷ ହୋଇ ଟଙ୍କା ପାଇବା ବେଳକୁ ୩-୪ ମାସ ଲାଗିଥାଏ । ତେଣୁ ବର୍ତ୍ତମାନ ଏହି ବର୍ଗର ଛାତ୍ରଛାତ୍ରୀମାନେ ସେମାନଙ୍କ ବୃତ୍ତି ଟଙ୍କା ପାଇବା ପରେ ସୁବିଧାରେ ସେମାନଙ୍କ ଆଡମିଶନ୍ ଓ ଟ୍ୟୁସନ ଫି ଜମା କରିପାରିବେ । ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ଖୁବ୍ ଶୀଘ୍ର ଏକ ମାର୍ଗଦର୍ଶିକା ଜାରି କରାଯିବା ନେଇ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