author

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ

ବରିଷ୍ଠ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ଦେହାନ୍ତ। ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି।ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କେନ୍ଦ୍ର ସରକାରରେ ରେଳ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ । ସେ ଓଡ଼ିଶାରୁ ଜଣେ ସାଂସଦ ଭାବରେ ଭାରତର ସଂସଦର ଉପର ସଦନ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ । ସେ ପି. ଭି. ନରସିଂହ ରାଓଙ୍କ ସରକାରରେ ରେଳ ମନ୍ତ୍ରୀ ଏବଂ କୃଷି ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ […]

ଆଜି ହେଉଛି ବିଶ୍ୱ ରେଡ଼ିଓ ଦିବସ

ଆଜି ବିଶ୍ୱ ରେଡ଼ିଓ ଦିବସ। ଦିନେ ଖବର ପ୍ରସାରଣ ମୁଖ୍ୟ ମାଧ୍ୟମ ଥିଲା ରେଡ଼ିଓ। ଆଜିର ଡିଜିଟାଲ ଯୁଗରେ, ଏହାର ବିକଳ୍ପରେ ଆସିଛି। ତଥାପି ଅନେକଙ୍କ ମନରେ ଏବେ ବି ରେଡିଓର ସ୍ୱତନ୍ତ୍ର ସ୍ଥାନ ରହିଛି। ୧୯୪୬ ମସିହା ଆଜିର ଦିନରେ ଜାତିସଂଘ ରେଡ଼ିଓର ପ୍ରତିଷ୍ଠା ହୋଇଥିଲା । ପରିବର୍ତ୍ତିତ ପରିବେଶରେ ରେଡିଓ ସମ୍ବାଦ ଏବଂ ମନୋରଂଜନଧର୍ମୀ କାର୍ଯ୍ୟକ୍ରମ ଗୁଡ଼ିକ ମୁଖ୍ୟ ମାଧ୍ୟମ ଭାବରେ ଲୋକପ୍ରିୟତା ବଜାୟ ରଖିଛି । ଚଳିତବର୍ଷ ରେଡିଓ ଦିବସର ବାର୍ତ୍ତା ହେଉଛି […]

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର | ହବ୍‌ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍‌ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।୧୪ଟି ରୁଟରେ ଯିବ ପ୍ରଶ୍ନପତ୍ର। ଏଥିପାଇଁ ବନ୍ଧୁକଧାରୀ ପୋଲିସ ମୁତୟନ ହେବେ । ଦୁଇ ଦିନରେ ୨୭ଟି ରୁଟରେ ପ୍ରଶ୍ନପତ୍ର ପଠାଯିବ । ଚଳିତ ବର୍ଷ ୨୧୧ଟି ପରୀକ୍ଷା ପରିଚାଳନା ହବ୍ କରାଯାଇଛି । ଯୁକ୍ତ ୨ରେ ୧୩୫୭ଟି ପରୀକ୍ଷା […]

ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ

ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହୋଇଛି । ବର୍ଷର ଏହି ଗୋଟିଏ ଦିନ ପ୍ରଭୁ ଶ୍ରୀ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଭକ୍ତ ଓ ଶ୍ରଦ୍ଧାଳୁ ଦର୍ଶନ କରିଥାନ୍ତି । ରାତ୍ର ୧୨ଟାରୁ ଦ୍ୱାର ଫିଟାଯାଇ ଭୋର ୪ଟାରୁ ପଙ୍କୋଦ୍ଧାର କରାଯାଇଛି । ଆଜିଠାରୁ ମହାଶିବରାତ୍ରି ଯାଏଁ ୩ ଦିନ ଧରି ଜଳିବ ଜଗତମଙ୍ଗଳ ଦୀପ ।ମନ୍ଦିର ଗମ୍ଭୀରାରେ ବର୍ଷ ତମାମ ଭକ୍ତ ମାନଙ୍କ ଦ୍ୱାରା ଅର୍ପଣ […]

ଆଜିର ରାଶିଫଳ(୧୩ ଫେବୃଆରୀ, ୨୦୨୬)

ମେଷ : ଆଜି ଯାହା ହେଉନା କାହିଁକି ଆପଣ ନିଜ ଆତ୍ମୀୟମାନଙ୍କ ସହ କଳି କରିବେ ନାହିଁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ କଳିଠାରୁ ଦୂରେଇ ରୁହନ୍ତୁ । ଆପଣ ନିଜକୁ ଶାନ୍ତ ରଖିବାକୁ ଚ଼େଷ୍ଟା କରନ୍ତୁ ।ଦେବଦର୍ଶନ ର ସୁଯୋଗ ମିଳିବ। ବୃଷ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ସୁଯୋଗରହିଛି । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର […]

