୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ଫିଙ୍ଗିବାରୁ ଜଣେ ଯୁବକଙ୍କୁ ଥାନାରେ ଅଟକ 

ବେଲଗୁଣ୍ଠା ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନଙ୍କ ଉପରକୁ ଟମାଟୋ ଫିଙ୍ଗିବାରୁ ଜଣେ ଯୁବକଙ୍କୁ ଥାନାରେ ଅଟକ ରଖାଯାଇଛି। ସଂପୃକ୍ତ ଯୁବକ ଜଣଙ୍କ କଂଗ୍ରେସ ଦଳର ହୋଇଥିବା ସୂଚନା ମିଳିଛି। ସୂଚନାନୁଯାୟୀ, ଅପରାହ୍ନରେ ୫ଟି ଅଧ୍ୟକ୍ଷ ପାଣ୍ଡିଆନ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବେଲଗୁଣ୍ଠାରେ ଓହ୍ଲାଇଥିଲେ। ସେଠାରୁ କାର୍ଯ୍ୟକ୍ରମସ୍ଥଳକୁ ଯିବା ବେଳେ ହଠାତ୍‌ ଜଣେ ଯୁବକ ପଶି ଆସି ତାଙ୍କୁ ଟମାଟୋ ଫିଙ୍ଗିଥିଲେ।

ଉପସ୍ଥିତ ସୁରକ୍ଷୀ କର୍ମୀ ଓ ପୋଲିସ ସଂପୃକ୍ତ ଯୁବକଙ୍କୁ କାବୁ କରି ନେଇଥିଲେ। ପରେ ପୋଲିସ ଯୁବକଙ୍କୁ ଉଦ୍ଧାର କରି ଥାନାକୁ ନେଇଛି। କିନ୍ତୁ ଏହାର ପଛର କାରଣ କଣ ଏପର୍ଯ୍ୟନ୍ତ ଜଣା ପଡି ନାହିଁ |

ଅଧିକ ପଢନ୍ତୁ

kc ads