author

ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର ଘୋଷଣା

ମାଓବାଦୀଙ୍କୁ ଧରାଇ ଦେବା ପାଇଁ ୮ କୋଟି ୪୦ ଲକ୍ଷ ପୁରସ୍କାର ଘୋଷଣା । ୧୮ ମାଓବାଦୀଙ୍କ ମୁଣ୍ଡ ଉପରେ ମୋଟ୍ ୮ କୋଟି ୪୦ ଲକ୍ଷର ପୁରସ୍କାର ରଖାଯାଇଛି । ବୌଦ୍ଧ ପୋଲିସ ପକ୍ଷରୁ ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲାଗିଲା ପୋଷ୍ଟର । ପୋଷ୍ଟରରେ ମାଓବାଦୀଙ୍କ ନାଁ, ଫଟୋ ସହ ପୁରସ୍କାର ରାଶି ଉଲ୍ଲେଖ କରିଛି । ଯେଉଁ ବ୍ୟକ୍ତି ମାଓବାଦୀଙ୍କ ସମ୍ପର୍କରେ ପ୍ରଶାସନକୁ ଖବର ଦେବାକୁ ଚାହାନ୍ତି ସେମାନେ ୯୪୩୭୬୭୩୮୩୯ (9437673839) ନମ୍ବରରେ ଯୋଗାଯୋଗ […]

ଐତିହାସିକ ବାରବାଟୀ ଦୁର୍ଗ ଓ ଗଡ଼ଖାଇର ସୌନ୍ଦର୍ଯ୍ୟକରଣ ପାଇଁ ଖୁବ୍‌ଶୀଘ୍ର ପ୍ରସ୍ତାବ ଉପରେ ଲାଗିବ ମୋହର

କଟକ: ବଦଳିବ ଐତିହାସିକ ବାରବାଟୀ ଦୁର୍ଗର ରୂପରେଖ ।ବାରବାଟୀ ଦୁର୍ଗ ଚାରିପାର୍ଶ୍ବରେ ‘ପରିକ୍ରମା ମାର୍ଗ’ କରାଯିବାକୁ ଏକ ନୂଆ ଯୋଜନା ହୋଇଛି । ଯାହା ପର୍ଯ୍ୟଟକଙ୍କୁ ଭିନ୍ନ ଅନୁଭବ ଦେବ ।କେବଳ ପରିକ୍ରମା ମାର୍ଗ ନୁହେଁ, ନିର୍ମାଣ ପରେ କାମରେ ନଲାଗି ଦୀର୍ଘ ବର୍ଷ ଧରି ପଡିରହିଥିବା ଟୁରିଷ୍ଟ୍ ଇଣ୍ଟର୍‌ପ୍ରିଟେସନ୍ ସେଣ୍ଟର ବା ବ୍ୟାଖ୍ୟାନ କେନ୍ଦ୍ର ମଧ୍ୟ ଖୁବ୍ ଶୀଘ୍ର ପର୍ଯ୍ୟଟକଙ୍କ ବ୍ୟବହାର ଉପଯୋଗୀ କରାଯିବ । ଗଡ଼ଖାଇ ଖନନରୁ ବାହାରିଥିବା ଐତିହାସିକ ସାମଗ୍ରୀକୁ ଏଠାରେ ସ୍ଥାନିତ […]

ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି ଜେଲ୍ ଅନ୍ତେବାସୀ : ବାଜିବ ସାଇରନ୍

ଭୁବନେଶ୍ଵର, କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି କଏଦୀ।ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍ ଭିତରେ କରିପାରିବେନି ଗଣ୍ଡଗୋଳ। କଏଦୀଙ୍କୁ ଜଗିବ ଏଆଇ। ୧୮ଟି ଜେଲରେ ଖଞ୍ଜା ହେବ କ୍ୟାମେରା। ସନ୍ଦେହଜନକ ସ୍ଥିତିରେ ବାଜିବ ସାଇରନ୍। ଜେଲ୍ ଭିତର ହେଉକି ସେଲ୍ ଭିତର ସବୁଠି ଟିକନିକ୍ ନଜର ରଖିବ ଏଆଇ।ନିକଟରେ […]

