କାହିଁକି ଆରମ୍ଭ ହୋଇଥିଲା ଗଣମାଧ୍ୟମ ?

ଜାତୀୟ ପ୍ରେସ ଦିବସ ପ୍ରତିବର୍ଷ ୧୬ ନଭେମ୍ବରରେ ଦେଶରେ ପାଳନ କରାଯାଏ।  ଏହି ଦିନ ହିଁ ପ୍ରେସ କାଉନସିଲ ଅଫ୍‌ ଇଣ୍ଡିଆ କାର୍ଯ୍ୟ ଆରମ୍ଭ କରିଥିଲା।ଦେଶରେ ଏକ ମୁକ୍ତ, ସ୍ୱାଧୀନ ଏବଂ ନିରପେକ୍ଷ ଗଣମାଧ୍ୟମ ବଜାୟ ରଖିବା ଏବଂ ଖବରର ଗୁଣବତ୍ତା ନିଶ୍ଚିତ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ।ଏହି ଦିନଟି ଗଣମାଧ୍ୟମର ସ୍ୱାଧୀନତା ଏବଂ ସମାଜ ପ୍ରତି ସାମ୍ବାଦିକମାନଙ୍କର ଦାୟିତ୍ୱ ଓ କର୍ତ୍ତବ୍ୟକୁ ସ୍ମରଣ କରାଇଥାଏ।ଖବର ଗୁଣବତ୍ତା ବଜାୟ ରଖିବା ଉଦ୍ଦେଶ୍ୟରେ ୧୯୬୬ ମସିହା ନଭେମ୍ବର ୧୬ ତାରିଖରେ ପ୍ରେସ କାଉନସିଲ ଅଫ ଇଣ୍ଡିଆ ସ୍ଥାପିତ ହୋଇଥିଲା ।ଦେଶର ସାମ୍ବାଦିକମାନେ ଯେପରି କୌଣସି ବାହ୍ୟ ଶକ୍ତି ଦ୍ୱାରା ପ୍ରଭାବିତ ନହେବେ ସେଥିପାଇଁ ପ୍ରେସ କାଉନସିଲ ଅଫ ଇଣ୍ଡିଆ କାମ କରୁଛି । ପ୍ରେସ କାଉନସିଲ ଅଫ ଇଣ୍ଡିଆର ଇତିହାସ ବିଷୟରେ ଯଦି କହିବା ତାହାଲେ ୧୯୫୬ ମସିହାରେ ପ୍ରଥମ ପ୍ରେସ କମିଶନ ଭାରତରେ ଗଣମାଧ୍ୟମର ସ୍ୱାଧିନତା ପାଇଁ ପ୍ରେସ କାଉନସିଲ ଗଠନ କରିବାକୁ ଯୋଜନା ହୋଇଥିଲା । ତେବେ ଭାରତରେ ୪ ଜୁଲାଇ ୧୯୬୬ରେ ପ୍ରେସ କାଉନସିଲ ଗଠନ ହୋଇଥିଲା ଏବଂ ୧୯୬୬ ମସିହା ନଭେମ୍ବର ୧୬ରେ ଏହା କାର୍ଯ୍ୟକାରୀ ହେଲା । ତେଣୁ ନଭେମ୍ବର ୧୬କୁ ପ୍ରତିବର୍ଷ ଜାତୀୟ ପ୍ରେସ ଦିବସ ଭାବରେ ପାଳନ କରାଯାଏ ।

ଅଧିକ ପଢନ୍ତୁ