ଫେବୃଆରୀ ୧୭ ତାରିଖରୁ ବିଧାନସଭା ବଜେଟ ଅଧିବେଶନ । ଫେବୃଆରୀ ୨୦ରେ ଆଗତ ହେବ ରାଜ୍ୟ ବଜେଟ ୨୦୨୬- ୨୭ । ଏପ୍ରିଲ ୮ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ ବଜେଟ୍ ଅଧିବେଶନ । ଫେବ୍ରୁଆରୀ ୨୦ ଶୁକ୍ରବାର ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଫେବ୍ରୁଆରୀ ୨୩ ଓ ୨୪ରେ ବଜେଟ୍ ଉପରେ ଗୃହରେ ଆଲୋଚନା କରାଯିବ ।ତେବେ ବଡ କଥା ହେଉଛି ରାଜ୍ୟ ସରକାର ଫେବୃଆରୀ ୨୦ରେ କେତେ ଟଙ୍କାର ବଜେଟ […]
ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲଗୁଡ଼ିକ ଛାତ୍ରୀମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲରେ ମାସିକ ଧର୍ମ (ମାସିକ ଋତୁସ୍ରାବ) ସମୟରେ ଝିଅମାନେ ସମ୍ମୁଖୀନ ହେଉଥିବା ସମସ୍ୟାର ସମାଧାନ ପାଇଁ ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ଏକ ଆବେଦନ ଉପରେ ଏହି ଗୁରୁତ୍ୱପୂର୍ଣ୍ଣ ରାୟ ଦିଆଯାଇଛି।ସୁପ୍ରିମକୋର୍ଟ କହିଛନ୍ତି ଯେ, […]
ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର । କେବଳ ଭୁବନେଶ୍ୱର କିମ୍ବା କଟକ ନୁହେଁ, ବରଂ ଓଡ଼ିଶାର ସମସ୍ତ ପୌରାଞ୍ଚଳରେ (ULBs) ଥିବା ପାର୍କଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ସାମଗ୍ରିକ ଉନ୍ନତି ପାଇଁ ଏକ ସମୟବଦ୍ଧ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ଆଜି ବିଭାଗୀୟ କାର୍ଯ୍ୟର ସମୀକ୍ଷା […]
ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ସହିତ ନଗର ଉନ୍ନୟନ ବିଭାଗର ନିର୍ଦେଶକ ଏବଂ କଟକ ଜିଲ୍ଲାପାଳ ମଧ୍ୟ ଆଶ୍ୱସ୍ତି ପାଇଛନ୍ତି । ଏହି ୩ ବରିଷ୍ଠ ଅଧିକାରୀ କୋର୍ଟଙ୍କ ଆଦେଶ ପାଳନ କରିଥିବା ନେଇ କମ୍ପଲାଇନ୍ସ ରିପୋର୍ଟ ଦାଖଲ କରିବା ସହ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିବା ପରେ ଅଦାଲତ ଅବମାନନା ମାମଲାକୁ ରଦ୍ଦ କରିଛନ୍ତି ହାଇକୋର୍ଟ ।ସୂଚନା ଯୋଗ୍ୟ, ସଚିବ ପାଢ଼ୀଙ୍କୁ ହାଇକୋର୍ଟ ଗତ […]
