ହରେକୃଷ୍ଣପୁର କ୍ଲଷ୍ଟରରେ ‘ସୁରଭି’ ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ହରେକୃଷ୍ଣପୁର କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି’ ପାଟଚଣ୍ଡୀ ପ୍ରସାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉଭୟ ଜୁନିୟର, ସବ ଜୁନିଅର ଏବଂ ସିନିୟର ବିଭାଗରୁ ମୋଟ ୧୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସାଧାରଣ ଜ୍ଞାନ,କୁଇଜ,ତର୍କ ବକ୍ତୃତା, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ପ୍ରବନ୍ଧ, ଦେଶତ୍ମବୋଧ ସଙ୍ଗୀତ,ସୁନ୍ଦର ହସ୍ତାକ୍ଷର ଲିଖନ ତଥା ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ତଥା ନୃତ୍ୟ ଆଦିରେ ଅଂଶ ଗ୍ରହଣ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବଳରାମ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ବିଭିନ୍ନ ପ୍ରତିଯୋଗିତାର ବିଚାରକ ଭାବରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ,ବରିଷ୍ଠ ଶିକ୍ଷକ ଲକ୍ଷ୍ମୀଧର ସାହୁ  ଏବଂ ଶିକ୍ଷକ ରାଜେଶ କୁମାର ମିଶ୍ର ବିଚାରକ ଭାବେ ଯୋଗଦାନ କରି ପ୍ରତିଭା ମାନଙ୍କୁ ଚୟନ କରିଥିଲେ।

ଶେଷରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ଅତିଥି ଭାବରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଧନେଶ୍ୱର ସେଠି ଏବଂ ସଞ୍ଜୟ ମଲ୍ଲିକ ଯୋଗଦାନ କରି ପିଲାମାନଙ୍କୁ ପୁରସ୍କାର ବିତରଣ କରିଥିଲେ। ଶିକ୍ଷକ ଅଶୋକ ମଲ୍ଲ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସିଆରସିସି ରବୀନ୍ଦ୍ର କୁମାର ବେହେରା କାର୍ଯ୍ୟକ୍ରମ ତଦାରଖ ଏବଂ ପରିଚାଳନା କମିଟି ସଭାପତି ପ୍ରଶାନ୍ତ କୁମାର ବଳିୟାରସିଂ, ପୂର୍ବତନ ସଭାପତି ସୁମନ୍ତ ନାୟକ ତଥା ବିଦ୍ୟାଳୟର ଶିକ୍ଷକ ଶରତ କୁମାର ସାମନ୍ତରାୟ,କୁବେର ସାହୁ, ଅର୍ଜୁନ ସାହୁ,ସୁଶ୍ରୀ ସଂଗୀତା ପ୍ରଧାନ ଏବଂ ପରିଚାଳନା କମିଟି ସଦସ୍ୟ ମାନେ ସହଯୋଗ କରିଥିଲେ।

ଅଧିକ ପଢନ୍ତୁ