ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ ଦହଗଞ୍ଜ କରୁଛି।ବୁଧବାର ଓ ଗୁରୁବାର ଝଡ଼ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଆଉ ଦୁଇଦିନ ପରେ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି।
