ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୮,୪୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୪୫,୨୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୮,୪୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୪୫,୨୦୦ ଟଙ୍କାକୁ ପହଞ୍ଚିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ […]
ଚଳିତ ମାସ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବରଙ୍ଗପୁରଠାରୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଯୋଜନାର ପ୍ରଥମ ପର୍ଯ୍ୟାୟ ଶୁଭାରମ୍ଭ କରିବେ । ୫୦୦ ଶ୍ରଦ୍ଧାଳୁ ପୁରୀରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କରିବେ ।ପର୍ଯ୍ୟଟନ ବିଭାଗ ଅତିରିକ୍ତ ଶାସନ ସଚିବ ସରୋଜ କୁମାର ସ୍ୱାଇଁ ଏହି ଯୋଜନା ସମ୍ପର୍କରେ ସୂଚନା ଦେଇ କହିଛନ୍ତି , ପ୍ରଥମ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୫୦୦ ଶ୍ରଦ୍ଧାଳୁ ଆସିବେ, ୧୩ ତାରିଖ ସନ୍ଧ୍ୟାରେ ପ୍ରାୟ ୨୦୦ ଜଣ ଓ ଅବଶିଷ୍ଟ ୧୪ ତାରିଖ ସକାଳୁ ପହଞ୍ଚିବେ […]
ଓଡିଶାରେ ଭାରତ ବନ୍ଦର ପ୍ରଭାବ ବିଶେଷ ପଡି ନାହିଁ ଏଭଳି କିଛି କହିଛନ୍ତି, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।ଆହୁରି କହିଛନ୍ତି, ପ୍ରାୟତଃ ଗାଡି ଘୋଡା ଚାଲୁଛି , ବନ୍ଦର ବିଶଷ ପ୍ରଭାବ ପଡିନାହିଁ । ଟୋକା ପଞ୍ଝାଏ ବୁଲୁଛନ୍ତି, ବନ୍ଦ ପାଇଁ ଯାଉଛନ୍ତି । ତେବେ ବନ୍ଦ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବୟାନକୁ ନେଇ କଡ଼ା କାଉଣ୍ଟର କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ସେ କହିଛନ୍ତି, ବିଜୁ ଶ୍ରମିକ ସାମ୍ମୁଖ୍ୟ ସମର୍ଥନ […]
୧୨ ଜୁନ୍ ୨୦୨୫ରେ, ଅପରାହ୍ନରେ ଗୁଜୁରାଟର ଅହମଦାବାଦରୁ ଲଣ୍ଡନ ଯାଉଥିବା ଏକ ବୋଇଂ ୭୮୭-୮ ବିମାନ ଉଡ଼ାଣ ଆରମ୍ଭ ହେବାର ମାତ୍ର କିଛି ସେକେଣ୍ଡ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନର ପଛ ଭାଗ ମେଡିକାଲ୍ ହଷ୍ଟେଲ୍ କୋଠାରେ ଧକ୍କା ଦେଇଥିଲା। ବିମାନରେ ଥିବା ୨୪୧ ଜଣ ଯାତ୍ରୀ ଓ କ୍ରୁ ସଦସ୍ୟଙ୍କ ସମେତ ୨୭୦ ଜଣଙ୍କର ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ କେବଳ ଜଣେ ଯାତ୍ରୀ ବଞ୍ଚି ଯାଇଥିଲେ। ମୃତକଙ୍କ ମଧ୍ୟରେ ୬୦ ଜଣ ବିଦେଶୀ ଥିଲେ। […]
ପୀତବାସ ପଣ୍ଡା ହତ୍ୟା ଘଟଣା ଚାର୍ଜସିଟ୍ରେ ଟ୍ୱିଷ୍ଟ୍ । ହତ୍ୟା ପଛରେ ରାଜନୈତିକ ଓ ବ୍ୟବସାୟିକ ଶତ୍ରୁତା ରହିଥିବା ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିବା ସମୟରେ ଦର୍ଶାଇଥିଲା । ତେବେ ଚାର୍ଜସିଟ୍ରେ ଆଉ ଗୋଟିଏ କାରଣ ଯୋଡ଼ାଯାଇଛି ।ପୀତବାସ ପଣ୍ଡା ହତ୍ୟା ମାମଲାରେ ସଙ୍ଗୀନ ଅଭିଯୋଗ ଆଣିଲେ ବିକ୍ରମ ପଣ୍ଡାଙ୍କ ଓକିଲ ଦୀପକ ପଟ୍ଟନାୟକ। ପଚାରିଲେ କୁଆଡ଼େ ଗଲା ବିକ୍ରମଙ୍କ ଆପତ୍ତିଜନକ ଫଟୋ? ପୀତବାସଙ୍କ ପଇତାରୁ ମିଳିଥିଲା ସିକ୍ରେଟ୍ ଚାମ୍ବର ଚାବି। ଆଉ ସେହି ସିକ୍ରେଟ୍ ଚାମ୍ବରରୁ […]
ଓଡ଼ିଶାରେ ଭୋଟର ତାଲିକାର ହେବ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସଆଇଆର୍) । ଏପ୍ରିଲରୁ ଏହି ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି । ଚଳିତ ମାସ ଶେଷ ସୁଦ୍ଧା ଭୋଟର ମ୍ୟାପିଂ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ୧୨ ରାଜ୍ୟରେ ଏସଆଇଆର୍ ପ୍ରକ୍ରିୟା ଚାଲିଥିବାବେଳେ ଓଡ଼ିଶାରେ ଏ ଦିଗରେ ପ୍ରକ୍ରିୟା ଆଗେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ।। ୨୦୦୨ରେ ଶେଷ ଥର ପାଇଁ ଓଡ଼ିଶାରେ ଏସଆଇଆର୍ କରାଯାଇଥିଲା । ୨୦୦୨ (ଏସଆଇଆର୍ ସମୟର) […]
