ପ୍ରବାଦ ପୁରୁଷଙ୍କ ଅବଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ ଓ ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ଏହି ଅବସରରେ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି ।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ‘ଏକ୍ସ’ରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଲେଖିଛନ୍ତି ଯେ, ତାଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ଵ ପିଢି ପରେ ପିଢିଙ୍କୁ ପ୍ରେରଣା ଯୋଗାଏ । ଦେଶ ପାଇଁ ତାଙ୍କ ଅବଦାନ ଓ ବିକାଶ ପାଇଁ ପ୍ରତିବଦ୍ଧତା ଉଦାହରଣ ।

ଅଧିକ ପଢନ୍ତୁ

kc ads