
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ପୁରୁଣା ସହର ସ୍ଥିତ ପ୍ରସିଦ୍ଧ ବିଜେ ମା’ ଦକ୍ଷିଣକାଳୀ ମନ୍ଦିରର ଉନ୍ନତିକରଣ ନିମନ୍ତେ ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି।
ପ୍ରାପ୍ତ ସୂଚନା ଅନୁଯାୟୀ, ମନ୍ଦିରର ସର୍ବାଙ୍ଗୀନ ବିକାଶ ପାଇଁ ମା’ ଦକ୍ଷିଣକାଳୀ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଅନୁରୋଧ କରାଯାଇଥିଲା। କନ୍ଧମାଳର ପୂର୍ବତନ ସାଂସଦ ତଥା ନୟାଗଡ଼ ରାଜ ପରିବାରର ସଦସ୍ୟା ରାଣୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂଙ୍କ ସ୍ୱତନ୍ତ୍ର ଉଦ୍ୟମ ଓ ଆଗ୍ରହକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପାଣ୍ଠିରୁ ୪୦ ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁର ହୋଇଛି। ଏହି ଅବସରରେ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଆନୁଷ୍ଠାନିକ ଭାବେ ସମ୍ପାଦିତ ହୋଇଛି।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଣୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଯୋଗଦେଇ ନିଜ କରକମଳରେ ଏହି ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ ଏବଂ ମନ୍ଦିର ପରିଚାଳନା କମିଟିର ସଭାପତି ପ୍ରମୋଦ ପଟ୍ଟନାୟକଙ୍କ ସମେତ କିଷାନ ଦାସ, ପ୍ରଦୀପ୍ତ ଆଚାର୍ଯ୍ୟ, କୁନା ସାହୁ, ବଳଭଦ୍ର ପାତ୍ର, କମଳ ପଟ୍ଟନାୟକ ପ୍ରମୁଖ ବହୁ କର୍ମକର୍ତ୍ତା ଓ ଗ୍ରାମବାସୀ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ।
