ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି । ଆଜିଠୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲାଠାରୁ ହିତାଧିକାରୀ ମାନେ ଏହାର ସୁବିଧା ପାଇପାରିବେ । ନିୟମିତ ସରକାରୀ କର୍ମଚାରୀ ଏବଂ ଆୟକର ଦେଉଥିବା ଲୋକଙ୍କୁ ବାଦ ଦେଲେ ଗାଁର ସବୁ ଲୋକ ଏହି ସୁବିଧା ପାଇପାରିବେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ […]
ଦେଶର ପ୍ରଥମ ଅଣ୍ଡର ଓ୍ୱାଟର ମେଟ୍ରୋର ଲୋକାର୍ପଣ । ବୁଧବାର ଏହାର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନସାଧାରଣଙ୍କ ପାଇଁ ଦେଶର ପ୍ରଥମ ଅଣ୍ଡର ୱାଟର ମେଟ୍ରୋ ସେବାକୁ ଉତ୍ସର୍ଗ କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ୧୫,୪୦୦ କୋଟି ଟଙ୍କା ମୂଲ୍ୟର ଅନେକ ସଂଯୋଗ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ନୂତନ ମେଟ୍ରୋ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଚନ୍ତି। ଏହା ସହିତ ଭାରତରେ ନଦୀ […]
ବୁଧବାର ପବିତ୍ର ପଙ୍କୋଦ୍ଧାର ଏକାଦଶୀ। ପୁରୀର ଶ୍ରୀ ଲୋକନାଥ ଦେବଙ୍କ ପୀଠରେ ଆଜି ଦିନର ବିଶେଷ ମହତ୍ୱ ରହିଛି। ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ୱିତ ରାତିରୁ ଦ୍ୱାରଫିଟା ପରେ ବିଭିନ୍ନ ନୀତି କାନ୍ତି ବଢ଼ି ପଙ୍କ ଉଦ୍ଧାର ଓ ମାଘ ସ୍ନାନ କରାଯାଇ ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି।ପ୍ରଭୂ ଲୋକନାଥଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠା ସହକାରେ ଅପେକ୍ଷା କରି ରହିଛନ୍ତି। ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୂଙ୍କୁ ଭକ୍ତମାନେ […]
ରେଳ ଯୋଗେ କେନ୍ଦୁଝରରୁ ସିଧାସଳଖ ଦିଲ୍ଲୀ ଯିବା ପାଇଁ ଜିଲ୍ଲାବାସୀ ଦେଖିଥିବା ସ୍ଵପ୍ନ ଏବେ ପୂରଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଯାହାପାଇଁ ଅନେକ ଥର ଜିଲ୍ଲାବାସୀ ତଥା ବିଭିନ୍ନ ସଂଗଠନ ରେଳ ମନ୍ତ୍ରଣାଳୟ ଓ ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ପୁରୀ-ଆନନ୍ଦ ବିହାର ଭାୟା କେନ୍ଦୁଝରଗଡ଼ ଟ୍ରେନର ଆଭାଷୀ ମାଧ୍ୟମରେ ଶୁଭ ଉଦ୍ଘାଟନ କରିଛନ୍ତି। ଟ୍ରେନଟି ପୁରୀରୁ ବାହାରି କେନ୍ଦୁଝରଗଡ଼ ଦେଇ ଆନନ୍ଦ ବିହାର ପର୍ଯ୍ୟନ୍ତ ଯିବ।କେନ୍ଦୁଝର […]
ମହେନ୍ଦ୍ର ସିଂ ଧୋନୀ ଚେନ୍ନାଇ ସୁପର କିଙ୍ଗ୍ସକୁ ତାଙ୍କ ଅଧିନାୟକତ୍ୱରେ ଆଇପିଏଲ ୨୦୨୩ ଟାଇଟଲ ଜିତିଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ମୋଟ ୫ଟି ଆଇପିଏଲ ଟାଇଟଲ ଜିତିଛି। ଏବେ ପୁଣି ଥରେ ପ୍ରଶଂସକମାନେ ଆଶା କରୁଛନ୍ତି ଯେ ଧୋନୀ ଅଧିନାୟକ ଭାବେ ଚେନ୍ନାଇ ପାଇଁ କିଛି କରିବେ। ଧୋନୀ ନିଜ ଫେସବୁକ ପୋଷ୍ଟରେ ଲେଖିଛନ୍ତି ଯେ ନୂଆ ସଂସ୍କରଣ ଓ ନୂଆ ଭୂମିକା ପାଇଁ ଆଉ ଅପେକ୍ଷା କରି ହେଉନି । ଆପଣ ମାନେ ମୋ ଯୋଡ଼ି […]
*ମେଷ:-କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ଅପପେକ୍ଷା ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମ ଗୁଡିକ ଅଧାରେ ଅଟକିଯିବ। ପାରିବାରିକ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ କଷ୍ଟ ସ୍ବୀକାର କରିବେ।* *ବୃଷ:-ଆଜି ଆପଣଙ୍କର ମାନସିକ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହି ନପାରେ। ଅଭାବ ନଥିଲେ ମଧ୍ୟ ଆକସ୍ମିକ ଆବଶ୍ୟକତା ପୂରଣ କ୍ଷେତ୍ରରେ ଅସୁବିଧା ମନେ କରିବେ। କର୍ମକ୍ଷେତ୍ରରେ ଅନ୍ୟକୁ ସାହାଯ୍ୟ […]