ଲେଜର ଲାଇଟ ଉପରେ ବ୍ୟାନ ଲଗାଇଲେ ହାଇକୋର୍ଟ

ବଢ଼ୁଥିବା ଶବ୍ଦ ଓ ଆଲୋକ ପ୍ରଦୂଷଣକୁ ରୋକିବା ପାଇଁ ଓଡ଼ିଶା ହାଇକୋର୍ଟ ଏକ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କଟକ କମିଶନରେଟ୍ ପୋଲିସ ଅଞ୍ଚଳରେ ଲେଜର ଲାଇଟ୍ ବ୍ୟବହାରକୁ ନିଷିଦ୍ଧ କରିଛନ୍ତି ହାଇକୋର୍ଟ । ବିକଟାଳ ଶବ୍ଦ କରୁଥିବା ଡିଜେ ବ୍ୟବହାରକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ରାତି ୧୦ଟା ପରେ ଯେପରି କୌଣସି ବାଜା ବାଜିବ ନାହିଁ, ବାଣ ଫୁଟିବ ନାହିଁ ଏବଂ ରୋଷଣୀ ନହେବ, ସେ ଦିଗରେ […]

ବାଲି ରସିଦରେ ଲାଞ୍ଚ କାରବାର ଅଭିଯୋଗ, ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର। ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ ଅତିରିକ୍ତ ତହସିଲଦାରଙ୍କ ସମେତ ଆଉ ୩ ଜଣ ରାଜସ୍ୱ ନିରୀକ୍ଷକଙ୍କୁ ଭିଜିଲାନ୍ସ ଟିମ୍ ତଦନ୍ତ ପାଇଁ ବ୍ରହ୍ମପୁର ନେଇଯାଇଛି । ସୂଚନାମୁତାବକ ନୂଆଗାଁ ନଦୀରୁ ଧୂମୁଛାଇର ଜଣେ ଟ୍ରାକ୍ଟର ଗାଡି ମାଲିକ ବେନିୟମ ଭାବେ ବାଲି […]

ନୟାଗଡ଼ ରେଳ ଷ୍ଟେସନ: ସୋକପିଟ୍ ଭାଙ୍ଗି ମଇଳା ପାଣି ରାସ୍ତାରେ, ପରିବେଶ ଦୁର୍ଗନ୍ଧମୟ

ନୟାଗଡ଼,(ଓଡ଼ିଶା ଦର୍ପଣ): ବିଭିନ୍ନ ଅବ୍ୟବସ୍ଥା ମଧ୍ୟରେ ଚାଲିଛି ନୟାଗଡ଼ ଟାଉନ ରେଳ ଷ୍ଟେସନ। କେତେବେଳେ ଷ୍ଟ୍ରିଟ ଆଲୁଅ ଜଳୁନି ତ କେତେବେଳେ ଅଳିଆ ଆବର୍ଜନା ପଡ଼ି ପରିବେଶ ପ୍ରଦୂଷିତ ହେଉଛି। ବର୍ତ୍ତମାନ ରେଳ ଷ୍ଟେସନରେ ଥିବା ବିଭିନ୍ନ ପାଇଖାନା ଟାଙ୍କି ଗୁଡ଼ିକର ସୋକପିଟ ଗୁଡ଼ିକ ଫାଟି ସେଥିରୁ ବାହାରୁ ଥିବା ମଇଳା ପାଣି ଚାରିଆଡେ ମାଡ଼ୁଥିବା ଯୋଗୁଁ ଏହାର ଦୁର୍ଗନ୍ଧରେ ସମଗ୍ର ଅଞ୍ଚଳ ପ୍ରଦୂଷିତ ହେଉଛି। ବିଶେଷ କରି ଷ୍ଟେସନର ମୁଖ୍ୟ ପ୍ରବେଶ ପଥ ତଥା ବାଇକ […]

ମାତିଲେ ସାଇବର ଠକ । ନିଜ ଘରେ ୩୫ ଘଣ୍ଟା ଧରି ଡିଜିଟାଲ ଆରେଷ୍ଟ ହେଲେ ଦମ୍ପତି

ଚାଲାକି କଲେ ବୋଲି ବଞ୍ଚିଗଲେ । ଆଧାରକାର୍ଡରେ ଆତଙ୍କବାଦୀଙ୍କ ଲିଙ୍କ ରହିଥିବା କହି ବରିଷ୍ଠ ନାଗରିକଙ୍କୁ ୩୫ ଘଣ୍ଟା ଡିଜିଟାଲ ଆରେଷ୍ଟ । ରାଜଧାନୀରେ ଏଭଳି ଚାଞ୍ଚଲ୍ୟକର ଘଟଣା ଘଟିଛି । ନାଲକୋର ଅବସରପ୍ରାପ୍ତ ସେଫଟି ବିଭାଗର ମୁଖ୍ୟ ଥିଲେ ସରୋଜ କୁମାର ପଟ୍ଟନାୟକ ତାଙ୍କ ପତ୍ନୀ ନିର୍ଝରନି ପଟ୍ଟନାୟକ ସାଇବର ଲୁଟେରାଙ୍କଠୁ ଅଳ୍ପକେ ବର୍ତ୍ତିଛନ୍ତି । ଠକଙ୍କୁ ଟଙ୍କା ପଠାଇବାକୁ ବ୍ୟାଙ୍କକୁ ଯାଇଥିବା ବେଳେ ଜଣାପଡ଼ିଲା ସତ । ସାଇବର ଥାନାରେ ଅଭିଯୋଗ ପରେ ପୋଲିସ […]

