ରାଷ୍ଟ୍ରୀୟ ଏକତା ଦିବସ ପାଳନ ଅବସରରେ ଶପଥ ପାଠ


ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ସଦଭାବନା ସଭାଗୃହ ଠାରେ ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଏକ ଶପଥପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ମାନନୀୟା ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ଉପସ୍ଥିତ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଦେଶର ଏକତା, ଅଖଣ୍ଡତା ଓ ସୁରକ୍ଷା ବଜାୟ ରଖିବା ନିମନ୍ତେ ନିଜକୁ ସମର୍ପଣ କରିବା ସହ ଦେଶର ଏକତା ଓ ଭାଇଚାରାକୁ ସୁଦୃଢ଼ କରିବା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ସେନାପତି ପରିଚାଳନା କରିଥିଲେ ।

ଅଧିକ ପଢନ୍ତୁ