author

ହର୍ମୁଜ ପ୍ରଣାଳୀରେ ବଢୁଛି ଯୁଦ୍ଧ ଆଶଙ୍କା, ତେହେରାନକୁ ପରବର୍ତ୍ତୀ ପଦକ୍ଷେପ ନେବାକୁ ପଡ଼ିବ କହିଲେ ଜେଡି ଭାନ୍ସ

ଇସଲାମାବାଦରେ ମାରାଥନ ଆଲୋଚନାରେ କୌଣସି ସହମତି ନମିଳିବା ପରେ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ କହିଛନ୍ତି ଯେ ଇରାନକୁ ଶାନ୍ତି ଆଲୋଚନାରେ ପରବର୍ତ୍ତୀ ପଦକ୍ଷେପ ନେବାକୁ ପଡିବ । ଭାନ୍ସ ଜୋର ଦେଇ କହିଛନ୍ତି ଯେ, ଏକ ସମ୍ଭାବ୍ୟ ଚୁକ୍ତି ପାଇଁ ଇରାନ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା ରହିଛି। ଇରାନ ହାତରେ ସବୁକିଛି ରହିଛି ।ଦୁଇ ସପ୍ତାହ ଧରି ଚାଲିଥିବା ଆମେରିକା-ଇରାନ ଅସ୍ତ୍ରବିରତିର ମିଆଦ ଶେଷ ହେଉଥିବାବେଳେ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀକୁ ଅବରୋଧ କରିବାକୁ ଧମକ […]

ଏଥର ସ୍ୱାଭାବିକ ଠାରୁ କମ୍‌ ବର୍ଷା ହେବ: ଆଇଏମ୍‌ଡିର ଆକଳନ 

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ନେଇ ପାଣିପାଗ ବିଭାଗର ଆକଳନ । ଚଳିତ ବର୍ଷ ଏଲନିନୋ ପ୍ରଭାବରେ ସ୍ୱାଭାବିକ ଠାରୁ କମ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି ।ଜୁନରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ହାରାହାରି ୯୨ ପ୍ରତିଶତ ବର୍ଷା ହେବାର ସମ୍ଭାବନା ଅଛି ।ସାଧାରଣତଃ ଏହି ସମୟରେ ହେଉଥିବା ବର୍ଷା (LPA) ତୁଳନାରେ ଏହା କମ୍ ।  ଦେଶର ଅଧିକାଂଶ ଭାଗରେ କମ୍ ବର୍ଷା ହେବାକୁ ଥିବାବେଳେ ଉତ୍ତର-ପୂର୍ବ, ଉତ୍ତର-ପଶ୍ଚିମ ଏବଂ ଦକ୍ଷିଣ ଭାରତର କିଛି […]

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି

ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି। ଓଡ଼ିଆ ଅସ୍ମିତା ଓ ପରମ୍ପରାର ମହାମିଳନ। ଓଡ଼ିଆ  ପଞ୍ଜିକା ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ଦିନ। ଏହା କେବଳ ଏକ ତିଥି ନୁହେଁ, ବରଂ ଓଡ଼ିଆ ଜାତିର ସାଂସ୍କୃତିକ ଚେତନା ଏବଂ ପ୍ରକୃତି ପ୍ରତି ଥିବା ସମ୍ମାନର ଏକ ପ୍ରତିଫଳନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି ସୂର୍ଯ୍ୟ ମୀନ ରାଶିରୁ ମେଷ ରାଶିକୁ ଗମନ କରନ୍ତି । ସୂର୍ଯ୍ୟ ବିଷୁବ ରେଖା ଉପରେ […]

ଆଜିର ରାଶିଫଳ(୧୪ ଏପ୍ରିଲ, ୨୦୨୬)

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ। ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। […]

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ସମର୍ଥନ କରି ଫଟୋଚିତ୍ର ପ୍ରଦର୍ଶନୀ, ଦସ୍ତଖତ ଅଭିଯାନ

ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ଭାରତବର୍ଷ ଏବେ ସ୍ୱର୍ଣ୍ଣିମ ଯୁଗଆଡ଼କୁ ଅଗ୍ରସର ହେଉଛି। ବିକଶିତ ଭାରତର ସ୍ୱପ୍ନ ସମ୍ପୂର୍ଣ୍ଣ ହେବାକୁ ଯାଉଛି। ଏହି ବିକାଶମୂଳକ କାର୍ଯ୍ୟରେ ମହିଳମାନଙ୍କ ପୂର୍ଣ୍ଣ ଯୋଗଦାନ ରହିବା ପାଇଁ ନାରୀ ଶକ୍ତି ବନ୍ଦନ ଅଧିନିୟମ ଆସିବାକୁ ଯାଉଛି। ଏହି ଅଧିନିୟମ ଲୋକସଭା ଓ ରାଜ୍ୟ ବିଧାନସଭାଗୁଡ଼ିକରେ ୩୩ ପ୍ରତିଶତ ମହିଳାଙ୍କ ସଂରକ୍ଷଣକୁ ସୁନିଶ୍ଚିତ କରାଇବ। ସମ୍ବିଧାନରେ ଏହି ସଂଶୋଧନ ଭାରତ ଇତିହାସରେ ଏକ ଯୁଗାନ୍ତକାରୀ ପଦକ୍ଷେପ। ଏପ୍ରିଲ ୧୬ରୁ ୧୮ ପର୍ଯ୍ୟନ୍ତ […]

ରାଜ୍ୟରେ ସ୍ୱଗଣନାରେ ସାମିଲ ହୋଇଛନ୍ତି ୧ ଲକ୍ଷ ୭୬ ହଜାର ବ୍ୟକ୍ତିା

ରାଜ୍ୟରେ ସ୍ୱଗଣନାରେ ସାମିଲ ହୋଇଛନ୍ତି ୧ ଲକ୍ଷ ୭୬ ହଜାର ବ୍ୟକ୍ତିା ଏନେଇ ସୂଚନା ଦେଲେ ରାଜ୍ୟ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ । ଏପ୍ରିଲ ପହିଲାରୁ ଆଜି ଯାଏ ୧ ଲକ୍ଷ ୭୬ ହଜାର ସ୍ୱଗଣନାରେ ସାମିଲ ହୋଇଛନ୍ତି । କଟକରେ ସର୍ବାଧିକ ୨୭ ହଜାର, ଖୋର୍ଦ୍ଧାରେ ୧୭ ହଜାର କରିଛନ୍ତି ସ୍ୱଗଣନା ।ବାଲେଶ୍ୱରରେ ୧୦ ହଜାର, ବଲାଙ୍ଗିରରେ ୫ ହଜାର, ନୂଆପଡାରେ ୨ ହଜାର ରହିଛନ୍ତି । ପ୍ରଥମ ଥର ହୋଇଥିବା ସ୍ୱଗଣନାରେ […]

ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ତିରୋଧାନ ଦିବସ ପାଳିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୁରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀ ବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର। ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ମିଶ୍ର ଙ୍କର ତିରୋଧାନ ଦିବସ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ଓ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ନୟାଗଡ଼ଙ୍କ ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ […]

କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

ରାୟଗଡ / କଲ୍ୟାଣସିଂପୁର ୧୩.୦୪.୨୦୨୬: ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା, ଅତିରିକ୍ତ ଆରକ୍ଷୀ ଆଧକ୍ଷ ଶ୍ରୀ […]

ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍

ପୋଲିସ ଏସଆଇ ପରୀକ୍ଷା ଘୋଟାଲା । ରାଜଧାନୀରେ ସିବିଆଇ ପକ୍ଷରୁ ପ୍ରଥମ ରେଡ୍ । ଖଣ୍ଡଗିରି ସ୍ଥିତ ଟେକ୍ନୋ ସ୍କୁଲ ଘରୋଇ କଲେଜରେ ରେଡ୍ । ପରୀକ୍ଷା ସେଣ୍ଟର ଫିକ୍ସିଂ ନେଇ ପ୍ରମାଣ ପାଇବା ପରେ ଚାଲିଛି ରେଡ୍ । ଏହି ସ୍କାମ ସହ ସମ୍ପୃକ୍ତ ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ ସହିତ ୧୭ଜଣ ଗିରଫ ଅଭିଯୁକ୍ତଙ୍କ ବିରୋଧରେ ସିବିଆଇ କୋର୍ଟରେ ପ୍ରମାଣପତ୍ର ଦାଖଲ କରିଛି । ଅଭିଯୋଗ ଅନୁଯାୟୀ, ୧୫ଲକ୍ଷ ଟଙ୍କା ନେଇ […]

