ରାଜ୍ୟ ବିକାଶକୁ ନୂଆ ଦିଗ ଦେବା ପାଇଁ ଶେଷ ହୋଇଛି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ! ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟବାସୀଙ୍କ ହିତ ଉଦ୍ଦେଶ୍ୟରେ ନିଆଯାଇଛି ଏକାଧିକ ବଡ଼ ପଦକ୍ଷେପ ।କ୍ୟାବିନେଟ ବୈଠକରେ ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗ ର ୨ଟି,ଶିଳ୍ପ ବିଭାଗର ୧ଟି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ର ୧ଟି, ଅର୍ଥ ବିଭାଗ ର ୧ଟି, ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ର ୧ଟି, ଜଳ ସମ୍ପଦ ବିଭାଗର ୩ଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୩ ଟି, ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ୧ଟି ଏବଂ ଗୋଟିଏ ପ୍ରସ୍ତାବ ସପ୍ତଦଶ ଓଡ଼ିଶା ବିଧାନସଭାର ସପ୍ତମ ଅଧିବେଶନ ର ସତ୍ରାବସାନ ସମ୍ପର୍କିତ ଏହିପରି ମୋଟ ୧୧ଟି ବିଭାଗର ୧୬ ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
