author

ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀଙ୍କ ଘରେ ଖାଇଛନ୍ତି କ୍ଷୀରି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣାରେ ପହଞ୍ଚିଛନ୍ତି। ସେଠାରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି। ରାଜଧାନୀ ନିକଟ ଗାଡ଼କଣ ଗାଁରେ ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଖାଇଛନ୍ତି କ୍ଷୀରି। ସୂଚନାଯୋଗ୍ୟ, ପିଏମ୍‌ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷିରୀ ପ୍ରସ୍ତୁତି ହୋଇଥିଲା। ଅନ୍ତର୍ଯ୍ୟାମୀଙ୍କ ବୋହୂ ବୋହୂ ସୁସ୍ବାଦୁ କ୍ଷିରୀ ପ୍ରସ୍ତୁତ କରିଥିଲେ। ଏ ନେଇ ସେ ବେଶ ଖୁସି ଥିଲେ। ତାଙ୍କ ହାତର କ୍ଷିରୀ […]

ଅଢ଼େଇ ହଜାର ଦ୍ବୀପରେ ମୋଦିଙ୍କୁ ଜନ୍ମଦିନ ଶୁଭେଚ୍ଛା

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ । ଏହି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୨୫୦୦ ଦୀପ ବ୍ୟବହାର କରି ସେ ଏହି ବାଲୁକା କଳା କରିଛନ୍ତି । ଏହି ଆକର୍ଷଣୀୟ କଳାକୃତିରେ ସେ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ନ୍ୟାସନାଲ ଗ୍ୟାଲେରି ଅଫ ମର୍ଡନ ଆର୍ଟରେ ଏହି ବାଲୁକା କଳା କରାଯାଇଛି ।ତେବେ ଆଜି ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ […]

୭୪ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ

ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ । ୭୪ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦୀ ପଦାର୍ପଣ କରିଛନ୍ତି । ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ଅଛି । ମୋଦୀଙ୍କ ଜନ୍ମଦିନ ପାଇଁ ଭାରତୀୟ ଜନତା ପାର୍ଟି ଅନେକ ପ୍ରକାରର କାର୍ଯ୍ୟକ୍ରମ ଆୟୋଜନ କରିଛି । ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଗୁଜରାଟର ଭେଡନଗରରେ ଜନ୍ମ ଗ୍ରହଣ କରିଥିଲେ ମୋଦି। ଲଗାତାର ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ହୋଇ ପୂର୍ବତନ ପ୍ରଧାନମନ୍ତ୍ରୀ […]

ଆଜିଠୁ କମିବ ବର୍ଷା କିନ୍ତୁ ୨୩ରେ ପୁଣି ଲଘୁଚାପ

ମୟୁରଭଞ୍ଜ , ବାଲେଶ୍ବର ପରେ ଏବେ ସୁନ୍ଦରଗଡ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷିବ। ସମ୍ଭାବନ୍ୟ ବର୍ଷାକୁ ଦେଖି ଆଜି ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ସତର୍କତା ଜାରି କରାଯାଇଛି। ତେବେ ଅଧିକାଂଶ ଜିଲା ରେ ପାଗ ସାମାନ୍ୟ ଶୁଖିଲା ରହିବ |୧୭ ଓ ୧୮ ତାରିଖରେ ବିଶେଷ ବର୍ଷା ନାହିଁ ଓ ଅଳ୍ପ କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ। ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ। ସୋଆ ଜଳବାୟୁ […]

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସ୍କାନରରେ ରାଜଧାନୀ

ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁବନେଶ୍ୱର ଆସୁଛନ୍ତି। ଏଥିପାଇଁ ରାଜଧାନୀରେ ବିପୁଳ ଜନସମାଗମ ହେବାର ଆଶଙ୍କା ଥିବାରୁ ଏହାକୁ ଦୃଷ୍ଟିରେ ରଖି କମିଶନରେଟ୍‌ ପୋଲିସ ପକ୍ଷରୁ ସୋମବାର ଯାତାୟାତ କଟକଣା ଜାରି ହୋଇଛି। ପିଏମ୍‌ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ସଜାଗ। ମଙ୍ଗଳବାର ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା ଜାରି […]

