ମୁଖ୍ୟମନ୍ତ୍ରୀଙ୍କ ଚିଠି ଲେଖିଲେ ବିରୋଧୀ ଦଳ ନେତା । ଗଞ୍ଜାମ ବନ୍ୟାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ବିପର୍ଯ୍ୟୟର ମୁକାବିଲାରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ବର୍ଷିଛନ୍ତି ବିରୋଧୀ ଦଳ ନେତା । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବିପନ୍ନଙ୍କୁ ତୁରନ୍ତ ରିଲିଫ୍ ଓ ଥଇଥାନ ପାଇଁ ଦାବି କରିଛନ୍ତି ।ଗଞ୍ଜାମ ବନ୍ୟା ପ୍ରପୀଡ଼ିତଙ୍କ ପାଇଁ ତୁରନ୍ତ ରିଲିଫ୍ ଓ ଥଇଥାନ ପାଇଁ ଦାବି । IMD ପକ୍ଷରୁ ଅକ୍ଟୋବର ୨୩ରୁ ବାତ୍ୟା ସତର୍କ ସୂଚନା ମିଳିଥିଲେ ମଧ୍ୟ ଡ୍ୟାମ୍ ଜଳ ଆଗୁଆ ଛଡ଼ାଯାଇ ନଥିଲା । ପ୍ରବଳ ବର୍ଷା ପରେ ଜଳ ଛଡ଼ାଯିବାରୁ ବନ୍ୟା ଅଧିକ ଭୟଙ୍କର ହୋଇଥିଲା । ଗେଟ୍ ଖୋଲିବା ଆଗରୁ ଲୋକଙ୍କୁ ପର୍ଯ୍ୟାପ୍ତ ସତର୍କ ସୂଚନା ଦିଆଯାଇ ନଥିବା ଲୋକେ ଅଭିଯୋଗ କରିଛନ୍ତି ବୋଲି ନବୀନ ଲେଖିଛନ୍ତି ।ବନ୍ୟା ପରିଚାଳନାରେ ପଞ୍ଚାୟତ ସ୍ତରର ଲୋକପ୍ରତିନିଧି ଓ ମହିଳା ସଂଗଠନଗୁଡ଼ିକର ଭୂମିକାକୁ ଅଣଦେଖା କରାଯାଇଥିବା ନବୀନ ଅଭିଯୋଗ କରିଛନ୍ତି। ବିଶେଷକରି ସରପଞ୍ଚ ଓ ମିଶନ ଶକ୍ତି ଗୋଷ୍ଠୀକୁ ଉପଯୁକ୍ତ ଭାବେ ସାମିଲ କରାନଯିବାରୁ ଗୋଷ୍ଠୀଭିତ୍ତିକ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ଦୁର୍ବଳ ହୋଇଥିବା ସେ କହିଛନ୍ତି।ତେଣୁ ବନ୍ୟା ପ୍ରଭାବିତ ଲୋକଙ୍କୁ ତୁରନ୍ତ ରିଲିଫ୍ ଯୋଗାଇବା, କ୍ଷତିଗ୍ରସ୍ତ ପରିବାରଙ୍କ ଥଇଥାନ ଏବଂ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବାକୁ ନବୀନ ଦାବି କରିଛନ୍ତି।