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା,ବାଦ ପଡିଲେ ଶୁଭମନ୍‌ ଗିଲ୍‌

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏଥିରୁ ବାଦ ପଡିଛନ୍ତି ଉପ ଅଧିନାୟକ ଥିବା ଶୁଭମନ୍‌ ଗିଲ୍‌ । ପ୍ରଥମ କରି ଟି-୨୦ ବିଶ୍ୱକପ ଦଳର ନେତୃତ୍ୱ ନେବେ ସୂର୍ଯ୍ୟକୁମାର । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା ।ଭାରତୀୟ ସ୍କ୍ବାର୍ଡ : ସୂର୍ଯ୍ୟକୁମାର ଯାଦବ( ଅଧିନାୟକ), ଅଭିଷେକ ଶର୍ମା, ଅକ୍ଷର ପଟେଲ ( ଉପ ଅଧିନାୟକ), […]

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା।ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏବେ ସୁଦ୍ଧା ରାଜେନ୍ଦ୍ରଙ୍କ ଗୋଟିଏ ୩ ମହଲା କୋଠା, ୩ ଟି ଦାମୀ ପ୍ଲଟ, ସାଢେ ୩ ଲକ୍ଷ ନଗଦ ଟଙ୍କା, ୨୦୦ ଗ୍ରାମ ସୁନା, ୬୭ ଲକ୍ଷର ବ୍ୟାଙ୍କଜମା, ଗୋଟିଏ ୪ ଚକିଆ ଓ ୨ଟି ଦୁଇ ଚକିଆ ଗାଡ଼ି ଠାବ କରିଛି ଭିଜିଲାନ୍ସ […]

ଯୁବ କଂଗ୍ରେସର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଉ ଉଦ୍ୟମ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହି ଅଭିଯୋଗରେ ଗର୍ଜନ କରିଛି ଯୁବ କଂଗ୍ରେସ। ରାଜଧାନୀ ଭୁବନେଶ୍ବରରେ ବିକ୍ଷୋଭ ପ୍ରଦର୍ଶନ ସହ ଅଣ୍ଡାମାଡ଼ କରିଛି ଯୁବ କଂଗ୍ରେସ । ବାସଭବନ ଘେରାଉ ପାଇଁ ଯୁବ କଂଗ୍ରେସ ଦଳ ଗଲାବେଳେ ଅଧାବାଟରେ ଅଟକାଇଲା ପୋଲିସ । ଧଉଳି ପୀଡିତାଙ୍କୁ ନ୍ୟାୟ ଦେବା ଦାବିରେ ଯୁବ କଂଗ୍ରେସ ଅଣ୍ଡା ମାଡ କରି ଏହି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ତା ସହିତ ରାଜ୍ୟରେ ଯେତେ ମହିଳାଙ୍କ ଉପରେ ଅନ୍ୟାୟ, ଅତ୍ୟାଚାର […]