ବଲିଉଡ ଅଭିନେତା ରାଜପାଲ ଯାଦବଙ୍କ ଜାମିନ ଆବେଦନ ସ୍ଥଗିତ

ବଲିଉଡ୍ ଷ୍ଟାର ହାସ୍ୟ ଅଭିନେତା ରାଜପାଲ ଯାଦବ । ଚେକ୍ ବାଉନ୍ସ ମାମଲାରେ ବଢିବାରେ ଲାଗିଛି ଅଡୁଆ । ମାମଲାରୁ ମୁକୁଳିବାରେ ବଦଳରେ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛନ୍ତି । ଜାମିନ ଆବେଦନ ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ପର୍ଯ୍ୟନ୍ତ ଶୁଣାଣିକୁ ସ୍ଥଗିତ କରିଛନ୍ତି । ଆଦାଲତ ଏହି ମାମଲାର ପରବର୍ତ୍ତୀ ଶୁଣାଣି ୧୬ ଫେବୃଆରୀରେ କରିବେ । ଶୁଣାଣି ସମୟରେ ଅଭିନେତାଙ୍କ ପକ୍ଷରେ ଉପସ୍ଥିତ ଓକିଲ କୋର୍ଟକୁ ଜଣାଇଥିଲେ ଯେ, ସେ ତାଙ୍କ କ୍ଲାଏଣ୍ଟଙ୍କୁ […]

ନୟାଗଡ଼ରେ ଭାରତବନ୍ଦ

ନୟାଗଡ଼,(ଓଡ଼ିଶା ଦର୍ପଣ):ଶ୍ରମକୋଡ ଉଚ୍ଛେଦ କରି ପୂର୍ବ ଶ୍ରମ ଆଇନକୁ ଲାଗୁକରିବା, ସର୍ବନିମ୍ନ ମଜୁରୀ ମାସିକ ୨୬ହଜାର ଟଙ୍କା ଧାର୍ଯ୍ୟ କରିବା, ସ୍କିମ ଶ୍ରମିକଙ୍କୁ ସରକାରୀ ମାନ୍ୟତା ପ୍ରଦାନ କରିବା, ଜନବିରୋଧୀ ବିଦ୍ୟୁତ ବିଲ୍ ଓ ବିହନ ବିଲ୍ ରଦ୍ଦ କରିବା,ଚାଷୀଫସଲର ଲାଭଜନକ ଦର, ରାଷ୍ଟ୍ରାୟତ ଉଦ୍ୟୋଗର ସୁରକ୍ଷା ଇତ୍ୟାଦି ଦାବି ଉପରେ କେନ୍ଦ୍ରୀୟ ଟ୍ରେଡୟୁନିଅନ ସମୁହ, ସ୍ବାଧୀନ ଫେଡେରେସନ ଓ ସଂଯୁକ୍ତ କିଷାନ ମୋର୍ଚ୍ଚା ଙ୍କ ଦ୍ଵାରା ଆହୂତ ସର୍ବଭାରତୀୟ ସାଧାରଣ ଧର୍ମଘଟ ନୟାଗଡ଼ରେ ସଫଳତାର ସହ […]

ଦୂରଦର୍ଶନର ବରିଷ୍ଠ ଖବର ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କ ପରଲୋକ

ଦୂରଦର୍ଶନର ନ୍ୟୁଜ୍ ଉପସ୍ଥାପିକା ସରଳା ମାହେଶ୍ଵରୀଙ୍କର ଦେହାନ୍ତ ଘଟିଛି। ସେ ତାଙ୍କର ଶାନ୍ତ ସ୍ଵର ଏବଂ ସ୍ଵଭାବ ଏବଂ ଶୁଦ୍ଧ ହିନ୍ଦୀ ଉଚ୍ଚାରଣ ଲାଗି ବେଶ୍ ଜଣାଶୁଣା। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା। ସରଳା ଦୂରଦର୍ଶନର ଏକ ପପୁଲାର୍ ଚେହେରା ଥିଲେ। ୧୯୮୦ ଏବଂ ୧୯୯୦ ଦଶକର ଜଣେ ପ୍ରସିଦ୍ଧ ସାମ୍ବାଦିକା ଥିଲେ ସରଳା। ଲୋକମାନେ ତାଙ୍କୁ ଶୁଣିବାକୁ ଭଲ ପାଉଥିଲେ। ସେ ୨୦୦୫ ପର୍ଯ୍ୟନ୍ତ ଦୂରଦର୍ଶନର ନ୍ୟୁଜ ଆଙ୍କର ଭାବରେ କାର୍ଯ୍ୟ କରିଥିଲେ। […]