ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, ଆକାଶମାର୍ଗରୁ ଦେଖିବେ କ୍ଷୟକ୍ଷତି!

ଆଜି ଆକାଶ ମାର୍ଗରୁ ଗଞ୍ଜାମ, ଗଜପତିର ସ୍ଥିତି ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାଥୀରେ ରହିବେ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସ୍ଥିତି ଅନୁଧ୍ୟାନ ପାଇଁ ଖୁବଶୀଘ୍ର କେନ୍ଦ୍ରୀୟ ଟିମ୍ ମଧ୍ୟ ଗଞ୍ଜାମ, ଗଜପତି ଜିଲ୍ଲା ଗସ୍ତରେ ଆସିବେ ।ବାତ୍ୟା ଅର୍ଣ୍ଣବ ଆନ୍ଧ୍ରପ୍ରଦେଶରେ ଲ୍ୟାଣ୍ଡଫଲ୍‌ କରିଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ଛାଡ଼ିଯାଇଛି ବ୍ୟାପକ କ୍ଷୟକ୍ଷତିର ଚିହ୍ନ। ବାତ୍ୟା ପ୍ରଭାବରେ ହୋଇଥିବା ଲଗାଣ ବର୍ଷାରେ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପୁଜିବା ସହ ଜନଜୀବନ ପ୍ରଭାବିତ ହୋଇଛି । ଅନ୍ୟପଟେ ଗଜପତି ଓ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂସ୍ଖଳନ ମଧ୍ୟ ହୋଇଛି । ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ ଓ ଆକାଶମାର୍ଗରୁ କ୍ଷୟକ୍ଷତି ଅନୁଧ୍ୟାନ ଉପରେ ରହିଛି ନଜର

ଅଧିକ ପଢନ୍ତୁ