author

ରାଷ୍ଟ୍ରପତିଙ୍କ ଜନ୍ମମାଟିରେ ୪୭,୬୦୦ କୋଟିର କୋଟିର ମେଗା ଭେଟି ଦେଲେ ପ୍ରଧାନମନ୍ତ୍ରୀ

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୪୭ ହଜାର ୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ ଘାଟନ । ଓଡ଼ିଶାର ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଜନଜାତି କଲ୍ୟାଣକୁ ଏକ ନୂଆ ଦିଗ ଦେବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମିଳିତ ଭାବେ ୪୭ହଜାର ୬ଶହ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ରାଷ୍ଟ୍ରପତି କହିଛନ୍ତି ଯେ  ପ୍ରଧାନମନ୍ତ୍ରୀ ମୋର ଛୋଟ ଗାଁକୁ […]

ରଥଯାତ୍ରା ପାଇଁ ନୟାଗଡ଼ ସହରରୁ ପୁରୀକୁ ସ୍ୱତନ୍ତ୍ର ଟ୍ରେନ ଚଳାଚଳ ପାଇଁ ଦାବି

ନୟାଗଡ଼,(ଓଡ଼ିଶା ଦର୍ପଣ): ଆସନ୍ତା ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ସମୟରେ ନୟାଗଡ଼ ସହରରୁ ପୁରୀକୁ ଏକ ସ୍ୱତନ୍ତ୍ର ଟ୍ରେନ ଚଳାଇବା ପାଇଁ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ମଣ୍ଡଳ ରେଳ ପ୍ରବନ୍ଧକଙ୍କ ନିକଟରେ ଦାବି କରାଯାଇଛି।ନାଗରିକ ମଞ୍ଚ ପକ୍ଷରୁ ଡି.ଆର.ଏମ.ଙ୍କୁ ଦିଆଯାଇଥିବା ଏହି ସ୍ମାରକପତ୍ରରେ ଦର୍ଶାଯାଇଛି ଯେ, ରଥଯାତ୍ରା ସମୟରେ ନୟାଗଡ଼ ଜିଲ୍ଲାରୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାଇଥାନ୍ତି। ଯଦିଓ ରେଳ ବିଭାଗ ପକ୍ଷରୁ ଦଶପଲ୍ଲାରୁ […]

ରାଜଧାନୀରେ ପରକୀୟା ପ୍ରୀତି ପାଇଁ ବର୍ବର ହତ୍ୟାକାଣ୍ଡ

ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ। ଗାଡ଼କଣ ଶ୍ରୀ ସାଇ ବିହାରରେ ବର୍ବର ହତ୍ୟାକାଣ୍ଡ। ସ୍ତ୍ରୀ ସହ ପରକୀୟା ସମ୍ପର୍କ ଥିବା ବ୍ୟକ୍ତିଙ୍କୁ କଟୁରୀରେ ହାଣିଦେଲା ସ୍ଵାମୀ। ଚନ୍ଦ୍ରଶେଖର ପୁର ଥାନା ଅଞ୍ଚଳରେ କେଳୁଚରଣ ପାର୍କ କଡ଼ରେ ଘଟିଛି ଘଟଣା । ନୀଳକଣ୍ଠ ମହାନ୍ତି ନାମକ ହତ୍ୟାକାରୀକୁ କାବୁ କଲା ପୋଲିସ୍ ।ଘଟଣାସ୍ଥଳରେ ଜୋନ୫ ଏସିପି ସହ ମଞ୍ଚେଶ୍ୱର ଥାନା ଅଧିକାରୀ ପହଞ୍ଚି ସିସିଟିଭି ଯାଞ୍ଚ କରିଛନ୍ତି। ସୂଚନା ଅନୁସାରେ ଆପାର୍ଟମେଣ୍ଟରରେ ପୂର୍ବତନ ସଭାପତି ସୁଶିଲ […]

