ACF ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ଘଟଣା; ହାଇକୋର୍ଟର ଦ୍ବାରସ୍ଥ ହେଲେ ବିଦ୍ୟାଭାରତୀ

ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପୁଣି ନୂଆ ମୋଡ଼। ଜେଲ୍‌ରେ ଥିବା ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା ଜାମିନ ପାଇଁ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ପାରଳାଖେମୁଣ୍ଡି SDJM କୋର୍ଟରେ ଜାମିନ ଆବେଦନ ଖାରଜ ହେବା ପରେ ଏବେ ଉଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି ବିଦ୍ୟାଭାରତୀ। ପୂର୍ବରୁ ମଧ୍ୟ ହାଇକୋର୍ଟରେ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଥିଲା।ଗତ ୨୩ ତାରିଖରେ ବିଦ୍ୟାଭାରତୀ ପଣ୍ଡାଙ୍କ ବିରୋଧରେ ବଡ଼ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା । ଚାକିରିରୁ ନିଲମ୍ବିତ ହୋଇଥିଲେ ବିଦ୍ୟାଭାରତୀ ପଣ୍ଡା । ପ୍ରାଣୀ ସମ୍ପଦ ବିଭାଗର ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ତାଙ୍କୁ ନିଲମ୍ବନ କରିଥିଲେ । ପାରଳାଖେମୁଣ୍ଡି ଥାନା ଆଇଆଇସି ଏବଂ ଏସଡିଜେଏମ୍ କୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଚିଠି ଆଧାରରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିଲା ।ପୂର୍ବରୁ ତତ୍କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭ ମଧ୍ୟ ବିଚାର ବିଭାଗୀୟ ହାଜତରେ ଅଛନ୍ତି।

ଅଧିକ ପଢନ୍ତୁ