ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ

ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ପ୍ରେମାନନ୍ଦ ନାୟକଙ୍କ ସଭ୍ୟପଦ ରଦ୍ଦ ହୋଇଛି। ଏନେଇ ଆଜି ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦଳ ବଦଳ ନିୟମ ଅନୁସାରେ ସଭ୍ୟପଦ ରଦ୍ଦ ହୋଇଛି। ଅରବିନ୍ଦ ଓ ପ୍ରେମାନନ୍ଦ ନାୟକ ବିଜେଡିରୁ ବିଧାୟକ ହୋଇଥିଲେ। କିଛି ଦିନ ତଳେ ଉଭୟ ବିଜେପିରେ ଯୋଗ ଦେଇଥିଲେ। ଏହି ଦୁଇ ବିଧାୟକ ବିଜେଡି ଛାଡିବା ପରେ ମାର୍ଚ୍ଚ ୧୮ ତାରିଖରେ ଶାସକ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି ଏନେଇ ବାଚସ୍ପତିଙ୍କ ପାଖରେ ପିଟିସନ୍ ଦାୟର କରିଥିଲେ ।

ଶୁଣାଣି ପାଇଁ ଦୁଇ ବିଧାୟକଙ୍କୁ ଏଥିପାଇଁ ନୋଟିସ୍ କରାଯାଇଥିଲା । ହେଲେ ନୋଟିସର କୌଣସି ଉତ୍ତର ଖିନଥିଲେ ଦୁଇ ବିଧାୟକ । ଏହାପରେ ବାଚସ୍ପତି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ।

ଅଧିକ ପଢନ୍ତୁ