ବିପଦ ସଂକେତ ଉପରେ ଜଳକା ଓ ବୈତରଣୀ

ଫୁଲୁଛି ନଦୀ , ବଢୁଛି ଜଳସ୍ତର । ଅବପାତ ପ୍ରଭାବରେ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ବୈତରଣୀ ନଦୀ ଆଖୁଆପଦା ଆନିକଟ୍ ଠାରେ ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ସୋମବାର ବିଳମ୍ବିତ ରାତିରେ ସତର୍କ ସଙ୍କେତ ୧୭.୮୩ ମିଟର ଅତିକ୍ରମ କରି ସତର୍କ ସଙ୍କେତ ଉପରେ ପ୍ରବାହିତ ହେଉଛି । ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ ମଙ୍ଗଳବାର ସକାଳ ୭ଟା ସୁଦ୍ଧା ୧୮.୧୪ […]

ଆଜିର ରାଶିଫଳ(୧୭ ସେପ୍ଟେମ୍ବର,୨୦୨୪)

ମେଷ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ଦିନଟି ବହୁତ ଶୁଭଙ୍କରୀ ହେବ । ବହୁଦିନରୁ ହଜି ଯାଇଥିବା ବା ଚୋରି ଯାଇଥିବା ଜିନିଷରହଠାତ୍‌ ଖୋଜ ଖବର ପାଇପାରନ୍ତି। ବୃଷ ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ।ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣର ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି […]

ବିଭିନ୍ନ ପୂଜା ମଣ୍ଡପ ବୁଲିଲେ ଦଶପଲ୍ଲା ଯୁବ ବିଧାୟକ

ନୂଆଗାଁ: ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ର ବିଭିନ୍ନ ନିର୍ମାଣ ଶ୍ରମିକ ସଂଘ ,ଗ୍ୟାରେଜ,ବିଦ୍ୟୁତ୍ କାର୍ଯ୍ୟାଳୟ ଆଦି ସ୍ଥାନରେ ବିଶ୍ଵକର୍ମା ଙ୍କ ପୂଜା ମହା ସମାରୋହ ରେ ପାଳିତ ହୋଇଯାଇଛି। ପ୍ରତ୍ୟେକ ଅନୁଷ୍ଠାନ ରେ ବିଶ୍ୱକର୍ମା ମୂର୍ତ୍ତି ସ୍ଥାପନ କରି ରୀତି ନୀତି ଅନୁଯାୟୀ ହୋମ ଯଜ୍ଞ, ନାମ, ସଂକୀର୍ତ୍ତନ କରାଯାଇ ପୂଜର୍ଚ୍ଚନା କରଯାଇଥିଲା। ମାଳିସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସଂପଡା ଗ୍ରାମ କାରିଗର ସଂଘ, ମାଇଛେଳି ପଞ୍ଚାୟତ ସଂପଡା ଗ୍ରାମ ଭାରତ ନିର୍ମାଣ ସଂଘ ,ନୂଆଗାଁ […]