ସାମ୍ସ ଇ-ସ୍ପେସ୍ ୱେବ୍ସାଇଟ୍‌ରେ ଯୁକ୍ତ ୨ ଆଡମିଟ୍ ଉପଲବ୍ଧ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଯୁକ୍ତ ୨ ପରୀକ୍ଷା ପାଇଁ ଆଡ୍‌ମିଟ୍ କାର୍ଡ ପ୍ରକାଶ କରିଛି। ଆଡ୍‌ମିଟ୍ କାର୍ଡ ଶୁକ୍ରବାରଠାରୁ ସାମ୍ସ ଇ – ସ୍ପେସ୍ ୱେବସାଇଟ୍‌ରେ ଉପଲବ୍ଧ ହୋଇଛି। ସମସ୍ତ ଷ୍ଟ୍ରିମ୍‌ର ଛାତ୍ରଛାତ୍ରୀଙ୍କୁ ଆଡମିଟ୍ କାର୍ଡ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଆଡମିଟ୍ କାର୍ଡ ପ୍ରଦାନ ସମୟପରେ ନାଁ, ପିତା, ମାତାଙ୍କ ନାମ, ପରୀକ୍ଷା ବିଷୟର ବିଷୟକୁ ଭଲ ଭାବେ ଯାଞ୍ଚ କରି ପରୀକ୍ଷାର୍ଥୀଙ୍କୁ ପ୍ରଦାନ କରିବାକୁ କୁହାଯାଇଛି । ତେବେ […]

ନବମ ଶ୍ରେଣୀର ଛାତ୍ରଙ୍କୁ ରାଗିଂ ! ସ୍କୁଲ ଯିବାକୁ ଅମଙ୍ଗ ଛାତ୍ର

ମାଲକାନଗିରି: ନବମ ଶ୍ରେଣୀ ଛାତ୍ରଙ୍କୁ ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରଙ୍କ ନିସ୍ତୁକ ମାଡ଼ । ବିଦ୍ୟାଳୟର ନବମ ଶ୍ରେଣୀର କିଛି ଛାତ୍ରଙ୍କ ସହ ଯୁକ୍ତ ଦୁଇ ପ୍ରଥମ ବର୍ଷର କିଛି ଛାତ୍ରଙ୍କ ସହି ଯୁକ୍ତିତର୍କ ହୋଇଥିଲା । ଏହାପରେ ନବମ ଶ୍ରେଣୀର ୫ ଜଣ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିବା ସହ ବିଭିନ୍ନ ପ୍ରକାରର କାମ କରାଇ ନିର୍ଯାତନା ଦେଇଥିଲେ । ଶେଷରେ କିଛି ଛାତ୍ର ଏ ସଂପର୍କରେ ଅଭିଭାବକଙ୍କୁ ଘଟଣା ସଂପର୍କରେ ଜଣାଇଥିଲେ । […]

ବିମାନବନ୍ଦରରେ ଗୁଣ୍ଡାଗର୍ଦ୍ଦି, ପାଇଲଟଙ୍କ ମାଡରେ ଯାତ୍ରୀ ଲହୁଲୁହାଣ

ଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦରରେ ପାଇଲଟଙ୍କ ଗୁଣ୍ଡାଗର୍ଦ୍ଦି। ପାଇଲଟ ଜଣେ ଯାତ୍ରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ସ୍ପାଇସଜେଟର ଜଣେ ଯାତ୍ରୀ ଏକ ଇନଷ୍ଟାଗ୍ରାମ ପୋଷ୍ଟରେ କହିଛନ୍ତି ଯେ ଏୟାର ଇଣ୍ଡିଆ ଏକ୍ସପ୍ରେସର ପାଇଲଟ ତାଙ୍କୁ ବୋର୍ଡିଂ ଲାଇନ ଭାଙ୍ଗିବାକୁ ବିରୋଧ କରିବାରୁ ତାଙ୍କ ଉପରେ ଆକ୍ରମଣ କରାଯାଇଥିଲା। ଯାତ୍ରୀ ଅଙ୍କିତ ଦିୱାନ ଇନଷ୍ଟାଗ୍ରାମରେ ତାଙ୍କ ମୁହଁରେ ରକ୍ତ ଲାଗିଥିବା ଏକ ଫଟୋ ସେୟାର କରି ଆକ୍ରମଣର ବର୍ଣ୍ଣନା କରିଛନ୍ତି ଏବଂ ଏୟାରଲାଇନ୍ସ ଏବଂ ବିମାନବନ୍ଦର କର୍ତ୍ତୃପକ୍ଷଙ୍କ […]