ଦୁର୍ଘଟଣାରୁ ବର୍ତ୍ତିଲେ ଆନ୍ଦୋଳନକାରୀ । ରାୟଗଡା ଶିରିଗୁଡ଼ା ଛକରେ ବ୍ରେକ୍ ଫେଲ୍ ହେଲା ପୋଲିସ ବସ୍ । ଆଜି ବନ୍ଦ ଡାକରା ଦେଇଥିବା ବେଳେ ଶିରିଗୁଡ଼ା ଛକରେ ଅନେକ ଯାନବାହାନ ଅଟକିଥିଲା।ଶତାଧିକ ଆନ୍ଦୋଳନକାରୀଙ୍କ ସହ ସୁରକ୍ଷା ଦୃଷ୍ଟିରୁ ପୋଲିସ ମଧ୍ୟ ଉପସ୍ଥିତ ଥିଲେ। ସେତିକିବେଳେ ଅଟକି ରହିଥିବା ପୋଲିସ ବସ ବ୍ରେକ ଫେଲ ହୋଇ ହଠାତ ଗଡିଗଲା। ବ୍ୟାରିକେଡ ଭାଙ୍ଗି ପ୍ରାୟ ୧୦୦ ମିଟର ଗଡ଼ିଗଲା ବସ୍ । ସାମନାରେ ଥିବା ଲୋକମାନେ ଚିତ୍କାର କରି ଏଣେତେଣେ […]
ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍ଷ୍ଟିନ୍ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା ଅଭିଯୋଗ ଉପରେ ଜବାବ ରଖିବାକୁ ଯାଇ ପୁରୀ ବୁଧବାର ଏହି ସୂଚନା ଦେଇଛନ୍ତି। ବିନା ଆଧାରରେ ଅଭିଯୋଗ ଲଗାଇବା ରାହୁଲଙ୍କ ଅଭ୍ୟାସ। ମନ୍ତ୍ରୀ କହିଛନ୍ତି କି, ‘ରାଜନୀତିରେ ୨ ପ୍ରକାର ନେତା ଥାନ୍ତି। ଜଣେ ଦାୟିତ୍ବ ପାଳନ କରି ସମାଜର ସେବା କରନ୍ତି ଏବଂ ଦେଶ ବଦଳାଇବା କାମ କରନ୍ତି। […]
ଭାରତୀୟ ଚାଷୀ ଏବଂ ଟ୍ରେଡ୍ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍ ବାତିଲ ଦାବିରେ ୧୦ ଟ୍ରେଡ୍ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା ସହ ଅନ୍ୟ ସଙ୍ଗଠନଗୁଡିକର ସମର୍ଥନ ଲୋଡ଼ିଛନ୍ତି। ଅନ୍ୟପଟେ ଆଜି ୧୦ଟା୧୫ରେ ବନ୍ଦହେବ ଲୋକସେବା ଭବନ ଗେଟ୍ । ଶ୍ରମିକ ସଂଗଠନର ବନ୍ଦ ଡାକାରା ପରିପ୍ରେକ୍ଷୀରେ ନିର୍ଦ୍ଦେଶନାମା ଜାରି କରିଛି ଗୃହ ବିଭାଗ । ଖାରବେଳ ଭବନ, ଲୋକସେବା […]
ମେଷଆଜିର ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ ।ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ର ସୁଭଫଳ ମିଳିବ ତଥାପିି ରୋଜଗାରଠାରୁ ଖର୍ଚ୍ଚ ବଳିଯିବ ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ବୃଷ : ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ବୌଦ୍ଧିକ ଚର୍ଚ୍ଚା କିମ୍ବା ବାଦ-ବିବାଦରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କ ପାଇଁ ଭଲ ସମୟ ଅଟେ। ପରିଶ୍ରମ ଅନୁପାତରେ କମ ସଫଳତା […]
IAS ସ୍ତରରେ ଅଦଳବଦଳ । ପୁଣିଥରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର ।ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME ସଚିବ ହେଲେ ରଶ୍ମିତା ପଣ୍ଡା । ସୁରେନ୍ଦ୍ର ମାନୀଙ୍କୁ CMGI କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଦିଆଯାଇଛି । ଅବୋଲି ସୁନୀଲ ନରବଣେଙ୍କୁ ଇପିକ୍ ଇପିକଲ୍ ଏମଡି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।
ଗନ୍ଧମାର୍ଦ୍ଦନ ହେବ ନକ୍ସଲ ମୁକ୍ତ । ବରଗଡ ଜିଲ୍ଲାର ପ୍ରସିଦ୍ଧ ଗନ୍ଧମାର୍ଦ୍ଦନ ପାହାଡ଼ ଜଙ୍ଗଲ ହେବ ମାଓ ମୁକ୍ତ । ଏବେ ଓଡ଼ିଶା ପୋଲିସର ଟାର୍ଗେଟରେ ଗନ୍ଧମାର୍ଦ୍ଦନ ପାହାଡରେ ଲୁଚି ରହିଥିବା ମାଓବାଦୀ ।ଆସନ୍ତା ମାର୍ଚ୍ଚ ଶେଷ ସୁଦ୍ଧା ଗନ୍ଧମାର୍ଦ୍ଦନକୁ ମାଓବାଦୀମୁକ୍ତ କରାଯିବା ପାଇଁ ସମସ୍ତ ରଣନୀତି ପ୍ରସ୍ତୁତ ହୋଇ ସାରିଛି ବୋଲି ବୁଧବାର ବରଗଡ଼ ଜିଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ସଞ୍ଜୀବ ପଣ୍ଡା କହିଛନ୍ତି। […]
