ନାଭିଗେସନ୍ କ୍ଷେତ୍ରରେ ଭାରତ ଲମ୍ବା ଉଡ଼ାଣ ଭରିଛି । ବିଦେଶୀ ଜିପିଏସ୍ ଉପରୁ କମିବ ନିର୍ଭରତା । ସେନାକୁ ମିଳିବ ଉନ୍ନତ ନାଭିଗେସନ୍ ସୁବିଧା । ମହାକାଶରେ ଭାରତ ବଡ଼ ସଫଳତା ହାସଲ କରିଛି । ଭାରତକୁ ତାର ନିଜସ୍ୱ ଜିପିଏସ୍ ସିଷ୍ଟମ ମିଳିଛି । ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ) ଶୁକ୍ରବାର ରାତିରେ ପରବର୍ତ୍ତୀ ପିଢ଼ିର ନାଭିଗେସନ ଉପଗ୍ରହ ଏନ୍ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ କରିଛି । ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ […]
ଶୀତ ଋତୁ ଆସିନି, ହେଲେ ରାଜଧାନୀରେ ଦେଖିବାକୁ ମିଳିଲାଣି ଘନ କୁହୁଡ଼ି। ଭୁବନେଶ୍ୱର ସମେତ ଏହାର ଆଖପାଖ ଅଞ୍ଚଳରେ ସକାଳୁ ସକାଳୁ କୁହୁଡ଼ିର ମୋଟା ଆସ୍ତରଣ ଦେଖିବାକୁ ମିଳିଛି। ଆଜି ସକାଳୁ ସହରର ସର୍ବନିମ୍ନ ଦୃଶ୍ୟମାନ ଦୂରତା ପ୍ରାୟ ୧୫୦ ମିଟରକୁ ଖସିଆସିଛି । କେବଳ ଭୁବନେଶ୍ୱର ନୁହେଁ, ଜଗତସିଂହପୁର ଜିଲ୍ଲାରେ ମଧ୍ୟ ଆଜି ସକାଳୁ ଚଳିତ ବର୍ଷର ପ୍ରଥମ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଘନ କୁହୁଡ଼ି କାରଣରୁ ସକାଳୁ ସକାଳୁ ଯାନବାହାନ ଚଳାଚଳ ବାଧାପ୍ରାପ୍ତ […]
ମେଷ: ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରିବେ। ପାରିବାରିକ ସଦସ୍ୟ ଏବଂ ନିକଟସ୍ଥ ବନ୍ଧୁମାନଙ୍କ ସହିତ ଉତ୍ତମ ଭୋଜନ କରିବାର ସୁଯୋଗ ମିଳିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ସ୍ଵାସ୍ଥ୍ୟ ଭଲ ରହିବ।ସ୍ନେହୀଜନ ମାନଙ୍କଠାରୁ ଶୁଭ ସମାଚାର ମିଳିପାରେ।**ବୃଷ: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ। ଅଫିସ୍ […]
ନୟାଗଡ଼,(ଓଡିଶା ଦର୍ପଣ): ଗୁଜରାଟର ବନାସକାଣ୍ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଯୋଗ୍ୟ ହିତାଧିକାରୀମାନଙ୍କୁ ପିଏମ କିଷାନ ଯୋଜନାର ୨୪ତମ କିସ୍ତି ପ୍ରଦାନ କରିଛନ୍ତି। ଏହି ଅବସରରେ ନୟାଗଡ଼ର ପଞ୍ଚାୟତ ସମିତି ସଭାଗୃହଠାରେ ଏକ ଜିଲ୍ଲାସ୍ତରୀୟ ପିଏମ୍ କିଷାନ ଉତ୍ସବ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡ଼ା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଇଂ ଦୁଷ୍ମନ୍ତ କୁମାର ସ୍ୱାଇଁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅଧ୍ୟକ୍ଷ, ଜିଲ୍ଲା […]
