ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଉତ୍ତର ଥାଇଲ୍ୟାଣ୍ଡ ଉପରେ ଥିବା ଘୂର୍ଣ୍ଣିବଳୟ ଉତ୍ତର ଆଣ୍ଡାମାନ ସାଗରରେ ପ୍ରବେଶ କରିବା ପରେ, ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବ। ଏହା ସହିତ ଆଜିଠାରୁ ଦେଶରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଛି । ତେବେ ବର୍ତ୍ତମାନ କେବଳ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଛି । ଏହା ଆଗକୁ କେତେ ଶକ୍ତିଶାଳୀ ହେବ ? ଅବପାତ ବା ବାତ୍ୟାର ରୂପ ନେବ କି ନାହିଁ, ସେନେଇ IMD ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ନିଶ୍ଚିତ ପୂର୍ବାନୁମାନ କରାଯାଇନାହିଁ ।
ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିପରି ବିଜୁ ଳି, ଘଡ଼ଘଡ଼ି ପାଇଁ ସାରା ଓଡ଼ିଶାକୁ ରହିଛି ୟେଲୋ ଆଲର୍ଟ । କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ।
