ବ୍ରହ୍ମପୁର ସଦର ଥାନା ବାଉଁଶିଆପଲ୍ଲୀ ସ୍ଥିତ ବେଆଇନ ଗୁଟଖା କାରଖାନାରେ ପୁଲିସ ଚଢ଼ାଉ କରିଛି।କାରଖାନାରେ ନିୟୋଜିତ ୫ଜଣ କର୍ମଚାରୀ ଓ ମାଲକଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ। ପୂର୍ବରୁ ଗୁଟଖା କାରାଖାନାର ମାଲିକ ନରେନ୍ଦ୍ର ସାହୁ ତିନି ଥର ଗିରଫ ହୋଇଥିବା ସୂଚନା ମିଳିଛି। ଏହି ଚଢାଉରେ ପୋଲିସକୁ ବିପୁଳ ପରିମାଣର ଗୁଟ୍ଖା ଜବତ ହୋଇଛି । ତେବେ ପରିସ୍ଥିତିକୁ ଦେଖି ଘଟଣାସ୍ଥଳରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ଏକମାତ୍ର ସରକାରୀ ମହାବିଦ୍ୟାଳୟ ଭାବେ ମଡେଲ ଡିଗ୍ରୀ କଲେଜ ୨୦୧୬ ମସିହାରେ ସ୍ଥାପିତ ହୋଇ ବିଜ୍ଞାନ ଓ କଳା ଶ୍ରେଣୀରେ ଶିକ୍ଷାଦାନ ଅବ୍ୟାହତ ରଖିଥିବାବେଳେ ଏଠାରେ ଇଂରାଜୀ ବିଷୟରେ ସମ୍ମାନ ନଖୋଲିବା ଯୋଗୁଁ ଏହି ଅଞ୍ଚଳର ଛାତ୍ରଛାତ୍ରୀମାନେ ବହୁ ଆବଶ୍ୟକୀୟ ଇଂରାଜୀ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି। ସୂଚନାଯୋଗ୍ୟ ଯେ ସରକାର ଇତି ମଧ୍ୟରେ ଦୁଇଜଣ ଉଚ୍ଚଶିକ୍ଷିତ ଓଡ଼ିଆ ଲୋକସେବା ଆୟୋଗ ଦ୍ବାରା ମନୋନୀତ ଇଂରାଜୀ ଭାଷା ଅଧ୍ୟାପକ କଲେଜରେ ନିଯୁକ୍ତି ଦେଇସାରିଛନ୍ତି। ଇଂରାଜୀ […]
ମଡେଲ ଡିଗ୍ରୀ କଲେଜରେ ଇଂରାଜୀ ସମ୍ମାନ ଖୋଲିବା ଓ ଖେଳପଡ଼ିଆ ନିର୍ମାଣ ଦାବିନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲାର ଏକମାତ୍ର ସରକାରୀ ମହାବିଦ୍ୟାଳୟ ଭାବେ ମଡେଲ ଡିଗ୍ରୀ କଲେଜ ୨୦୧୬ ମସିହାରେ ସ୍ଥାପିତ ହୋଇ ବିଜ୍ଞାନ ଓ କଳା ଶ୍ରେଣୀରେ ଶିକ୍ଷାଦାନ ଅବ୍ୟାହତ ରଖିଥିବାବେଳେ ଏଠାରେ ଇଂରାଜୀ ବିଷୟରେ ସମ୍ମାନ ନଖୋଲିବା ଯୋଗୁଁ ଏହି ଅଞ୍ଚଳର ଛାତ୍ରଛାତ୍ରୀମାନେ ବହୁ ଆବଶ୍ୟକୀୟ ଇଂରାଜୀ ଶିକ୍ଷାରୁ ବଞ୍ଚିତ ହେଉଛନ୍ତି। ସୂଚନାଯୋଗ୍ୟ ଯେ ସରକାର ଇତି ମଧ୍ୟରେ ଦୁଇଜଣ ଉଚ୍ଚଶିକ୍ଷିତ ଓଡ଼ିଆ ଲୋକସେବା ଆୟୋଗ […]
ସମ୍ବଲପୁରୀ ଗାୟିକା ରୁକ୍ସନା ବାନୋଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତିରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି।ତେବେ ରୁକ୍ସନାଙ୍କର ସ୍କ୍ରାବ୍ ଟାଇଫସରେ ମୃତ୍ୟୁ ଘଟିଥିବା ଜଣାଯାଇଛି।ତେବେ ଏନେଇ ଏମ୍ସ କର୍ତ୍ତୁପକ୍ଷଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।। ମାତ୍ର ସ୍ଲୋ ପଏଜନ୍ ଯୋଗୁ ରୁକ୍ସାନାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଜଣେ ସମ୍ବଲପୁରୀ ଗାୟକଙ୍କ ନାଁରେ ପରିବାର ଲୋକ ଅଭିଯୋଗ ଆଣିଛନ୍ତି।ଦୁଇ ମାସ ଧରି ରୁକୁ ସୁନା ନିର୍ଯ୍ୟାତନା ଦେଇ ଆସୁଥିବା […]
ସବୁ ଜିଲ୍ଲାରେ ହେବ ମେଡିକାଲ କଲେଜ । ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ ବୋଲି ଆଜି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ମେଡିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍ ରହିଛି । ଏଣିକି ଅବସରପ୍ରାପ୍ତ ଅଧ୍ୟାପକ ପଢାଇବେ ପାଠ । ଦେଶ ବାହାରେ ବିଭିନ୍ନ ବିଶ୍ୱବିଦ୍ୟାଳୟର ଅଧ୍ୟାପକ ପାଠ ପଢାଇବେ । ଅନଲାଇନରେ ପାଠ ପଢାଇବେ ଅଧ୍ୟାପକ ।ତାଳଚେର ଓ କନ୍ଧମାଳରେ ଆଉ ଦୁଇଟି ମେଡିକାଲ କଲେଜ ନିର୍ମାଣ ପାଇପ ଲାଇନରେ […]
