ଭୁବନେଶ୍ବରରେ ପହଞ୍ଚିଲେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ; ବିଧାୟକଙ୍କୁ ଦେବେ ଗୁରୁମନ୍ତ୍ର

ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ ସୋମବାର ସକାଳେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାର ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ। ତାଙ୍କର ଏହି ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ସେ ବିଧାନସଭାରେ ବିଧାୟକଙ୍କ ତାଲିମ କାର୍ଯ୍ୟକ୍ରମରେ ସାମିଲ ହେବେ। ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଆଜି ଦିନିକିଆ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଭୁବନେଶ୍ୱରର ଏକ ହୋଟେଲରେ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି  କାର୍ଯ୍ୟକ୍ରମ ହେବ । ଏଥିରେ ୩ଟି ଅଧିବେଶନ  ରହିବ । ଉପରାଷ୍ଟ୍ରପତି ସି.ପି.ରାଧାକ୍ରିଷ୍ଣନ  ଏଥିରେ ଯୋଗ ଦେଇ ବିଧାୟକମାନଙ୍କୁ ସଂସଦୀୟ  ପରମ୍ପରା ଓ ପ୍ରଭାବଶାଳୀ କାର୍ଯ୍ୟଧାରା ନେଇ  ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଓ ପ୍ରଶିକ୍ଷଣ ଦେବେ । ଏହାସହ ସେ ଶ୍ରୀଶ୍ରୀ ବିଶ୍ବବିଦ୍ୟାଳୟ ଆଇକନିକ ଟାୱାର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଛି।

ଅଧିକ ପଢନ୍ତୁ