ଆଜିଠାରୁ ଆଇଟିଇପି ନାମଲେଖା ପାଇଁ ଆବେଦନ ଆରମ୍ଭ

ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ (Integrated Teacher Education Programme -ITEP) ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ଶନିବାର ଅପରାହ୍ନ ୨ଟାରୁ ସାମ୍‌ସ ପୋର୍ଟାଲରେ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଏହି ଆଦେଦନ ପ୍ରକ୍ରିୟା ଜୁଲାଇ ୫ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୧୦ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ସାମ୍‌ସ ପୋର୍ଟାଲରେ ଆବେଦନ କରିପାରିବେ। ନ୍ୟାଶନାଲ ଟେଷ୍ଟିଙ୍ଗ ଏଜେନ୍ସି (ଏନଟିଏ) ଦ୍ୱାରା […]

ପୁଣି ଏନଟିଏର ଅବହେଳା, ନିଟ୍ ପାଇଁ ଛାତ୍ର ଚୟନ କରିଥିଲେ ନାଗପୁର-ୱାର୍ଦ୍ଧା, ମିଳିଲା ଆବୁଧାବି ପରୀକ୍ଷା ସେଣ୍ଟର

ନିଟ୍ ୟୁଜି-୨୦୨୬ ପୁନଃପରୀକ୍ଷା ରବିବାର ଜୁନ୍ ୨୧ରେ ଅନୁଷ୍ଠିତ ହେବ । ଦେଶର ୨୨ ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ । ପରୀକ୍ଷା ପୂର୍ବରୁ ଏନଟିଏ ପରୀକ୍ଷା କେନ୍ଦ୍ର ସୂଚୀ ପ୍ରକାଶ କରିଥିଲା । ଆଉ ନାଗପୁର ବାସିନ୍ଦା ଅବ୍ଦୁଲା ମହମ୍ମଦଙ୍କ ସହିତ ହୋଇଥିବା ଘଟଣା ପୁଣିଥରେ ଏନଟିଏ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।ଏନଟିଏ ପରୀକ୍ଷା ପୂର୍ବରୁ ନୂତନ ଆଡମିଟ୍ କାର୍ଡ ଜାରି କରିଥିଲା । ନାଗପୁରର ଛାତ୍ର ଅବଦୁଲ୍ଲା ଜଣେ ଛାତ୍ରଙ୍କୁ ଦୁବାଇର […]

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ: ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଆଜି ଦେଶର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶୁଭ ଜନ୍ମଦିନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 1958 ମସିହା ଜୁନ 20 ତାରିଖରେ ମୟୂରଭଞ୍ଜ ଜିଲ୍ଲାର ଉପରବେଢ଼ା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ। ଆଜିର ମହାମହିମ ନିଜ ଜନ୍ମମାଟିରେ ଜନ୍ମଦିନ ପାଳନ କରିଛନ୍ତି।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାରା ଦେଶରୁ ଛୁଟୁଛି ଶୁଭେଚ୍ଛା ଏବଂ ଶୁଭକାମନା ବାର୍ତ୍ତା। ଏହି ଅବସରରେ ଦେଶର ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଏଁ […]

ମୟୁରଭଞ୍ଜ ପାହାଡପୁରରେ ପହଞ୍ଚିଲେ ମୋଦି

ମୟୁରଭଞ୍ଜ ପାହାଡପୁରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପାହାଡପୁର ହେଲିପାଡରେ ଓହ୍ଲାଇଲେ ପ୍ରଧାନମନ୍ତ୍ରୀ। ଏମଆଇ-୧୭ ହେଲିକପ୍ଟର ଯୋଗେ ପାହାଡପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ମଧ୍ୟ ଉପସ୍ଥିତ ରହିଛନ୍ତି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୮ତମ ଜନ୍ମଦିନ ଅବସରରେ ମୟୂରଭଞ୍ଜରେ ସୃଷ୍ଟି ହୋଇଛି ଏକ ଐତିହାସିକ ମୁହୂର୍ତ୍ତ । ଜନ୍ମମାଟିରେ ଜନ୍ମଦିନ, ଆଉ ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କ ସାଥ୍ । ନିଜ ଜନ୍ମଭୂମିରେ ଜନ୍ମଦିନ ପାଳନ କରୁଥିବା […]

