ମଣ୍ଡିରେ ଚାଷୀ ହଇରାଣ ହେବା ଏବଂ ଧାନ ସଂଗ୍ରହ ନେଇ ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ କରିବା କ୍ଷେତ୍ରରେ ଚରମ ବିଫଳତା ସମ୍ବନ୍ଧେରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠି।ନବୀନ ପଟ୍ଟନାୟକ ନିଜ ଚିଠିରେ ଲେଖିଛନ୍ତି ଯେ, ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ ତତ୍ଜନିତ କଷଣର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ଦୁଃଖର ସହ ମୁଁ ଆପଣଙ୍କ ଦୃଷ୍ଟି ଆକର୍ଷଣ କରୁଛି। କୃଷି ହେଉଛି ଓଡିଶାର ଜୀବନ […]
ଭାରତ ଘରୋଇ ମହାକାଶ କ୍ଷେତ୍ରରେ ନିଜର କ୍ଷମତା ବୃଦ୍ଧି କରୁଛି। ଅହମଦାବାଦ ସ୍ଥିତ ଆଜିସ୍ତା ଇଣ୍ଡଷ୍ଟ୍ରିଜ୍ ପ୍ରାଇଭେଟ୍ ଲିମିଟେଡ୍, ଏହାର ଏରୋସ୍ପେସ୍ ଭର୍ଟିକାଲ୍ ମାଧ୍ୟମରେ ଏକ ଉପଗ୍ରହରୁ କକ୍ଷପଥରେ ଥିବା ବସ୍ତୁଗୁଡ଼ିକର ଚିତ୍ର ଉତ୍ତୋଳନ କରିବାର ସ୍ୱଦେଶୀ କ୍ଷମତା ପ୍ରଦର୍ଶନ କରିଛି। ଭାରତୀୟ ମହାକାଶ ସ୍ଥିତି ସଚେତନତାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ। ଏହାକୁ କକ୍ଷପଥ ଗୁପ୍ତଚରଗିରି କୁହାଯାଏ।୮୦ କିଲୋଗ୍ରାମ ଭୂପର୍ଯ୍ୟବେକ୍ଷଣ ସାଟେଲାଇଟ୍ ଏଏଫ୍ଆର୍ ବ୍ୟବହାର କରି ଆଜିସ୍ତା ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)ର […]
ଜଣେ ତିବ୍ବତୀୟ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗରେ ନାବାଳକ ଅଟକ। ଗଜପତି ଜିଲ୍ଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା। ବାପା ମାଆ ଦୁହେଁ ସମ୍ପର୍କୀୟଙ୍କ ଘରକୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଏକୁଟିଆର ସୁଯୋଗ ନେଇ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପରିବାର ଲୋକେ ଜାଣିବା ପରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତିରେ ଏକ ମାମଲା ରୁଜୁ କରିବା ସହ ନାବାଳକଙ୍କୁ ଥାନାକୁ […]
ସଂସଦକୁ ଉଡ଼ାଇବାକୁ ବୋମା ଧମକ । ଏହାସହିତ ଦିଲ୍ଲୀର ପ୍ରମୁଖ ୯ଟି ସ୍କୁଲକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ବୋମା ଧମକ ମିଳିବା ପରେ ସଂସଦ ଏବଂ କୋର୍ଟ ପରସରକୁ ଖାଲି କରାଯାଇଛି । ତେବେ ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ଧମକ । ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ ରେ ଉଲ୍ଲେଖ କରାଯାଇଛି । ବୋମା ଧମକ ପରେ ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି ହୋଇଛି । ଦିଲ୍ଲୀ ପୁଲିସ, ଅଗ୍ନିଶମ ଟିମ୍, ବମ୍ […]
ପରିବାର ଲୋକଙ୍କ ଦାୟିତ୍ୱହୀନତା ଯୋଗୁଁ ଉକୁଣୀ ପାଇଁ ଜଣେ ୧୨ ବର୍ଷିୟା ନାବାଳିକାର ଜୀବନ ଚାଲିଯାଇଛି । ଘଟଣା ଘଟିଛି ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ । ସୂଚନା ଅନୁସାରେ ଲକ୍ଷ୍ମୀପ୍ରିୟା ସ୍ଥାନୀୟ ବିଦ୍ୟାଳୟରେ ୬ଷ୍ଠ ଶ୍ରେଣୀର ଛାତ୍ରୀ ଥିଲେ । କିଛି ମାସ ତଳେ ତାଙ୍କ ମୁଣ୍ଡରେ ଉକୁଣୀ ହୋଇଥିଲା। ଅନେକ ପ୍ରତିକାର କରିବା ସତ୍ତ୍ୱେ ଭଲ ହୋଇନଥିଲା ।ମା’ ସତ୍ୟଭାମା ସାହୁ ଲଣ୍ଡା ହେବାକୁ କହିଥିଲେ । ହେଲେ ଲକ୍ଷ୍ମୀପ୍ରିୟା […]
