ପଞ୍ଚୁକରେ ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା: ଭୋର ୪ଟାରୁ ଆରମ୍ଭ ନୀତିକାନ୍ତି

ପଞ୍ଚୁକ ପାଇଁ ପ୍ରସ୍ତୁତ ପୁରୀ ପ୍ରଶାସନ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବୈଠକ ପରେ ପ୍ରଶାସନ ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଥିବା କହିଛନ୍ତି ପୁରୀ ଜିଲ୍ଲାପାଳ। ପଞ୍ଚୁକରେ ଲକ୍ଷ ଲକ୍ଷ ଭକ୍ତ ପୁରୀ ଆସିବେ। ତେଣୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଆଉ ନୀତିକାନ୍ତି ଉପରେ ଗୁରୁତ୍ୱ ଦିଆଯାଇଛି। ଭୋର ୪ ଟାରୁ ଦ୍ବାର ଫିଟା ଯାଇ ସମସ୍ତ ନୀତିକାନ୍ତି ଆରମ୍ଭ ହେବ। ଯାହାଫଳରେ ଦର୍ଶନ ବ୍ୟବସ୍ଥା ଶୃଙ୍ଖଳିତ ହେବ। ମାର୍କେଟ ଛକ ଠାରୁ ବ୍ୟାରିକେଡ଼ର ବ୍ୟବସ୍ଥା କରାଯାଇଛି। ସେହିଭଳି ସିଂହଦ୍ୱାର ପଟେ ପ୍ରବେଶ ଏବଂ ଅନ୍ୟ ତିନି ଦ୍ୱାରରେ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି। ଏହା ଦ୍ୱାରା ଭିଡ଼ ନିୟନ୍ତ୍ରଣ କରିବା ସହଜ ହେବ। ଭକ୍ତଙ୍କ ପାଇଁ ପାନୀୟ ଜଳ, ସ୍ୱାସ୍ଥ୍ୟ ସେବା ସହ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ବିଭାଗୀୟ ଅଧିକାରୀମାନେ ନିଜ ନିଜ କାର୍ଯ୍ୟ ଠିକ୍ ଭାବେ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ଅଧିକ ପଢନ୍ତୁ