ଆଣ୍ଡାମାନ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ବୁଧବାର ସକାଳୁ ଦୁର୍ବଳ ହୋଇଯାଇଛି। ଘୂର୍ଣ୍ଣିବଳୟଟି ୧୩ ତାରିଖରେ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲାବେଳେ ତାହା ଦୁର୍ବଳ ହୋଇଯାଇଛି। ସେହିପରି ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ରେ ହାଲୁକା ବର୍ଷା ହେବ । ୧୬ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନ ସମେତ ଉପକୂଳ ଓଡ଼ିଶାର କାଁ ଭାଁ ସ୍ଥାନରେ ବର୍ଷା ହୋଇପାରେ ।
୧୭ ଓ ୧୮ ତାରିଖରେ ଦକ୍ଷିଣ ଓଡ଼ିଶାର ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