ବରିଷ୍ଠ ନାଗରିକଙ୍କୁ ପୁରୀ ବୁଲାଇବେ ରାଜ୍ୟ ସରକାର । ୬୦ରୁ ୭୫ ବର୍ଷ ବୟସ୍କ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ । ଖୁବଶୀଘ୍ର ଆରମ୍ଭ ହେବ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନା । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ଚିଠି କରାଯାଇଛି । ୩୫ ହଜାର ଲୋକଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ପଞ୍ଚାୟତ ସ୍ତରରେ ହିତାଧିକାରୀ ଚୂଡାନ୍ତ କରିବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ଶ୍ରୀ ଜଗନ୍ନାଥ ଦର୍ଶନ […]
ବିଧାୟକଙ୍କ ଦରମା ବୃଦ୍ଧି ବିଲ୍ ଉପରେ ଚଳିତ ଅଧିବେଶନରେ ପୁନଃବିଚାର ହୋଇପାରେ। ଏନେଇ ସୂଚନା ଦେଇଛନ୍ତି କମିଟି ଅଧ୍ୟକ୍ଷ ଭାସ୍କର ମଢ଼େଇ। ମଢେଇ କହିଛନ୍ତି ବର୍ଦ୍ଧିତ ଦରମା ସମ୍ପର୍କରେ ପୁନଃବିଚାର ପାଇଁ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଥିଲେ। ଆସନ୍ତା ବଜେଟ ଅଧିବେଶନରେ ପୁନଃବିଚାର ହୋଇ ବିଲ ପାରିତ ହୋଇପାରେ । କିଛି କମ ହୋଇପାରେ ବିଧାୟକଙ୍କ ଦରମା । ଭାସ୍କର ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ […]
ଧୁମଧାମରେ ଚାଲିଛି ଖଣ୍ଡଗିରି ମେଳା | କିନ୍ତୁ ଚଳିତ ବର୍ଷ ଯେଉଁମାନେ ଅନ୍ଧବିଶ୍ୱାସକୁ ପ୍ରଶ୍ରୟ ଦିଆଯିବନି ବୋଲି ନିୟମ କରିଥିଲେ, ସେମାନେ ଏବେ ଚୁପ୍ ବସିଛନ୍ତି । ଖଣ୍ଡଗିରି ମେଳାରେ ଲାଗିଛି ବାବାଙ୍କ ଦରବାର ଆଉ ଭୁବନେଶ୍ୱର ସହ କଟକ, ପୁରୀ, ନୟାଗଡ଼, ଯାଜପୁର, ଗଞ୍ଜାମ, ଏପରିକି ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶରୁ ଆସୁଛନ୍ତି ଭକ୍ତ । କିଏ ଆଗେ ଭେଟିବ, କିଏ ପ୍ରଥମେ ପରାମର୍ଶ ନେବ ଏଥିପାଇଁ ସକାଳୁ ଆସି ଜଗୁଛନ୍ତି । ସନ୍ଧ୍ୟା ଓ ରାତିକୁ ଆସୁଛନ୍ତି […]
ନବ ଦାସ ହତ୍ୟା ମାମଲାର ଖୁବ୍ଶୀଘ୍ର ଖୁଲାସା ହେବ କହିଲେ ଆଇନ ମନ୍ତ୍ରୀ । ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି ଆଇନ ମନ୍ତ୍ରୀ। ପରିବାର ଲୋକଙ୍କ ସନ୍ଦେହକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି ।ମାମଲାର ସତ୍ୟତା, ଷଡ଼ଯନ୍ତ୍ର ଓ ସମ୍ପୃକ୍ତି ନେଇ ଆମୂଳଚୂଳ ତଦନ୍ତ ହେବ’ |ସୂଚନାମୁତାବକ ୨୯ ଜାନୁଆରୀ ଗୁରୁବାର ନବଙ୍କ ତୃତୀୟ ଶ୍ରାଦ୍ଧ ବାର୍ଷିକ ସଭା ଝାରସୁଗୁଡା ବେହେରାମାଲ ସ୍ଥିତ ନବଦାସ […]
