୧୪ ତାରିଖ ପର୍ଯ୍ୟନ୍ତ ଯୁକ୍ତ ୨ ଫର୍ମ ପୂରଣ ଅବଧି ବଢ଼ାଇଲା CHSE

ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE)। ଫଳରେ ଫର୍ମ ପୂରଣ କରିବାକୁ ଅପେକ୍ଷାରେ ଥିବା ଛାତ୍ରଛାତ୍ରୀଙ୍କୁ ଆଉ କିଛି ଦିନ ସମୟ ମିଳିଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିହେବ ବୋଲି ପରିଷଦ ପକ୍ଷରୁ ସମୟସୀମା ବୃଦ୍ଧି କରାଯାଇଛି।କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷା ବିଭାଗର ଛାତ୍ରଛାତ୍ରୀଙ୍କ ପାଇଁ ଏହି ସୁଯୋଗ ରହିଛି। ପୂର୍ବରୁ ଫର୍ମ ପୂରଣର ଶେଷ ତାରିଖ ଆଜି ରହିଥିଲା। ତେବେ ରାଜ୍ୟରେ ବାତ୍ୟା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି CHSE ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ଅଧିକ ପଢନ୍ତୁ