ସର୍ଭିସ୍ ପ୍ରୋଭାଇଡର ଏଜେନ୍ସିଙ୍କ ଦ୍ୱାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଆଉଟସୋର୍ସିଂ କର୍ମଚାରୀ ମାନଙ୍କପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡ଼ ଘୋଷଣା କରିଛନ୍ତି । ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା ସହିତ ଅଭିଜ୍ଞତା ଭିତ୍ତିରେ ପାରିଶ୍ରମିକ, ଅଭିଯୋଗ ଶୁଣାଣି ବ୍ୟବସ୍ଥା ତଥା ଠିକ୍ ସମୟରେ ପ୍ରାପ୍ୟ ପ୍ରଦାନ ନେଇ ଘୋଷଣା କରାଯାଇଛି ।
ଅଭିଜ୍ଞତା ଥିବା କାର୍ମଚାରୀମାନଙ୍କୁ ଅଧିକ ପାରିଶ୍ରମିକ ମିଳିବ । ପ୍ରତି ପାଞ୍ଚ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକହଜାର ଟଙ୍କା ମିଳିବ । ମହିଳା କର୍ମଚାରୀମାନେ ସେମାନଙ୍କର ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନ ପର୍ଯ୍ୟନ୍ତ ମାତୃତ୍ୱ ଛୁଟି ନେଇପାରିବେ । ଆଉଟସୋର୍ସିଂ କର୍ମଚାରୀ ତଥା ସର୍ଭିସ୍ ପ୍ରୋଭାଇଡର ଏଜେନ୍ସିଙ୍କ ଅଭିଯୋଗ ଶୁଣାଣି ପାଇଁ ପ୍ରତି ବିଭାଗରେ ଜଣେ ନୋଡାଲ ଅଫିସର ରହିବେ ।