ପେଟ୍ରୋଲ ପମ୍ପ୍‌ ପରେ ଏଣିକି ଷ୍ଟେସନରେ ମିଳିବ ୫ କେଜିଆ ଗ୍ୟାସ୍‌

ଇରାନ ସହ ଆମେରିକାର ଯୁଦ୍ଧ ମଧ୍ୟରେ ଗ୍ୟାସ୍ ଓ ତୈଳର ଅଭାବ ସାରା ଦେଶରେ ଦେଖାଦେଇଛି । ଏହାର ସିଧାସଳଖ ପ୍ରଭାବ ଭାରତୀୟ ବଜାର ଉପରେ ମଧ୍ୟ ପଡିଛି | ଏବେ ଗ୍ୟାସ୍ ପାଇଁ ଆଉ ହଇରାଣ ହେବାକୁ ପଡିବନି । ପେଟ୍ରୋଲ ପମ୍ପ ପରେ ଏବେ ଷ୍ଟେସନ ପାଖରେ ମିଳିବ ଗ୍ୟାସ୍ । ପୂର୍ବରୁ ୫ କେଜିଆ ଗ୍ୟାସ୍‌କୁ ନେଇ ଛାତ୍ରଛାତ୍ରୀ ମାନେ ମଧ୍ୟ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ସରକାରଙ୍କ ପକ୍ଷରୁ ଛାତ୍ରଛାତ୍ରୀଙ୍କ […]

ବେଆଇନ ମାଦକ ଦ୍ରବ୍ୟ କାରବାର ରୋକ ଉପରେ ଗୁରୁତ୍ୱ

ରାଜ୍ୟ ସରକାର ନୂଆ ଅବକାରୀ ନୀତି ପ୍ରଣୟନ ସହ ଏହାକୁ ସଠିକ୍‌ କାର୍ଯ୍ୟକାରୀ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ନୂଆ ମଦ ଦୋକାନ ଖୋଲିବା କିମ୍ବା ଅଧିକ ମଦ ବିକ୍ରୟ କରିବା କେବେ ବି ରାଜ୍ୟ ସରକାରଙ୍କ ପ୍ରାଧାନ୍ୟ ନୁହେଁ। ସରକାର ମଦ୍ୟପାନକୁ ନିରୁତ୍ସାହିତ କରିବା ପାଇଁ ଅତିରିକ୍ତ ଡି-ଆଡ଼ିକ୍‌ସନ୍‌ ସେସ୍‌ ଲଗାଇବା ପାଇଁ ଯୋଜନା କରିଛନ୍ତି।ଏହା ଦ୍ୱାରା ମଦ୍ୟପାନ ନକରିବା ପାଇଁ ଏକ ସଚେତନତା ବାର୍ତ୍ତା ପ୍ରସାର କରିହେବ । ଏଥି ସହିତ ପୂର୍ବରୁ ଥିବା […]

ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଅବସରପ୍ରାପ୍ତ ଜିଲ୍ଲା ଜଜ ଲକ୍ଷ୍ମୀଧର ବିଶ୍ୱାଳ ଏବଂ ଟିମ୍ ଏସ୍‌ସିବି ମେଡିକାଲ ଯାଇ ଅନେକଙ୍କୁ ପଚରାଉଚରା କରିଛନ୍ତି।ଟିମ୍ ଅଗ୍ନିକାଣ୍ଡ ସମ୍ପର୍କରେ ନର୍ସ ଓ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି। ସୂଚନା ଅନୁଯାଇ, ମାର୍ଚ୍ଚ ୧୬ ତାରିଖରେ ଏସ୍‌ସିବି ମେଡିକାଲ୍ ଆଇସିୟୁରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ଟ୍ରମା ବିଲ୍ଡିଂରେ ପ୍ରଥମ ମହଲାରେ ଥିବା ଆଇସିୟୁରେ ଛାରଖାର ହୋଇଯାଇଥିବା ବେଳେ ଏହାର ସମ୍ମୁଖରେ ଥିବା ଅପରେସନ୍ ଥିଏଟର (ଓଟି)ରେ […]