ଜନ୍ମଦିନ ଅବସରରେ ଗୋଲାପୀ ଓ ନୀଳ ରଙ୍ଗର ସୁନ୍ଦର ପାଟ ଶାଢ଼ୀ ପିନ୍ଧିବେ ମହାମହିମ

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ । ଆଉ ଏହି ଜନ୍ମଦିନକୁ ନିଜ ଜନ୍ମମାଟିରେ ପାଳନ କରୁଛନ୍ତି ଦେଶର ପ୍ରଥମ ନାଗରିକ । ମୟୂରଭଞ୍ଜର ପାହାଡ଼ପୁର ଗାଁରେ ଏବେ ଉତ୍ସବର ମାହୋଲ । ରାଷ୍ଟ୍ରପତିଙ୍କ ଆଗମନକୁ ନେଇ ଦେଖିବାକୁ ମିଳିଛି ଖୁସିର ଲହରୀ । ଆଉ ଏହାରି ଭିତରେ ମହାମହିମଙ୍କ ପରିଧାନ କରିବାକୁ ଥିବା ସ୍ୱତନ୍ତ୍ର ପାଟ ଶାଢ଼ିକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି। ଜନ୍ମଦିନ ଅବସରରେ ସେ ଗୋଲାପୀ ଓ ନୀଳ ରଙ୍ଗର ସୁନ୍ଦର […]

ଭାରତକୁ FATFର ଉପାଧ୍ୟକ୍ଷ ପଦ : ପ୍ରଥମ ଥର ପାଇଁ ମିଳିଲା ବଡ ସଫଳତା

ଭାରତକୁ ଅନ୍ତର୍ଜାତୀୟ ମଞ୍ଚରେ ବଡ ସଫଳତା ।ପ୍ରଥମ ଥର ପାଇଁ ଭାରତକୁ ମନି ଲଣ୍ଡରିଂ ଏବଂ ଟେରର ଫାଇନାନସିଂ ବିରୋଧରେ ଲଢିବା ଦିଗରେ ସଫଳକା ମିଳିଛି । ୧୯୯୪ ବ୍ୟାଚର ଆଇଏଏସ ଅଧିକାରୀ ତଥା ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟର ସଚିବ ବିବେକ ଅଗ୍ରଓ୍ୱାଲଙ୍କୁ ଫାଇନାନ୍ସିଆଲ ଆକ୍ସନ୍ ଟାସ୍କ ଫୋର୍ସ ବା ଏଫଏଟିଏଫର ଉପାଧ୍ୟକ୍ଷ ପଦ ଦିଆଯାଇଛି ।ପ୍ରଥମ ଥର ପାଇଁ ଭାରତକୁ ଏଫଏଟିଏଫ ଭଳି ବୈଶ୍ୱିକ ସଂସ୍ଥାରେ ଉପାଧ୍ୟକ୍ଷ ପଦ ମିଳିଛି । ତାଙ୍କୁ ସଂସ୍ଥାର […]

ଆଜି ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା

ଆଜି ଉତ୍ତର ଓଡ଼ିଶାର ଅନେକ ସ୍ଥାନ ଏବଂ ଦକ୍ଷିଣ ଉପକୂଳର କିଛି ଜାଗାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତା ୨ ଦିନ ଭିତରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ କମିପାରେ ।ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ସିଇସି ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ବର୍ତ୍ତମାନ […]

ଜନ୍ମମାଟିରେ ଜନ୍ମଦିନ ପାଳିବେ ରାଷ୍ଟ୍ରପତି, ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି […]

ଆଜିର ରାଶିଫଳ(୨୦ ଜୁନ, ୨୦୨୬)

ମେଷଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ ବୃଷଆଜି ବନ୍ଧୁମାନଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଜଣେ ଆତ୍ମୀୟଙ୍କ ସହଯୋଗ ଦ୍ୱାରା ଅର୍ଥଲାଭ ଓ ସମ୍ମାନ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ । ଶିଳ୍ପ, ବାଣିଜ୍ୟ, […]