ଆସନ୍ତା୧୮ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ । । ଏହି ପରୀକ୍ଷା ପରିଚାଳନା କିଭଳି ଭାବେ ସ୍ୱଚ୍ଛ ଓ ଶୃଙ୍ଖଳିତ ହେବା ସେଥିଲାଗି ଅଣ୍ଟା ଭିଡ଼ିଛି ପରିଷଦ । ପୁଲିସ ସୁରକ୍ଷାରେ ହବ୍ରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ଓ ଉତ୍ତର ଖାତା ପ୍ୟାକେଟ୍ ପରିବହନ ହେବ । ସକାଳ ସାଢ଼େ ୮ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବ । ପରୀକ୍ଷାର୍ଥୀଙ୍କୁ କେନ୍ଦ୍ରକୁ ପ୍ରବେଶ ସମୟରେ […]
ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଶ୍ରମିକ ସଂଗଠନ । ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନର ଧର୍ମଘଟ ଡାକରାକୁ ସମର୍ଥନ କରିବ କଂଗ୍ରେସ । କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍ ବାତିଲ ସହିତ ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା ୧୨ ତାରିଖରେ ଧର୍ମଘଟ ଓ ବନ୍ଦ ଡାକରା ଦିଆଯାଇଛି। ତେବେ ଉପା ଅମଳରୁ ଚାଲିଆସିଥିବା କଲ୍ୟାଣକାରୀ ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଆଇନକୁ କେନ୍ଦ୍ର ସରକାର […]
ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ। ଏହାର ପ୍ରଭାବରେ ଶୀତ କମିଯିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ ସାମାନ୍ୟ ଅଧିକ ରହିପାରେ। ସେହିଭଳି ୧୨ […]
ମେଷଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ। ବୃଷଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ ମଧ୍ୟ ଝିନଝଟ୍ ଜନିତ ବ୍ୟସ୍ତତାରୁ ମୁକ୍ତି ମିଳିବ ନାହିଁ। ଏପରି କି ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ, ନତୁବା ଆକସ୍ମିକ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ମାର୍ଚ୍ଚ ୧୫ରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ଅନୁଷ୍ଠିତ ହେବ। ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ ଭଳି ଚଳିତ ବର୍ଷ ମାର୍ଚ୍ଚ ୧୫ ରୁ ୨୧ ତାରିଖ ଯାଏଁ ନାଟକ ମହୋତ୍ସବ ଆୟୋଜନ କରିବାକୁ ଯାଉଛି । ଏଥିରେ ଭୁବନେଶ୍ବର, ସମ୍ବଲପୁର,ବାରିପଦା, ବାଲେଶ୍ୱର ଏବଂ ନୟାଗଡ଼ ପ୍ରଭୃତି ସ୍ଥାନର ଧୁରୀଣ ନାଟ୍ୟାନୁଷ୍ଠାନ ମାନେ ସେମାନଙ୍କ ନାଟକ ପରିବେଷଣ କରିବେ ବୋଲି […]
ମେଷଆଜିର ଦିନଟିରେ ଆପଣଙ୍କ ଆତ୍ମିଅଙ୍କ ସହଯୋଗ କରିବାରୁ ଆନନ୍ଦିତ ରହିବେ । ବସ୍ତ୍ରଭୂଷଣ ପ୍ରାପ୍ତି ମାଧ୍ୟମରେ ଦିନଟି ଖୁସିରେ ଅତିବାହିତ କରିବେ। ସ୍ବାସ୍ଥ୍ୟ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ । ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ ମିଳିବ। ବୃଷସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ବଶତଃ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ […]
ନୟାଗଡ଼: ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସ ସଭାପତି ମଲ୍ଲୀକାର୍ଜୁନ ଖର୍ଗେ ଜୀଙ୍କ ନିର୍ଦ୍ଦେଶ କ୍ରମେ ଦେଶବ୍ୟାପୀ ମନରେଗା ବଞ୍ଚାଓ ଆନ୍ଦୋଳନ ପରିପ୍ରେକ୍ଷୀରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶଙ୍କ ଅଧ୍ଯକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମନରେଗା ବଞ୍ଚାଓ, ଟାଟା ପାୱାର ମନମାନୀ ଓ ଚାଷୀ ଶୋଷଣ ପ୍ରତିବାଦରେ, ଧାରଣା ଓ ବିକ୍ଷୋଭ କରାଯାଇ ଜିଲ୍ଲାପାଳ ମଧୁମିତା ରଥଙ୍କୁ ମନରେଗା ଆଇନର ସୁରକ୍ଷା ପାଇଁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ଦାଶଙ୍କ ଅଧ୍ଯକ୍ଷତାରେ […]
