ବାଲିଯାତ୍ରା ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରାର ଉଦ୍‌ଘାଟନୀ ଉତ୍ସବରେ ଯୋଗଦେବେ ଦେଶର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୨୪ ତାରିଖ ସନ୍ଧ୍ୟାରେ ରାଷ୍ଟ୍ରପତି କଟକରେ ପହଞ୍ଚି ବାଲିଯାତ୍ରା ମହୋତ୍ସବର ଆନୁଷ୍ଠାନିକ ଉଦ୍‌ଘାଟନ କରିବେ। ରାଷ୍ଟ୍ରପତିଙ୍କ ଏହି ଗସ୍ତ ସମ୍ପର୍କରେ କଟକ ଜିଲ୍ଲାପାଳ ସୂଚନା ଦେଇଛନ୍ତି।ପ୍ରକାଶଯୋଗ୍ୟ ଯେ, ଚଳିତ ବର୍ଷ ନଭେମ୍ବର ୨୪ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଏହି ବାଲିଯାତ୍ରା ଚାଲିବ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଓ ପୋଲିସ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।ପ୍ରାଚୀନ କାଳରେ ଓଡ଼ିଆ ସାଧବମାନେ ବୋଇତରେ ସୁଦୂର ଇଣ୍ଡୋନେସିଆ, ଜାଭା, ସୁମାତ୍ରା ଓ ବାଲି ଆଦି ଦେଶକୁ ବାଣିଜ୍ୟ ପାଇଁ ଯାତ୍ରା କରୁଥିଲେ। ସେହି ଗୌରବମୟ ଐତିହ୍ୟକୁ ମନେ ପକାଇ ପ୍ରତିବର୍ଷ କଟକରେ ବାଲିଯାତ୍ରା ମହାଆଡ଼ମ୍ବରରେ ଆୟୋଜିତ ହୋଇଥାଏ।

ଅଧିକ ପଢନ୍ତୁ