ଆସନ୍ତା ମାର୍ଚ୍ଚ ୧୪ ତାରିଖକୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି । ଫେବ୍ରୁଆରୀ ଶେଷ ସପ୍ତାହରୁ ମାର୍ଚ୍ଚ ପ୍ରଥମ ସପ୍ତାହ ମଧ୍ୟରେ ସ୍ପଟ୍ ଭିଜିଟ୍ ହେବ । ଟ୍ରିବ୍ୟୁନାଲ ସ୍ପଟ୍ ଭିଜିଟ୍ କରି ସାରିବା ପରେ ମାର୍ଚ୍ଚ ୧୪ ତାରିଖରେ ଶୁଣାଣି ହେବ । ଏପ୍ରିଲ ୧୩ ତାରିଖରେ ଟ୍ରିବ୍ୟୁନାଲ ଅବଧି ଶେଷ ହେବାକୁ ଯାଉଛି । ଓଡିଶା ଏବଂ ଛତିଶଗଡର ଟ୍ରିବ୍ୟୁନାଲ ଅବଧି ବୃଦ୍ଧି ପାଇଁ ଅନୁରୋଧ କରିସାରିଛନ୍ତି । ୨୦୨୭ ମାର୍ଚ୍ଚ୨୭ ପର୍ଯ୍ୟନ୍ତ […]
ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର । ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନରେ ଏହା ଅନୁଷ୍ଠିତ ହେବ ।ଭୁବନେଶ୍ୱର, କଟକ, ପୁରୀ ଓ ପାରାଦୀପ ଵିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏହାଦ୍ୱାରା ଏସବୁ ଅଂଚଳର ପର୍ଯ୍ୟଟନ ଭିତ୍ତିକ ସାଂସ୍କୃତିକ ଓ ଐତିହ୍ୟ ଅର୍ଥନୀତିକୁ ପ୍ରୋତ୍ସାହନ କରିବ। ଏହି ପ୍ରକଳ୍ପ ଦ୍ଵାରା ଓଡିଶା ପୂର୍ବ ଭାରତର ଏକ ପ୍ରମୁଖ ବନ୍ଦର ଭିତ୍ତିକ ଶିଳ୍ପ ଓ […]
ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ । ଏନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି ଯେ ଅବକାରୀ ବିଭାଗ ପକ୍ଷରୁ ନିଶଆମୁକ୍ତ ଓଡିଶା ଅଭିଯାନ ଜୋରଦାର ହେବ ।ଅବୈଧ ନିଶା କାରବାର ରୋକିବା ପାଇଁ ବି ପଦକ୍ଷେପ ନିଆଯିବ। ଚଢ଼ାଉ ବେଳେ ଏନ୍ଫୋର୍ସମେଣ୍ଟ ଟିମ୍ ବଡି କ୍ୟାମେରା ପିନ୍ଧିବେ। ଏହାଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର।
ପୋଲିସ SI ପରୀକ୍ଷା ସ୍କାମ ମାମଲାରେ ଆଉ ଜଣେ ଦଲାଲ ଗିରଫ। ବ୍ରହ୍ମପୁରରୁ ଇପିଲି ସୀତାରାମଙ୍କୁ ଗିରଫ କରିଛି CBI। ଦଲାଲ ଜଣକ ହେଲେ ଗଞ୍ଜାମ ଜିଲ୍ଲା କୁକୁଡ଼ାଖଣ୍ଡି ଶାନ୍ତି ନଗର ଇପିଲି.ସୀତାରାମ । ସୀତାରାମ ପୋଲିସ ଏସଆଇ କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ଥିବା ସିବିଆଇ ତଦନ୍ତରେ ଜଣାପଡିଥିଲା । ସିବିଆଇ ପକ୍ଷରୁ ତାଙ୍କୁ ବାରମ୍ବାର ଡାକରା ହୋଇଥିଲା । ସେ ନ ଆସିବାରୁ ସିବିଆଇ ଶୁକ୍ରବାର ଦଲାଲ ସୀତାରାମକୁ ଉଠାଇ ନେଇ ଜେରା କରୁଥିବା ଜଣାପଡିଛି […]
ସରକାରୀ ଡ୍ୟୁଟିରେ ଥିବା ଜଣେ ମହିଳା ଅତିରିକ୍ତ ତହସିଲଦାରଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ । ଜଣେ ପଞ୍ଚାୟତ ନିର୍ବାହୀ ଅଧକାରୀଙ୍କ ନାଁରେ ଆସିଛି ଏପରି ସଙ୍ଗୀନ ଅଭିଯୋଗ । ଥାନାରେ ମାମଲା ରୁଜୁ ହେବା ଜାଣିବା ପରେ ଅଭିଯୁକ୍ତ ପିଇଓ ବିଷପିଇ ଦେଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍କେସିଜି ଆଇସିୟୁରେ ଭର୍ତ୍ତି କରାଯାଇଛି । ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ସୁନାପୁର ବେଳାଭୂମି ମହୋତ୍ସବର ପ୍ରଥମ ଦିନରେ । ଏହି କାର୍ଯ୍ୟକ୍ରମରେ ଜଣେ ମହିଳା […]
ଛାତ୍ରଛାତ୍ରୀଙ୍କ ପାଇଁ ସ୍କଲାରଶିପ୍ ପୋର୍ଟାଲକୁ ଆଉଥରେ ଖୋଲା ଗଲା | ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୨୫–୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଅନ୍ତର୍ଗତ ସ୍କଲାରଶିପ୍ ପୋର୍ଟାଲକୁ ଆଉଥରେ ଖୋଲା ଯାଇଛି। ଅବଶିଷ୍ଟ ଖାଲି ଆସନ ପାଇଁ ନୂଆ ଆବେଦନ କରି ପାରିବେ। ବିଭାଗ ଜାରି କରିଥିବା ବିଜ୍ଞପ୍ତି ଅନୁସାରେ, ୬ ଫେବୃଆରୀରୁ ୨୬ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ଗ୍ରହଣ କରାଯିବ ।ଏହି ସମୟସୀମା ପରେ ଆଉ କୌଣସି […]
ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଆଜି ୫୦ ତମ ଶୁଣାଣି । ଉଭୟ ଓଡ଼ିଶା ଓ ଛତିଶଗଡ଼ ଟ୍ରିବ୍ୟୁନାଲରେ ନିଜର ପକ୍ଷ ଓ ଆପୋସ ବୁଝାମଣାର ଅଗ୍ରଗତି ବିଷୟରେ ଜଣାଇବେ। ପୂର୍ବରୁ ୪୯ଟି ଶୁଣାଣିରେ କୌଣସି ସମାଧାନ ହୋଇପାରିନାହିଁ । ଟ୍ରିବ୍ୟୁନାଲ୍ ଏପର୍ଯ୍ୟନ୍ତ ଜଳ ବଣ୍ଟନ ସମ୍ପର୍କରେ କୌଣସି ଅନ୍ତରୀଣ ବା ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିନାହାନ୍ତି । ଆଶା, ଆକାଂକ୍ଷା ଅନେକ ଅଛି, ହେଲେ ଫଳାଫଳ ଆସିବା ସମ୍ଭାବନା କ୍ଷୀଣ । କେବଳ […]
ମେଷମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ।ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି। ବୃଷଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବାସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, […]
ରାଜଧାନୀରୁ ନକଲି ଡାକ୍ତର ସରୋଜ ମିଶ୍ର ଓରଫ ସିଦ୍ଧାର୍ଥ ଶଙ୍କରଙ୍କୁ ଗିରଫ କରାଯାଇଛି। ମଞ୍ଚେଶ୍ୱର ପୋଲିସ ସିଦ୍ଧାର୍ଥଙ୍କୁ ୧ଲକ୍ଷ ୩୦ ହଜାର ଟଙ୍କା ଠକେଇ ଅଭିଯୋଗରେ ଗିରଫ କରିଛି।ଅଭିଯୋଗ ଅନୁସାରେ ନିଜକୁ ଡାକ୍ତର ଦର୍ଶାଇ ଘରୋଇ ମେଡିକାଲ କଲେଜର ଜଣେ ମହିଳା ମେଡିକାଲ ଅଫିସରଙ୍କ ସହ ଅଭିଯୁକ୍ତର ମେଟ୍ରିମୋନିଆଲ ସାଇଟରେ ସମ୍ପର୍କ ହୋଇଥିଲା । ନିଜକୁ ପୁଣେରେ ଡାକ୍ତର ଥିବା କହି ଅଭିଯୋଗକାରିଣୀ ଙ୍କ ପରିବାର ଲୋକଙ୍କୁ ମଧ୍ୟ ବିଶ୍ୱାସ ଜନ୍ମାଇଥିଲା । ପରେ ନକଲି ଡାକ୍ତର […]
ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ କରିବା ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଶୀର୍ଷ ଅଦାଲତ। ଏହା ସହିତ ୩୦ ସପ୍ତାହର ଗର୍ଭପାତ ପାଇଁ ଯୁବତୀଙ୍କୁ ଅନୁମତି ମିଳିଛି। ଜଣେ ୧୭ ବର୍ଷୀୟ ଗର୍ଭବତୀ ନାବାଳିକା ମାମଲାର ଶୁଣାଣି ଅବସରରେ ଏହି ରାୟ ଦେଇଛନ୍ତି ସୁପ୍ରିମକୋର୍ଟ ।ବିଚାରପତି ବିଭି ନାଗାରତ୍ନ ଓ […]
ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ ଥିବା ପନାସ ଆପାର୍ଟମେଣ୍ଟର ୧୭ ମହଲାରୁ ଡେଇଁ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ମୃତ୍ୟୁକୁ ଆଲିଙ୍ଗନ କରିବା ପୂର୍ବରୁ ହାତ ଯୋଡ଼ି ପ୍ରାର୍ଥନା କରୁଥିବାର ଦେଖାଯାଇଛି। ରିପୋର୍ଟ ଅନୁସାରେ, ସୁନୀଲ ସଦାରଙ୍ଗାନି ଗତକାଲି ଅପରାହ୍ନରେ ବିଜୟପୁର ରୋଡରେ […]
ଜଳବାୟୁ ପରିବର୍ତନ ସାଙ୍ଗକୁ ଦିନକୁ ଦିନ ନୂଆ ରୋଗ ଶୃଷ୍ଟି କରି ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଉଛି। ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ ଫାର୍ମରସ ଫଟିଲାଇଜର କୋ-ଅପରେଟିଭ ଲିମିଟେଡ଼ (ଇ.ଫ୍.କୋ.) ପକ୍ଷରୁ ରଣପୁର ବ୍ଲକର ସାନଗଡ ସ୍ଥିତ ଇଫକୋ ବଜାର ପରିସରରେ ନାନୋ ସାର ଓ ଜଳ ଦ୍ରବଣୀୟ ସାର ସମ୍ୱନ୍ଧିତ ଏକ ବୈଜ୍ଞାନିକ ଫସଲ ଆଲୋଚନା ଚକ୍ର ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥିଭାବେ ନୟାଗଡ଼ କୃଷି ବିଭାଗର ଜିଲ୍ଲା କୃଷି ଅଧିକାରୀ ପବିତ୍ର ମୋହନ ସାହୁ ଯୋଗଦେଇ […]