ରାଜ୍ୟରେ ମୋହନ ସରକାରକୁ ୧୦୦ ଦିନ ପୂରୁଛି। ଲୋକଙ୍କ ପାଖରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ପୁରୀରେ ବଡ଼ ଆୟୋଜନ କରିଛି ବିଜେପି। ଶହେ ଦିନ ପୂର୍ତ୍ତି ଉତ୍ସବ କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ ଏବଂ ସାଂସଦ ସାମିଲ ହେବେ | ରାଜ୍ୟ କାର୍ଯ୍ୟାଳୟଠାରେ ବୁଧବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ମନମୋହନ କହିଛନ୍ତି, ମୋଦି ଗତ ୧୦ ବର୍ଷରେ ଗରିବ ବାସହୀନଙ୍କୁ ପକ୍କାଘର,୫ କେଜି […]
ଚନ୍ଦ୍ରଯାନ-୩ ର ସଫଳତା ପରେ ଚନ୍ଦ୍ରଯାନ-୪କୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଚନ୍ଦଯାନ-୪ ମିଶନକୁ ମଞ୍ଜୁରୀ ମିଳିଛି । । ଏହି ମିଶନ ଅନୁଯାୟୀ, ଭାରତୀୟ ମହାକାଶଚାରୀଙ୍କୁ ଚନ୍ଦ୍ରରେ ଅବତରଣ କରାଇ ସେମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବ। ସେହିପରି ଏହି ମିଶନରେ ଚନ୍ଦ୍ରରୁ ଚଟାଣ ଓ ମାଟି ପରି ନମୁନା ସଂଗ୍ରହ କରି ଭାରତ ଅଣାଯିବ, ଯାହାକୁ ନେଇ ଭାରତୀୟ ମହାକାଶ ଗବେଶଣା ସଂଗଠନ(ଇସ୍ରୋ) ପକ୍ଷରୁ […]
ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା। ତେବେ ଏହାର ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏହି ଚାକିରି ପାଇଁ ଆପଣଙ୍କ ବୟସ ୨୧-୩୮ ହୋଇଥିବା ଆବଶ୍ୟକ। ଏସଇବିସି ପରିକ୍ଷାର୍ଥୀଙ୍କୁ ୫ବର୍ଷ ପାଇଁ ଛାଡ କରାଯାଇଛି। ସେହିପରି ଏସସି-ଏସଟି ନାମାଙ୍କନ କରିଥିବା ପ୍ରାର୍ଥୀଙ୍କୁ ୫ବର୍ଷ ପାଇଁ ମଧ୍ୟ ଛାଡ କରାଯିବ। ମହିଳାଙ୍କୁ ୫ବର୍ଷ ଓ ପିଡବ୍ଲୁଡି ପରିକ୍ଷାର୍ଥୀଙ୍କୁ ୧୦ବର୍ଷ ଯାଏଁ […]
ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି। କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ଓ ମଣ୍ଡିରେ ଧାନ ସଂଗ୍ରହ ପ୍ରକ୍ରିୟାର ସରଳୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।ଚଳିତ ବର୍ଷ ଏକ କୋଟି ମେଟ୍ରିକ ଟନ୍ ଧାନ ସଂଗ୍ରହର ଲକ୍ଷ୍ୟ ରଖାଯାଇଛି । ସଂଗୃହିତ ଧାନକୁ ସୁରକ୍ଷିତ ରଖିବା ନିମନ୍ତେ ପର୍ଯ୍ୟାପ୍ତ […]
ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।* ବୃଷ : ଆଜି ନିଜର ଉତ୍ସାହ ଗୁଣ ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]
ରତ୍ନ ଭଣ୍ଡାର ତଦାରଖ କରି ଫେରିଲେ ବିଶେଷଜ୍ଞ ଟିମ୍ । ତଦାରଖ କରି ଫେରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ସୂଚନା । ବୁଧବାର ପ୍ରାରମ୍ଭିକ ଯାଞ୍ଚରୁ ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ଥିବା ଜାଣିବା ସମ୍ଭବ ନୁହେଁ ବୋଲି ଏଏସଆଇର ବିଶେଷଜ୍ଞ ଟିମ୍ କହିଛି। କେବଳ ଲେଜର ସ୍କାନିଂ ଦ୍ବାରା ରତ୍ନଭଣ୍ଡାରର ସମ୍ପୂର୍ଣ୍ଣ ଯାଞ୍ଚ ହେବା ସମ୍ଭବ ନୁହେଁ। ଏଣୁ ଆଗାମୀ ଦିନରେ ଖୁବଶୀଘ୍ର ଜିପିଆର ସର୍ଭେ କରାଯିବ। ଜିପିଆର ସର୍ଭେ […]
ପୁଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢିଲା । ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢାଇଲେ ରାଜ୍ୟ ସରକାର ।ଖୁରାନିଆ ଅଗଷ୍ଟ ୧୬ରେ ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳକୁ ସରକାର ସର୍ବନିମ୍ନ ୨ ବର୍ଷ ବଢ଼ାଇଛନ୍ତି।ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ ।ତାଙ୍କ ଚାକିରି କାଳ ମଧ୍ୟରେ ସେ ସୋନପୁର, ନୟାଗଡ଼, ଯାଜପୁର, […]
