ବରଯାତ୍ରୀ ଯାଉଥିବା ବେଳେ ଅଘଟଣ । ବଜ୍ରପାତ ଘଟି ଜଣେ ମୃତ ଓ ୨ ଜଣ ଗୁରୁତର । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଝୁମ୍ପୁଡ଼ିଆରେ । ମୃତକ କୋଇଲିପଙ୍ଗି ଗାଁର ଅମିନ ବେହେରା ବୋଲି ଜଣାପଡ଼ିଛି। ଗୁରୁତର ତପନ ଜେନା, ମନୋଜ ଦେହୁରୀଙ୍କୁ ସଙ୍ଗେ ସଙ୍ଗେ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।ଏହାପରେ ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନରେ ଝୁମ୍ପୁଡ଼ିଆରୁ ରଞ୍ଜା ଗାଁକୁ ଏକ ବରାଯାତ୍ରୀ ଦଳ […]
ରାୟଗଡା ତା ୦୩/୦୭ (ନିପ୍ର) ଧର୍ମ ପରିବର୍ତ୍ତନ କରିଥିବାରୁ ଜଣେ ଆଦିବାସୀ ବୃଦ୍ଧଙ୍କୁ ଶ୍ମଶାନ ମିଳୁନଥିବା ଭଳି ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି । ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡା ବ୍ଲକ ସ୍ଥିତ ଗାଜିଗାଁ ଗ୍ରାମ ରେ । ଗାଜିଗାଁ ଗ୍ରାମର ଆଦିବାସୀ ସଂପ୍ରଦାୟର ଜାକାକା ଦାମ (୬୫ ବର୍ଷ )୪/୫ ବର୍ଷ ତଳେ ଖ୍ରିଷ୍ଟିଆନ ଧର୍ମ ଗ୍ରହଣ କରିଥିଲେ । କିଛି ମାସ ହେଲା ସେ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ ।ଗତକାଲି ସକାଳେ […]
ପୁରୀ ଜିଲ୍ଲାରେ ମଧୁ ବାବୁ ପେନସନ ଟଙ୍କା ଲୁଟ୍ ଘଟଣାରେ ୨ ପୂର୍ବତନ PEOଙ୍କୁ ଗିରଫ କଲା ଭିଜିଲାନ୍ସ । ଜମରସୁଆଁ ପଞ୍ଚାୟତ ପୂର୍ବତନ PEO ସୁଲମଣି ଜାନି ଓ ସାହୁପଡ଼ା ପଞ୍ଚାୟତ ପୂର୍ବତନ PEO ଟୁନା ପ୍ରଧାନ ଗିରଫ । ଉଭୟଙ୍କ ନାଁରେ ୩୦ ଲକ୍ଷ ୭୮ହଜାର ପେନସନ ଟଙ୍କା ହଡ଼ପ ଅଭିଯୋଗ ହୋଇଛି ।ଭିଜିଲାନ୍ସ ତଦନ୍ତ ଅନୁଯାୟୀ, ଏହି ଦୁଇଜଣ ୨୦୨୨ରୁ ୨୦୨୫ ମଧ୍ୟରେ ମୋଟ ୩୦,୭୮,୬୨୦ ଟଙ୍କା ହଡ଼ପ କରିଛନ୍ତି। ସୁଲମଣି ଜାନି […]
ଓଡ଼ିଶାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision-SIR) ପ୍ରକ୍ରିୟାକୁ ସ୍ୱଚ୍ଛ, ସୁଚାରୁ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ ଓଡ଼ିଶାର ୧୦ ଜଣ ବରିଷ୍ଠ IAS ଅଧିକାରୀଙ୍କୁ ‘ଭୋଟର ତାଲିକା ପର୍ଯ୍ୟବେକ୍ଷକ’ ଭାବେ ନିଯୁକ୍ତ କରିଛନ୍ତି।ଶ୍ରୀ ରାଜେଶ ପ୍ରଭାକର ପାଟିଲ, IAS (କମିଶନର ତଥା ସମବାୟ ବିଭାଗ ସଚିବ) ଙ୍କୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଜିଲ୍ଲାର ପର୍ଯ୍ୟବେକ୍ଷକ ,ଶ୍ରୀ ଅରବିନ୍ଦ ଅଗ୍ରୱାଲ, IAS (କମିଶନର ତଥା ଉଚ୍ଚଶିକ୍ଷା […]
