MMDR ସଂଶୋଧନ ଆଇନ ବିରୋଧ; ଆସନ୍ତା ୨୮ରେ ବିଧାନସଭା ସମ୍ମୁଖରେ ବିଶାଳ ବିକ୍ଷୋଭ ସଭା କରିବ ବିଜେଡି

ଏମଏମଡିଆର ସଂଶୋଧନ ଆଇନ କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ହେବା ପରେ, ଏହାକୁ ତୀବ୍ର ବିରୋଧ କରି ଆସୁଥିବା ବିଜୁ ଜନତା ଦଳ ଏହି କଳା ଆଇନର ପ୍ରତ୍ୟାହାର ଦାବିରେ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି । ଆସନ୍ତା ସେପ୍ଟେମ୍ୱର ୨୮ ତାରିଖରେ, ବିଜୁ ଜନତା ଦଳ ତରଫରୁ ଲୋୟର ପିଏମଜିରେ ଏକ ବିଶାଳ ଗଣ ବିକ୍ଷୋଭ ସଭା କାର୍ଯ୍ୟକ୍ରମ ଆୟୋଜିତ ହେବ ଓ ଏଥିରେ ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି ।ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଶ୍ରୀ ଦେବୀ ପ୍ରସାଦ ମିଶ୍ର, ଉପସଭାପତି ଶ୍ରୀ ପ୍ରତାପ ଜେନା, ବିଧାୟଜ ଡ. ଅରୁଣ କୁମାର ସାହୁ, ପୂର୍ବତନ ମନ୍ତ୍ରୀ ତଥା ପିଏସି ସଦସ୍ୟ ଶ୍ରୀ ସୁଦାମ ମାରାଣ୍ଡି ଓ ବରିଷ୍ଠ ସାଧାରଣ ସମ୍ପାଦକ ପ୍ରୀତି ରଞ୍ଜନ ଘଡ଼ାଇ ଏମଏମଡିଆର ସଂଶୋଧନ ଆଇନ ଏକ କଳା ଆଇନ ବୋଲି କହିବା ସହିତ ଏହାର ପ୍ରତ୍ୟାହାର ଦାବିରେ ବିଜେଡି ରାଜ୍ୟବ୍ୟାପୀ ଆନେ୍ଦାଳନ କରିବ ବୋଲି ସୂଚନା ଦେଇଛନ୍ତି ।

ଅଧିକ ପଢନ୍ତୁ