ଓଡ଼ିଶା ଜଙ୍ଗଲରେ ଦେଖାଗଲା କଳା ବାଘ। କଳା ରଙ୍ଗର କଲରା ପତରିଆ ବାଘ ଟ୍ରାପ କ୍ୟାମେରାରେ ଧରାପଡ଼ିଛି।ନୟାଗଡ ଜିଲ୍ଲାର ଜଙ୍ଗଲରେ ବାଘଗଣନା ଶେଷ ହୋଇନଥିଲେ ମଧ୍ୟ ଟ୍ରାପ୍ କ୍ୟାମେରା ଭିଜୁଆଲ୍ କୁ ଭିତ୍ତି କରି ଏବେ ପାଖାପାଖି ୭ଟି କଳାବାଘ ରହିଥିବା ଅନୁମାନ କରାଯାଉଥିବା ଡିଏଫଓ କହିଛନ୍ତି ।ସେହିପରି ବନ୍ୟଜନ୍ତୁଙ୍କ ବଂଶ ବୃଦ୍ଧି ଏବଂ ସେମାନଙ୍କ ସ୍ୱାସ୍ତ୍ୟ ସନ୍ତୁଳନ ପାଇଁ ବନବିଭାଗ ପକ୍ଷରୁ ଜଙ୍ଗଲର ବିଭିନ୍ନ ସ୍ଥାନରେ ସଲ୍ଟ ଲେକ୍ କରାଯାଇଛି ଯାହାକୁ ଖାଇବା ପାଇଁ ସମସ୍ତ […]
ଅଭିନେତା ଅନୁଭବ ମହାନ୍ତିଙ୍କ ପାଇଁ ବଢିଲା ଅଡୁଆ । ଅନୁଭବଙ୍କ ଆବେଦନ ହାଇକୋର୍ଟରେ ଖାରଜ। ଅନୁଭବଙ୍କ ବିରୋଧରେ ଚାଲିବ ମାମଲା ।ପୁରୀଘାଟ ଥାନାରେ ଅନୁଭବଙ୍କ ଘରେ ରହୁଥିବା ସମୟରେ ଅନୁଭବ ଓ ଅନ୍ୟ ଦୁଇ କର୍ମଚାରୀଙ୍କ ବିରୋଧରେ ଏତଲା ଦେଇଥିଲେ ବର୍ଷା। ଭିଡିଓ ସୁଟିଂ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରିଥିଲେ ବର୍ଷା । ତଳ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ଅନୁଭବ ହାଇକୋର୍ଟ ଯାଇଥିଲେ। ଆବେଦନ ଖାରଜ ପରେ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ […]
କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ତଡୁଆ ବାହାଲରେ ଦୁର୍ଘଟଣା । ୫୨୦ ଜାତୀୟ ରାଜପଥ ଓଡିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ଯବାନଙ୍କୁ ନେଇ ଗୁଆଲିରୁ ଘଟଗାଁ ଯାଉଥିବା ଏକ ବସକୁ ପଛରୁ ଧକ୍କା ଦେଇ ଫେରାର ହେଲା ଟ୍ରକ ଡ୍ରାଇଭର । ଭାରସାମ୍ୟ ହରାଇ ବସଟି ଆଗରେ ଯାଇଥିବା ଅନ୍ୟ ଏକ ଟ୍ରକ ପଛରେ ପିଟି ହେବାରୁ ଗାଡିରେ ବସିଥିବା ଯାବାନ ଆହତ ହୋଇଛନ୍ତି । ୧୦ ଜଣଙ୍କୁ ଗଭୀର ଆଘାତ ଲାଗିଛି । ଆହତମାନଙ୍କୁ ଚମ୍ପୁଆ […]
କ୍ରମାଗତ ଭାବରେ ବୃଦ୍ଧି ପାଉଥିବା ସୁନା ଏବଂ ରୁପା ମୂଲ୍ୟରେ ବ୍ରେକ୍ ଲାଗିଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରାୟ ୮,୦୦୦ ହ୍ରାସ ପାଇଛି। ଗତକାଲି ୧୦ ଗ୍ରାମ ୨୪ କ୍ୟାରେଟ ସୁନାର ମୂଲ୍ୟ ୧,୭୮,୮୫୦ ଥିଲା, ଯାହା ଆଜି ୧,୭୦,୬୨୦। ଏହା ୮,୨୩୦ ହ୍ରାସକୁ ପାଇଛି।ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୭୦,୬୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୬,୪୦୦ ଟଙ୍କା ଛୁଇଁଛି । ସେହିପରି […]