ଖୋଲିଲା SCERT ଏବଂ ଓସେପା ୱେବସାଇଟ୍ । ପ୍ରଥମରୁ ଚତୁର୍ଥ ଶ୍ରେଣୀ ପାଇଁ ଉଦ୍ଦିଷ୍ଟ ସଂଶୋଧିତ ପାଠ୍ୟପୁସ୍ତକ ଗୁଡିକୁ ଏହି ୱେବସାଇଟରେ ଦିଆଯାଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ଏବଂ ଓସେପାର ୱେବସାଇଟରେ ସଂଶୋଧିତ ପାଠ୍ୟପୁସ୍ତକ ଦିଆଯାଇଛି । ପୁସ୍ତକ ଗୁଡିକ ସମ୍ବନ୍ଧରେ ସୁଚିନ୍ତିତ ମତାମତ ଇମେଲ ଆଇଡି textbookscertodisha@gmail.com କିମ୍ବା ବିଦ୍ୟା ସମୀକ୍ଷା କେନ୍ଦ୍ରର ହେଲ୍ପ ଲାଇନ ନମ୍ବର – ୧୮୦୦୩୪୫୬୭୨୨ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରଥଯାତ୍ରା ଓ ବାହୁଡ଼ାଯାତ୍ରାରେ ଉପଜିଲ୍ଲାପାଳଙ୍କ ଦ୍ୱାରା ‘ଛେରାପହଁରା’ ନୀତି ସମ୍ପନ୍ନ ହେବା ନେଇ ନିଆଯାଇଥିବା ନିଷ୍ପତ୍ତିକୁ ନେଇ ନୟାଗଡ଼ରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ପରମ୍ପରାର ସୁରକ୍ଷା ଦାବିରେ ‘ଶ୍ରୀଜଗନ୍ନାଥ ପରମ୍ପରା ସୁରକ୍ଷା ମଞ୍ଚ’ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ଅତିରିକ୍ତ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ପରମ୍ପରା ସୁରକ୍ଷା ପାଇଁ ଦାବିରାଜରାଜୁଡ଼ା ଅମଳରୁ ପ୍ରଚଳିତ ପରମ୍ପରା ଅନୁଯାୟୀ ଛେରାପହଁରା ନୀତି ରାଜାଙ୍କ ଦ୍ୱାରା ସମ୍ପାଦିତ […]
ନୟାଗଡ଼,(ଓଡ଼ିଶା ଦର୍ପଣ):ବହୁ ପ୍ରତିକ୍ଷିତ ଏବଂ ପ୍ରସ୍ତାବିତ ତାଳଚେର -ଗୋପାଳପୁର ରେଳ ଲାଇନ ଅନୁଗୁଳ, ଆଠଗଡ, ବଡମ୍ବା, ନରସିଂହପୁର ଦେଇ କଣ୍ଟିଲୋ ଖଣ୍ଡପଡ଼ାକୁ ନୟାଗଡ଼ ରେଳ ଷ୍ଟେସନ ସହିତ ଯୋଡିବା ସଙ୍ଗେ ସଙ୍ଗେ ଉକ୍ତ ୧୨୦ କିଲୋମିଟର ରେଳପଥକୁ ଖୋର୍ଦ୍ଧା ଟାଉନ ଷ୍ଟେସନ ଠାରୁ କାଇପଡର ପର୍ଯ୍ୟନ୍ତ ଏକ କର୍ଡ ଲାଇନ ଦ୍ୱାରା ସଂଯୁକ୍ତ କରାଯିବ ବୋଲି କଟକ ସାଂସଦ ଭର୍ତ୍ତୃହରି ମହତାବ ସାମ୍ବାଦିକ ମାନଙ୍କ ସହ ଆଲୋଚନା ବେଳେ ଉତ୍ତର ରଖିଥିଲେ। ଏଥିନିମନ୍ତେ ଆବଶ୍ୟକ ଲୋକେସନ ସର୍ଭେ […]
ରାଜ୍ୟରେ ଘରୋଇ ବିଦ୍ୟାଳୟ ସ୍ଥାପନ ପ୍ରକ୍ରିୟାକୁ ଅଧିକ ସରଳ, ସ୍ୱଚ୍ଛ ଓ ସୁବ୍ୟବସ୍ଥିତ କରିବା ଲକ୍ଷ୍ୟରେ ଗଣଶିକ୍ଷା ବିଭାଗ ସଂଶୋଧିତ ନିର୍ଦ୍ଦେଶାବଳୀ ଜାରି କରିଛି। ଓଡ଼ିଶା ଶିକ୍ଷା ଆଇନ ଓ ଶିଶୁଙ୍କ ନିଶୁଳ୍କ ଏବଂ ବାଧ୍ୟତାମୂଳକ ଶିକ୍ଷା ଅଧିକାର (RTE) ଆଇନ ସମେତ ବିଭିନ୍ନ ଶିକ୍ଷା ସମ୍ବନ୍ଧୀୟ ଆଇନକୁ ଆଧାର କରି ଏହି ନୂଆ ବ୍ୟବସ୍ଥା ପ୍ରଣୟନ କରାଯାଇଛି।