କୃଷକଙ୍କ ପାଇଁ ବଡ଼ ଖବର, କାଲି ଖାତାକୁ ଆସିବ CM-KISANର ପଞ୍ଚମ କିସ୍ତି

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ‘ସିଏମ୍ – କିସାନ୍’ (ରବି ୨୦୨୬-୨୭) ଯୋଜନା ଅନ୍ତର୍ଗତ ଆର୍ଥିକ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମ ଆସନ୍ତାକାଲି ପ୍ରଦାନ କରାଯିବ।ଭୁବନେଶ୍ବରରେ ଆର୍ଥିକ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ହିତାଧିକାରୀଙ୍କ ଆକାଉଣ୍ଟକୁ ଡିବିଟିରେ ଯିବ ୮୩୩ କୋଟିରୁ ଉର୍ଦ୍ଧ ଟଙ୍କା । ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ ।ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେବେ। ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀ ଗଣ ଯୋଗଦେଇ ସିଏମ୍-କିଷାନ କିସ୍ତି ପ୍ରଦାନ କରିବେ।

ଅଧିକ ପଢନ୍ତୁ