ନୟାଗଡ଼,(ଓଡିଶା ଦର୍ପଣ): ନୟାଗଡ଼ସ୍ଥିତ କେ.ସି. କ୍ଲବ୍ ପରିସରରେ ବିଶ୍ୱ ମିତବ୍ୟୟିତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ପୋଷ୍ଟ ସୁପରିଟେଣ୍ଡେଣ୍ଟ ମନୋଜ କୁମାର ପଟ୍ଟନାୟକ, ସାଇବର କ୍ରାଇମ୍ ଡିଏସ୍ପି ଶ୍ରୀ ଭାବଗ୍ରାହୀ ରାଉତ, ସ୍ୱଳ୍ପ ସଞ୍ଚୟ ଅଧିକାରୀ ବିଭୁତି ଭୂଷଣ ନାୟକ ପ୍ରମୁଖ ଉପସ୍ଥିତ ରହି ମିତବ୍ୟୟିତା, ସଞ୍ଚୟ ଓ ଆର୍ଥିକ ସଚେତନତାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ଅତିଥିମାନେ ଦୈନନ୍ଦିନ ଜୀବନରେ ଅନାବଶ୍ୟକ ଖର୍ଚ୍ଚକୁ ଏଡ଼ାଇ ସଞ୍ଚୟ ଅଭ୍ୟାସ ଗଢ଼ି […]
ନୟାଗଡ଼,(ଓଡିଶା ଦର୍ପଣ): ଯୁବପିଢ଼ିଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ, ରାଷ୍ଟ୍ରୀୟ ଚେତନା ଓ ସଂସଦୀୟ ବ୍ୟବସ୍ଥା ସମ୍ପର୍କରେ ସଚେତନତା ସୃଷ୍ଟି ଲକ୍ଷ୍ୟରେ ନୟାଗଡ଼ରେ ଆୟୋଜିତ ହେବ ‘ବିକଶିତ ଭାରତ ଯୁବ ସଂସଦ’ କାର୍ଯ୍ୟକ୍ରମ। ଆସନ୍ତା ନଭେମ୍ବର ୬ ତାରିଖରେ ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିରେ ଜିଲ୍ଲାର ବିଭିନ୍ନ ବ୍ଲକ୍ ଓ ଅଞ୍ଚଳରୁ ପ୍ରାୟ ୧୫୦ ଜଣ ଯୁବ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଚଳିତ କାର୍ଯ୍ୟକ୍ରମର ମୁଖ୍ୟ ବିଷୟବସ୍ତୁ ରହିଛି ‘One […]
ବଲିଉଡ ଅଭିନେତ୍ରୀ ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଫେରୁଛନ୍ତି। ମ୍ୟାଡକ ଫିଲ୍ମସ ଏବଂ କଠପୁତଲି କ୍ରିଏସନ୍ସର ଆଗାମୀ ଫିଲ୍ମ ‘ଇଠା’ରେ ସେ ଏକ ଭିନ୍ନ ତଥା ଚ୍ୟାଲେଞ୍ଜିଂ ଚରିତ୍ରରେ ନଜର ଆସିବେ। ତେବେ ଫିଲ୍ମ ଇଠାର ଟ୍ରେଲର ରିଲିଜ୍ ହୋଇଛି । ମହାରାଷ୍ଟ୍ରର ପ୍ରସିଦ୍ଧ ତମାଶା ଓ ଲାବଣୀ କଳାକାର ବିଠାବାଇ ଭାଉ ମାଙ୍ଗ ନାରାୟଣଗାଓଁକରଙ୍କ ଜୀବନୀ ଉପରେ ଏହି ଫିଲ୍ମ ଆଧାରିତ । ଟ୍ରେଲରରେ ଶ୍ରଦ୍ଧାଙ୍କୁ ବିଠାବାଇଙ୍କ ଚରିତ୍ରରେ ଦେଖିବାକୁ ମିଳିଛି । ପାରମ୍ପରିକ […]
ଜନଗଣନାକୁ ନେଇ ବଡ଼ ଘୋଷଣା ସାମ୍ନାକୁ ଆସିଛି । ଜନଗଣନା ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିଧିବଦ୍ଧ ବିଜ୍ଞପ୍ତି ଅନୁଯାୟୀ, ବରଫାବୃତ ଅଞ୍ଚଳ ଏବଂ ଆଗାମୀ ନିର୍ବାଚନ ଥିବା ରାଜ୍ୟଗୁଡ଼ିକୁ ଛାଡ଼ି ସାରା ଦେଶରେ ୨୦୨୭ ଜାନୁଆରୀ ୨୫ରୁ ଫେବୃଆରୀ ୨୮ ତାରିଖ ମଧ୍ୟରେ ଜନଗଣନା ପ୍ରକ୍ରିୟା ସମ୍ପାଦନ କରାଯିବ। ଏହି ଜନଗଣନା ପାଇଁ ସନ୍ଦର୍ଭ ତାରିଖ (Reference Date) ୨୦୨୭ ମାର୍ଚ୍ଚ ୧ ତାରିଖ ରାତି ୧୨ଟା ନିର୍ଦ୍ଧାରଣ କରାଯାଇଛି।ସେହିପରି ୨୦୨୭ ମାର୍ଚ୍ଚ ୧ ତାରିଖକୁ […]