ଦୁଷ୍କର୍ମ ପୀଡିତା ହେଲେ ଗର୍ଭବତୀ, ବନ୍ଧା ହେଲା ଅଭିଯୁକ୍ତ

ସୁନ୍ଦରଗଡ଼: ବୀରମିତ୍ରପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା। ଏଠାରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ନାବାଳିକା ୫ ମାସର ଗର୍ଭବତୀ ହେବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ବୀରମିତ୍ରପୁର ପୋଲିସ ଗୁରୁବାର ଗିରଫ କରି ଶୁକ୍ରବାର ସୁନ୍ଦରଗଡ଼ ପୋକ୍ସୋ କୋର୍ଟକୁ ଚାଲାଣ କରିଛି। ଅଭିଯୁକ୍ତ ହେଲେ କୁଲଦୀପ ହାସଦା(୨୩)। ଏନେଇ ପୋଲିସ ଏକ ମାମଲା ନଂ.୬୧୬/୨୫ ରୁଜୁ କରି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ଅଭିଯୁକ୍ତ କୁଲଦୀପ ନାବାଳିକା ଛାତ୍ରୀଙ୍କୁ ଫେସ୍‌ବୁକ୍‌ ମାଧ୍ୟମରେ ନିଜ […]

ବଡ଼ ଟ୍ରେନ୍ ଦୁର୍ଘଟଣା; ରାଜଧାନୀ ଏକ୍ସପ୍ରେସ୍‌ରେ କଟିଗଲେ ୮ ହାତୀ

ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା ଦେଇଥିବା ଜଣାପଡିଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଇଞ୍ଜିନ ଏବଂ ପାଞ୍ଚଟି କୋଚ୍ ଲାଇନଚ୍ୟୁତ ହୋଇଛି। କିନ୍ତୁ ସୌଭାଗ୍ୟବଶତଃ ଟ୍ରେନରେ ଥିବା କୌଣସି ଯାତ୍ରୀ ଆହତ ହୋଇ ନଥିବା ଜଣାପଡିଛି। ଘଟଣାସ୍ଥଳରେ ଆଠଟି ହାତୀଙ୍କ ମୃତଦେ ପଡିଥିବା ଦେଖିବାକୁ ମିଳିଛି ।ଦୁର୍ଘଟଣା ଘଟିଥିବା ଅଞ୍ଚଳରେ ହାତୀ କରିଡର ନାହିଁ । […]

ବିବାହିତ ମହିଳାଙ୍କ ପ୍ରେମରେ ପଡିଥିଲେ ଯୁବକ ,ପ୍ରେମିକାଙ୍କ ଗାଁରୁ ମିଳିଲା ଯୁବକଙ୍କ ମୃତଦେହ

ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅଞ୍ଚଳରୁ ଆସିଛି ଏପରି ସଙ୍ଗୀନ ଅଭିଯୋଗ । ପ୍ରେମିକା ଗାଁରେ ପ୍ରେମିକର ମୃତ୍ୟୁ ।ମୃତକ ହେଲେ କଟକ ଜିଲା ସାଲେପୁର ଥାନା ଗଙ୍ଗେଶ୍ୱର ଦେଉଳି ଗ୍ରାମର ମନୋଜ ଦାସଙ୍କ ପୁଅ ଅଶୋକ(୧୭) ବୋଲି ଜଣାପଡିଛି। ଏହି ଘଟଣାକୁ ନେଇ ଅଶୋକଙ୍କ ମା’ ବେବିନା ତାଙ୍କ ପୁଅକୁ ପ୍ରେମିକା ଘର ଲୋକେ ହତ୍ୟା କରି ଟାଙ୍ଗି ଦେଇଥିବା ବିଞ୍ଚାରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସୂଚନାମୁତାବକ ବିଞ୍ଝାରପୁର ଥାନା ଅଞ୍ଚଳର ଜଣେ ଝିଅଙ୍କ […]