ମୟୂରଭଞ୍ଜ ଜିଲ୍ଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ବାରିପଦା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ତାଙ୍କ ଘର ସମ୍ମୁଖରେ ଖେଳୁଥିଲେ। ସେହି ସମୟରେ ଅଭିଯୁକ୍ତ ସମ୍ପର୍କୀୟ ଅଜା ନାବାଳିକାଙ୍କୁ ଜୋର ଜବରଦସ୍ତି ଘର ପଛପଟକୁ ନିଛାଟିଆ ଜାଗାକୁ ନେଇଯାଇଥିଲେ। ନାବାଳିକାଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଏହି ସମୟରେ ନାବାଳିକା […]
ବଡଦିନ ଓ ନୂଆବର୍ଷରେ କେବଳ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ । ଶ୍ରଦ୍ଧାଳୁମାନଙ୍କ ଶ୍ରୀଜିଉ ଦର୍ଶନ ସୁବିଧା ପାଇଁ ଏହା କରାଯିବ ବୋଲି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ । ସରକାରୀ ଛୁଟି ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଜମିବା ସମ୍ଭାବନା ରହିଛି । ସେହିପରି ଏହା ପରବର୍ତ୍ତୀ ଗୁରୁବାର […]
ଗୁଣିଗାରେଡ଼ି ନେଲା ଜୀବନ । ଗୁଣିଗାରେଡ଼ି ପୂଜା ବେଳେ ମାଟିତଳେ ପୋତି ହୋଇ ଜଣେ ମୃତ। କେନ୍ଦ୍ରାପଡ଼ା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଘରେ ବିଭିନ୍ନ ସମୟରେ ଅକାରଣରେ ପାଟିତୁଣ୍ଡ ହେଉଥିଲା । ଯେତେ ଉପାର୍ଜନ କଲେ ବି ଅଣ୍ଟୁନଥିଲା । ଅଶାନ୍ତି ଲାଗି ରହୁଥିଲା । ତେଣୁ ଘରେ କେମିତି ସୁଖଶାନ୍ତି ଫେରିବ ଓ ପୁଣି ସ୍ୱାଭାବିକ ସବୁ ଚାଲିବ ସେଥିପାଇଁ ତାନ୍ତ୍ରିକଙ୍କ ପରାମର୍ଶ ଲୋଡ଼ିଥିଲେ […]
ଓଡ଼ିଶା ଫେରିଛନ୍ତି ସୁଦାନ ଗୃହ ଯୁଦ୍ଧରେ ଫସି ରହିଥିବା ଓଡ଼ିଆ ପୁଅ ଆଦର୍ଶ ବେହେରା । ଗୃହ ଯୁଦ୍ଧ ଭିତରେ ସେଠାରୁ ମୁକୁଳି ଶେଷରେ ନିଜ ଓଡ଼ିଶା ମାଟିକୁ ଫେରିଛନ୍ତି । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ପରିବାର ଲୋକଙ୍କୁ ନିଜ ପୁଅକୁ ଦେଖି କୋହଭରା ହୋଇ କାନ୍ଦିବରେ ଲାଗିଥିଲେ ।ଆଦର୍ଶଙ୍କ କହିବାନୁଯାୟୀ, ସୁରକ୍ଷିତ ସ୍ଥାନକୁ ଯିବା ବେଳେ ତାଙ୍କୁ RSF (ରାପିଡ ସପୋର୍ଟ ଫୋର୍ସ)ର ୧୫ରୁ ୨୦ ଜଣ ସଦସ୍ୟ ଅପହରଣ କରି […]
ଶ୍ରୀମନ୍ଦିର ସୁରକ୍ଷା ଉପରେ ବଡ଼ ପ୍ରଶ୍ନବାଚୀ । ଭାଇରାଲ୍ ହେଲା ଶ୍ରୀମନ୍ଦିର ଭିତର ଫଟୋ । ସୋସିଆଲ ମିଡିଆରେ ଆଶୀର୍ବାଦ ୯୪୫ ଆଇଡିରୁ ଫଟୋ ଭାଇରାଲ୍ । ସଂପୃକ୍ତ ବ୍ୟକ୍ତି ଜଣଙ୍କ ରତ୍ନସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଫଟୋ ଏବଂ ବାହାରେ ନିଜ ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ଅପଲୋଡ କରିଛନ୍ତି ।ବେଶ କିଛିଦନ ନୀରବତା ପରେ ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ। ଯାଞ୍ଚ ସତ୍ୱେ ମୋବାଇଲ କିପରି ଶ୍ରୀଗନ୍ଦିର ଭିତରକୁ ଯାଉଛି ତାହାକୁ ନେଇ ସବୁଠୁ […]
ଆଜି ସାରା ରାଜ୍ୟରେ ଓଟିଇଟି ପରୀକ୍ଷା । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ସମସ୍ତ ନୋଡାଲ ସେଣ୍ଟରରେ ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟିତ୍ରୀ ଅଛନ୍ତି। ଦୁଇଟି ସିଟିଂରେ ପରୀକ୍ଷା ହେବ, ପ୍ରଥମ ସିଟିଂ ସକାଳ ୯ଟାରୁ ସାଢେ ୧୧ଟା […]
ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ ହେଲା ଧଉଳି ଗଣଦୁଷ୍କର୍ମ । ମାମଲାର ଷ୍ଟାଟସ ରିପୋର୍ଟ ଡିଜିପିଙ୍କୁ ଜଣାଇବେ କ୍ରାଇମବ୍ରାଞ୍ଚ ଏଡିଜି ଓ ମାମଲାକୁ ରେଡ୍ ଫ୍ଲାଗ ଅନ୍ତର୍ଭୁକ୍ତ କଲା କ୍ରାଇମବ୍ରାଞ୍ଚ । ଏହି ମାମଲା କ୍ରାଇମ ଏଗେନଷ୍ଟ ଓମେନ ବା ଉଇଡ ଭାବେ ପରିଗଣିତ ହେବ । ବଛା ବଛା ଅଫିସରଙ୍କୁ ନେଇ ସ୍ୱତନ୍ତ୍ର ଟିମ ଗଠନ କରାଯାଇଛି ।ଜଣେ ଡ଼ିଏସପି ପାହ୍ୟାର ଅଫିସର ଧଉଳି ଥାନା ଯାଇ ତଦନ୍ତର ଅଗ୍ରଗତି ବାବଦରେ ବୁଝିବେ । ତଦନ୍ତ କିପରି […]
ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]
ନିର୍ବାଚନ କମିଶନ ପଶ୍ଚିମବଙ୍ଗ, ଗୋଆ, ରାଜସ୍ଥାନ, ପୁଡୁଚେରୀ ଏବଂ ଲକ୍ଷାଦ୍ୱୀପରେ ସ୍ପେଶାଲ ଇଣ୍ଟେସିଭ୍ ରିବିଜନ (SIR) ପ୍ରକ୍ରିୟା ପରେ ଡ୍ରାଫ୍ଟ ଭୋଟର ତାଲିକା ପ୍ରକାଶ କରିଛନ୍ତି। ପଶ୍ଚିମବଙ୍ଗରେ ଡ୍ରାଫ୍ଟ ତାଲିକାରୁ ସର୍ବାଧିକ ସଂଖ୍ୟକ ଭୋଟରଙ୍କୁ ବାଦ ଦିଆଯାଇଛି । ଏମାନଙ୍କ ସଂଖ୍ୟା ୫୮ ଲକ୍ଷ ରହିଛି । ଦେଢ଼ଲକ୍ଷ ନକଲି ନିର୍ବାଚନ କ୍ଷେତ୍ର , ତେବେ ଯେଉଁମାନଙ୍କ ନାଁ ବୈଧ୍ୟ ତଥାପି ଡ୍ରାପ୍ଟରେ ବାଦ ପଡିଛନ୍ତି ସେମାନେ ପୁଣି ଆବେଦନ କରିପାରିବେ । ଆବଶକୀୟ ଦସ୍ତାବିଜ ଦେଇ […]
ଛତିଶଗଡ଼ରେ ୩୪ ନକ୍ସଲଙ୍କ ଆତ୍ମସମର୍ପଣ। ମଙ୍ଗଳବାର ଦିନ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଅତି କମରେ ୩୪ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣଙ୍କ ଉପରେ ସାମୂହିକ ଭାବରେ ୮୪ ଲକ୍ଷ ଟଙ୍କା ପୁରସ୍କାର ଥିଲା।“ପୁନା ମାର୍ଗେମ (ପୁନଃସ୍ଥାପନରୁ ସାମାଜିକ ପୁନଃସଂଯୋଗ) ପୁନର୍ବାସ ପଦକ୍ଷେପ ଅଧୀନରେ ସାତ ଜଣ ମହିଳା ସମେତ ଏହି କ୍ୟାଡରମାନେ ଏଠାରେ ବରିଷ୍ଠ ପୋଲିସ ଏବଂ ସିଆରପିଏଫ ଅଧିକାରୀଙ୍କ ସମ୍ମୁଖରେ ଆତ୍ମସମର୍ପଣ କରିଛନ୍ତି। ସମସ୍ତେ ୮ ଲକ୍ଷ ଟଙ୍କା ପୁରସ୍କାର […]
ସେୟାର ବଜାର ଏବଂ ଅନ୍ୟାନ୍ୟ ନିବେଶ ଯୋଜନା ନାମରେ କୋଟିଏ ୬ଲକ୍ଷ ଟଙ୍କା ଟଙ୍କାରୁ ଅଧିକ ଠକେଇ କରିଥିବା ଅଭିଯୋଗରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରୁ ଜଣେ ଦମ୍ପତିଙ୍କୁ ଗିରଫ କରିଛି।ମାସକ ମଧ୍ୟରେ ଇନଭେଷ୍ଟମେଣ୍ଟର ଡବଲ ର ମୁନାଫା ଦେଇ ଠକିନେଇଥିଲେ କୋଟିଏ ୬ଲକ୍ଷ ଟଙ୍କା । ଏନେଇ ଠକେଇ ଟଙ୍କାକୁ ବିଭିନ୍ନ ରିଟେଲ ମାର୍ଟ ବିଜନେସ ,ଫିସ ପାର୍ମିଂ,ହୋଟେଲ ବିଜନେସ ସମେତ ରିୟଲ ଇଷ୍ଟେଟ ରେ ମଧ୍ୟ ନିବେଶ […]
ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଲୋକସେବା ଓ କ୍ରୀଡ଼ା ବିକାଶ ତାଙ୍କର ଦୀର୍ଘମିଆଦୀ ଲକ୍ଷ୍ୟ। ତେବେ ତାଙ୍କ କହିବା ମୁତାବକ, ସେ ବିଧାୟକ ପଦବୀ ପାଇଁ ନିର୍ବାଚନ ଲଢ଼ିବେ, ଜନପ୍ରତିନିଧି ହୋଇ ଜନତାଙ୍କ କରିବେ ସେବା। ତେବେ ସେ କେଉଁ ଦଳରେ ନିଜର ରାଜନୈତିକ କ୍ୟାରିୟର ଆରମ୍ଭ କରିବେ ତାହା ସମୟ କହିବ ବୋଲି କହିଛନ୍ତି ଏହି […]
