ନୟାଗଡ଼, (ଓଡ଼ିଶା ଦର୍ପଣ): ବିଜୁ ଜନତା ଦଳ ପକ୍ଷରୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ.ଦେବାଶିଷ ପଟ୍ଟନାୟକଙ୍କୁ ଜିଲ୍ଲା ନିର୍ବାଚନ ସଂଯୋଜକ ଦାୟିତ୍ୱ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜୁ ଜନତା ଦଳ ସଭାପତି ଏହି ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏହି ନିଯୁକ୍ତି ଦେଇଛନ୍ତି । ଆଗାମୀ ବିଧାନସଭା ଓ ଲୋକସଭା ନିର୍ବାଚନ ସଂଯୋଜକ ଭାବେ ଇଂପଟ୍ଟନାୟକ ଏହି ଦାୟିତ୍ୱ ତୁଲାଇବେ।