ବଢ଼ିଲା କଟକ ବାଲିଯାତ୍ରା ପ୍ଲଟ ଆବଣ୍ଟନ ଅବଧି। । କାଲି ପ୍ଲଟ ଆବଣ୍ଟନର ଶେଷ ତାରିଖ । ବର୍ତ୍ତମାନ ସୁଦ୍ଧା ୧୩ଶହରୁ ଉର୍ଦ୍ଧ୍ବ ପ୍ଲଟ୍ ପଞ୍ଜୀକରଣ ଶେଷ ହୋଇସାରିଛି । ଏଥର ବାଲିଯାତ୍ରାରେ ଉପର ପଡିଆରେ ୫୦୦ରୁ ଊର୍ଦ୍ଧ୍ବ ଷ୍ଟଲ ହେବାକୁ ଥିବାବେଳେ ତଳ ପଡ଼ିଆରେ ୧୫ଶହରୁ ଉର୍ଦ୍ଧ୍ବ ଷ୍ଟଲ ରହିଛି । ସେହିପରି ଆସନ୍ତା ମାସ ୨ତାରିଖ ରୁ ୧୦ ତାରିଖ ପର୍ଯ୍ୟନ୍ତ ନିଲାମ ପ୍ରକ୍ରିୟା ଚାଲିବ । ବାଲିଯାତ୍ରା ନଭେମ୍ବର ୨୪ରୁ ଡିସେମ୍ବର ୧ […]
ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ଗଞ୍ଜାମ ଜିଲ୍ଲାପାଳଙ୍କ ଠାରୁ ହିଞ୍ଜିଳି ଓ ଶେରଗଡ଼ ସମେତ ସମଗ୍ର ଜିଲ୍ଳାର ବନ୍ୟା ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଥିଲେ। ବିପନ୍ନ ଲୋକଙ୍କ ଉଦ୍ଧାର ଓ ରିଲିଫ ସମ୍ପର୍କରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ,ଜିଲ୍ଲପାଳ ବିରୋଧୀଦଳ ନେତାଙ୍କୁ ଅବଗତ କରିଥିଲେ। ଗଞ୍ଜାମ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପାଇଁ ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ, ବିରୋଧୀ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ପ୍ରତିନିଧି […]
ନୟାଗଡ଼,(ଓଡ଼ିଶା ଦର୍ପଣ): ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ସ୍ମୃତି ଓ ତାଙ୍କର ଜନସେବାର ଆଦର୍ଶକୁ ସମ୍ମାନ ଜଣାଇ ଅକ୍ଟୋବର ୩୧ ତାରିଖକୁ ସହିଦ ଦିବସ ଭାବେ ପାଳନ ଅବସରରେ ନୟାଗଡ଼ ଜିଲ୍ଲା କଂଗ୍ରେସ ସେବାଦଳ ପକ୍ଷରୁ ଇଟାମାଟିସ୍ଥିତ ଆଶୀର୍ବାଦ ମଣ୍ଡପଠାରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଏହି ଶିବିରରେ ମୋଟ ୧୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ୧୯୮୪ ମସିହା ଅକ୍ଟୋବର ୩୦ ତାରିଖରେ ଭୁବନେଶ୍ୱରଠାରେ ଦେଇଥିବା ନିଜର ଶେଷ ଭାଷଣରେ […]
ବନ୍ୟା ସ୍ଥିତିକୁ ନେଇ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା| ଗତକାଲି ଅପେକ୍ଷା ବନ୍ୟା ସ୍ଥିତିରେ ସୁଧାର ଆସିଛି ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ । ସେ କହିଛନ୍ତି, ଗଞ୍ଜାମରେ ସର୍ବାଧିକ ବର୍ଷା ହୋଇଥିଲା । ଋଷିକୂଲ୍ୟାର ପୁରୁଷୋତ୍ତମପୁରରେ ୧୭.୯୪ ମିଟର ଜଳ ପ୍ରବାହିତ ହେଉଛି । ଯାହାକି ବିପଦ ସଙ୍କେତ ଉପରେ ରହିଛି । ସନ୍ଧ୍ୟା ସୁଦ୍ଧା ବିପଦ ସଙ୍କେତ ତଳକୁ ଆସିବ । ସୋରଡ଼ାରେ ୭୮.୪ ମିଟର ଜଳ […]