ନୟାଗଡ଼,(ଲକ୍ଷ୍ମୀଧର ସାହୁ): ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଆଜି ପଞ୍ଚମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ବହୁ ପ୍ରତିକ୍ଷିତ ନାଟକ ‘ପତିିତପାବନ ବାନା ଆଉ କେତେ ବେଳକୁ’ । ଐତିହାସିକ ପୃଷ୍ଠଭୂମି ଆଧାରରେ ଭକ୍ତ-ଭଗବାନଙ୍କ ମଧ୍ୟରେ ଥିବା ଅନନ୍ୟ ସମ୍ପର୍କର ରୂପାୟନ ଘଟିଛି ଶ୍ରୀଜଗନ୍ନାଥ ସଂସ୍କୃତି କୈନ୍ଦ୍ରିକ ଏହି ନାଟକ ମଧ୍ୟରେ । ଅବିଶ୍ୱାସ,ସନ୍ଦେହ ଭିତରେ ପାରିବାରିକ ସମ୍ପର୍କ ରୁଗ୍ଣ-କ୍ଷତାକ୍ତ । ସେ ସାଧାରଣ ବ୍ୟକ୍ତି ହୁଅନ୍ତୁ କିମ୍ବା ଗଜପତି ଦିବ୍ୟସିଂହ ଦେବ ହୁଅନ୍ତୁ-କିଛି ବି ପାର୍ଥକ୍ୟ ନାହିଁ । […]
ବଲିଉଡ୍ର ବାଜିରାଓ ରଣବୀର ସିଂ। ଆସନ୍ତା ୨ ବର୍ଷ ମଧ୍ୟରେ ସେ ଅନେକ ବଡ ଫିଲ୍ମରେ ଦେଖିବାକୁ ମିଳିବ। ଆଗାମୀ ଦିନରେ ‘ଶକ୍ତିମାନ’ ଓ ‘ସିଘଂମ୍ ଏଗେନ’ ଚଳଚ୍ଚିତ୍ରରେ ରଣବୀର ନିଜ ଜଲୱା ଦେଖାଇବେ ବୋଲି ପୂର୍ବରୁ ସୂଚନା ଦେଇଥିଲେ। ତେବେ ଏଥି ମଧ୍ୟରେ ସେ ଆଦିତ୍ୟ ଧରଙ୍କ ସହ ହାତ ମିଳାଇଛନ୍ତି। ଆଉ ଏକ ଆକ୍ସନ୍ ଫିଲ୍ମ ପାଇଁ ସାଇନ୍ କରିଛନ୍ତି। ନିର୍ଦ୍ଦେଶକ ଆଦିତ୍ୟ ଧର ଆଗାମୀ ଦିନରେ ଗୋଟିଏ ବିଗ୍ ବଜେଟର ଆକ୍ସନ୍ ଫିଲ୍ମ […]
ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ସୋମବାର ଶେଷ ହୋଇଛି। ଫେବୃଆରୀ ୨୦ ତାରିଖରୁ ଏହା ଆରମ୍ଭ ହୋଇଥିଲା। ଶେଷ ଦିନରେ ଛାତ୍ରୀଛାତ୍ର ସାମାଜିକ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ନିର୍ଦ୍ଧାରିତ ସମୟରେ ପରୀକ୍ଷା ସାରିବା ପରେ ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରରୁ ଖୁସିହୋଇ ବାହାରିଥିଲେ ।ଚଳିତବର୍ଷ ୨ ହଜାର ୯୯୧ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରୀଛାତ୍ର ଶୃଙ୍ଖଳାରସହ ପରୀକ୍ଷା ଦେଇଛନ୍ତି । ସେହିପରି ୭ ହଜାର ୮୩୧ ପରୀକ୍ଷାର୍ଥୀ […]
ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ। ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ୧୯ହଜାର ୬ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ।ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ ବିପୁଳ ଜନସମାବେଶ ହୋଇଛି। ଏହି ଅବସରରେ […]
ଓଡ଼ିଶାର ବରପୁତ୍ର ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜନ୍ମବାର୍ଷିକୀ ପାଳିତ ହେଉଛି । ଏହି ଅବସରରେ ସାରା ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ […]
ରାଜ୍ୟରେ ସାମାନ୍ୟ ବଦଳିଛି ପାଗ, ତାତିରୁ ଆଶ୍ୱସ୍ତି ମିଳିଛି । ମଙ୍ଗଳବାର ସକାଳୁ ଅନେକ ସ୍ଥାନରେ ମେଘୁଆ ପାଗ ସମେତ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମଙ୍ଗଳବାର ଓ ବୁଧବାର ପାଗ ଶୁଖିଲା ରହିବ। ପୁଣି ୭ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପେଗ କେନ୍ଦ୍ର ପକ୍ଷରୂ ସୂଚନା […]