ନୂଆ ଘରୋଇ ବିଦ୍ୟାଳୟ ସ୍ଥାପନ କରୁଥିବା ସଂସ୍ଥା ସୋସାଇଟିଜ୍ ରେଜିଷ୍ଟ୍ରେସନ୍ ଆକ୍ଟ କିମ୍ବା ଇଣ୍ଡିଆନ୍ ଟ୍ରଷ୍ଟ ଆକ୍ଟ ଅନୁଯାୟୀ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକୋତ୍ତର (ପିଜି) ଶ୍ରେଣୀରେ ନାମଲେଖା ପାଇଁ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିପିଇଟି-୨୦୨୬ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏହି ପରୀକ୍ଷାରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ବିଭାଗର ଛାତ୍ରୀ ରିତ୍ୟୁଷା ମିଶ୍ର ସମଗ୍ର ରାଜ୍ୟରେ ସର୍ବୋଚ୍ଚ ନମ୍ବର ରଖି ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି।ତାଙ୍କର ଏହି ସଫଳତା ପାଇଁ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ରାଉତ, ପଦାର୍ଥ ବିଜ୍ଞାନ ବିଭାଗ ମୁଖ୍ୟ ରବୀନ୍ଦ୍ର କୁମାର ବେହେରାଙ୍କ […]
ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ୬ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରଥ ଉପରେ ଅନଧିକୃତ ଓ ଛଦ୍ମବେଶୀଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ରଥ ଉପରକୁ ନେଇପାରିବେନି ମୋବାଇଲ । ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । । ଚଳିତ ବର୍ଷ ଯୋଡ଼ା ଜ୍ୟେଷ୍ଠ ଯୋଗୁଁ ରଥ ନିର୍ମାଣ ବେଶ୍ ଆଗୁଆ ରହିଛି। ରଥ ନିର୍ମାଣରେ ନିୟୋଜିତ ମହାରଣା, ରୂପକାର, ଚିତ୍ରକାର, ଭୋଇ, କମାର, ଦରଜୀ ସେବକ ମାନେ ନିଷ୍ଠା, […]
ଜେଲ ଭିତରେ ଟେନସନ ବଢ଼ାଇଛନ୍ତି HIV ସଂକ୍ରମିତ। ଭୁବନେଶ୍ବର ଝାରପଡ଼ା ଜେଲ ପରେ ଏବେ ଚୌଦ୍ୱାର ମଣ୍ଡଳ କାରାଗାରରେ ୫ ଜଣ କଏଦୀ ଏଚଆଇଭି ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି ।ସେମାନଙ୍କୁ ଜେଲ୍ ଭିତରେ ଥିବା ସ୍ବତନ୍ତ୍ର ୱାର୍ଡରେ ରଖାଯାଇ ରୀତିମତ ଚିକିତ୍ସା ଯୋଗାଇ ଦିଆଯାଉଛି । ଜେଲ୍ରେ ଥିବା ଜଣେ ଡ଼ାକ୍ତର ଓ ଦୁଇ ଜଣ ଫାର୍ମାସିଷ୍ଟ […]
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା ଦୌରା ଜଜ୍ଙ୍କ ପକ୍ଷରୁ ଉଭୟଙ୍କୁ ନୋଟିସ୍ ଜାରି ହୋଇଛି। ୧୫ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଖୋର୍ଦ୍ଧା ଜିଲା ଦୌରା ଜଜଙ୍କ ପକ୍ଷରୁ ଏହି ନୋଟିସ ଜାରି କରାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ପାଣ୍ଡିଆନ ରାଜ୍ୟର ବିଭିନ୍ନ ସ୍ଥାନକୁ ଗସ୍ତ କରିବା ସହ […]