ସୁଭଦ୍ରା ଯୋଜନା ନାମରେ ଓଡ଼ିଶାର ମହିଳାଙ୍କୁ ପ୍ରବଞ୍ଚନା କରିଛି ବିଜେପି

ସୁଭଦ୍ରା ଯୋଜନାକୁ ନେଇ ଆଜି ଶଙ୍ଖ ଭବନରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପିକୁ ସମାଲୋଚନା କରିଛନ୍ତି ବିଜେଡି ନେତ୍ରୀ ଲୋପାମୁଦ୍ରା ବକ୍ସିପାତ୍ର । ସେ କହିଛନ୍ତି ଯେ, ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ, କର୍ମକର୍ତ୍ତା ଏବଂ କେନ୍ଦ୍ରୀୟ ନେତାମାନେ ଓଡ଼ିଶାର ପ୍ରତ୍ୟେକ ମହିଳାଙ୍କୁ ବିଜେପି ସରକାର ଆସିଲେ ବର୍ଷକୁ ୫୦ ହଜାର ଟଙ୍କା ଦିଆଯିବ ବୋଲି ବିଭିନ୍ନ ସଭା, ସମିତିରେ ପ୍ରତିଶ୍ରୁତି ଦେଇଥିଲେ। ବିଜେପି ତା’ର ନିର୍ବାଚନୀ ଇସ୍ତାହାରରେ ୨ ବର୍ଷରେ ଓଡ଼ିଶାର […]

ମହଙ୍ଗା ପଡ଼ିଲା ଭୁବନେଶ୍ୱର ଛାତି ଉପରେ ବେପରୁଆ ଗାଡ଼ି ଚାଳନା

ରାଜଧାନୀ ଭୁବନେଶ୍ୱର ରାଜରାସ୍ତାରେ ବେପରୁଆ ଗାଡି ଚଳାଇବା ଘଟଣାରେ ସୋମବାର ପୁଲିସ ୫ ଜଣଙ୍କୁ ଗିରଫ କରିଛି । ଏହାସହ ୨ଟି ଗାଡିକୁ ମଧ୍ୟ ପୁଲିସ ଜବତ କରିଛି । ଏମାନେ ରୂପାଲି ଛକ ନିକଟରେ ଟ୍ରାଫିକ୍‌ ନିୟମ ଭାଙ୍ଗିଥିଲେ । ଦୁଇଟି କାରରେ ୨ ଜଣ ସନ୍‌ ରୁଫ୍ ଦେଇ ବାହାରକୁ ବାହରିଥିଲେ ଓ ଜୋରରେ ଚିତ୍କାର କରୁଥିଲେ। ସେହିପରି ଅନ୍ୟ ଏକ କାରର ଝରକା ଦେଇ ଜଣେ ବାହାରକୁ ବସିଥିଲେ। ଏପରିକି ସେଥିମଧ୍ୟରୁ ଗୋଟିଏ […]

ଆଦିବାସୀ ଅଧୁଷିତ ଅଞ୍ଚଳର  ୩ ଆଦିବାସୀ ଛାତ୍ରଛାତ୍ରୀ ଡାକ୍ତର ହେବେ 

 ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସବୁ କିଛି ସମ୍ଭବ ହୋଇଥାଏ । ଏଭଳି ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ଯୁଷିତ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ୩ ଆଦିବାସୀ ଛାତ୍ରଛାତ୍ରୀ ଚଳିତ ବର୍ଷ ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଡାକ୍ତରୀ ପଢ଼ାରେ ନାମ ଲେଖାଇଛନ୍ତି l ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ୩ଜଣ ସବେରାଙ୍ଗା ଗ୍ରାମର କଳାକାର ପ୍ରଧାନ ଭୁବନେଶ୍ଵର ବିଜେବି କଲେଜରୁ ଯୁକ୍ତଦୁଇ ବିଜ୍ଞାନରେ ପ୍ରଥମ […]

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ ପକ୍ଷରୁ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ସ୍ଥାନୀୟ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ,ଓଡିଶାର ନୟାଗଡ଼ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଜିଲ୍ଲା ପ୍ରମୁଖ  ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ନୟାଗଡ଼ ଜିଲ୍ଲାର ବିଭିନ୍ନ ବିଦ୍ଯାଳୟର କୁନି କୁନି ଶିଶୁ ବୈଜ୍ଞାନିକ ମାନଙ୍କ ଦ୍ବାରା ଏହି ବିଜ୍ଞାନ ମେଳାରେ ମୋଟ ୫୨ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ସକାଳ ୧୦ଟାରେ କାର୍ଯ୍ୟକ୍ରମ ଉଦଘାଟନ ହୋଇଥିଲା ବେଳେ ଅପରାହ୍ନ ୨ ଟାରେ ପୁରସ୍କାର […]