author

ଆଜିର ରାଶିଫଳ(୨୫ ଫେବ୍ରୁଆରୀ,୨୦୨୪)

*ମେଷ: ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା  ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।* *ବୃଷ : କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି […]

ମାର୍ଚ୍ଚ ୩ରେ ନୟାଗଡ଼ ସାହିତ୍ୟ ଉତ୍ସବ,ପ୍ରସ୍ତୁତି ବୈଠକରେ ରୂପରେଖ ପ୍ରସ୍ତୁତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଓଡ଼ିଆ ମିଡିଆ ପ୍ରାଇଭେଟ୍ ଲିମିଟେଡ୍ ଆନୁକୂଲ୍ୟରେ ଆୟୋଜିତ ହେଉଛି ଜିଲ୍ଲାର ସର୍ବବୃହତ୍ ସାରସ୍ୱତ ସମାବେଶ ତୃତୀୟ ନୟାଗଡ଼ ସାହିତ୍ୟ ଉତ୍ସବ। ଆଜି ଅପରାହ୍ଣରେ ସ୍ଥାନୀୟ ସିନ୍ଦୁରିଆ ବିଦ୍ୟାଳୟ ପ୍ରାଙ୍ଗଣରେ ଏ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଆସନ୍ତା ମାର୍ଚ୍ଚ ୩ ତାରିଖ ରବିବାର ଦିନ ଏହି ଉତ୍ସବ ଆୟୋଜନ ପାଇଁ ନିଷ୍ପତ୍ତି ହୋଇଛି। ନବନିର୍ମିତ ବଲାଙ୍ଗି ବନ୍ଧ ପ୍ରମୋଦ ଉଦ୍ୟାନ ପରିସରରେ ଏହି ଉତ୍ସବ ଆୟୋଜିତ ହେବ ବୋଲି ବିଶିଷ୍ଟ ଲେଖକ […]

ଭାରତରେ ଆରମ୍ଭ ହେଲା ବିଶ୍ୱର ସର୍ବ ବୃହତ୍ତ ଭଣ୍ଡାରଣ ଯୋଜନା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ‘ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ’ ପାଇଲଟ ପ୍ରକଳ୍ପର ଉଦଘାଟନ କରିଛନ୍ତି। ସୂଚନାଯୋଗ୍ୟ, ଏହା ୧୧ଟି ରାଜ୍ୟର ୧୧ ଟି ପ୍ରାଥମିକ କୃଷି କ୍ରେଡିଟ ସୋସାଇଟି (ପିଏସିଏସ) ରେ ପରିଚାଳିତ ହେଉଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ସମବାୟ କ୍ଷେତ୍ରର ଅନ୍ୟାନ୍ୟ ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ବିକଶିତ ଭାରତର ଅମୃତ ଯାତ୍ରାରେ ଭାରତ ମଣ୍ଡପମ ଆଉ ଏକ ବଡ ଉପଲବ୍ଧିର ସାକ୍ଷୀ ପାଲଟିଥିବା […]

ପରୀକ୍ଷା ପରିଚାଳନାରେ ଅନିୟମିତା ଧରିଲା AI କ୍ୟାମେରା

ପରୀକ୍ଷା ପରିଚାଳନାରେ ଅନିୟମିତତା ଧରାଇଦେଲା ଏଆଇ କ୍ୟାମେରା । ସୁପରିଟେଣ୍ଡେଣ୍ଟ ଦାଇତ୍ୱରୁ ହଟିଲେ ସାହାରପଡା ନୋଡ଼ାଲ ସେଣ୍ଟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ । ତେବେ ଏଆଇ ଓ ସିସି ଟିଭି ସର୍ଭେଲାନ୍ସରେ ମାଟ୍ରିକ୍ ପରୀକ୍ଷା ତ୍ରୁଟି ଧରାପଡିଛି। ଏ ନେଇ ବିଏସଇ କମାଣ୍ଡ କଣ୍ଟେ୍ରାଲ୍ ରୁମ୍ ସୂଚନା ଜାରି କରିଛି। ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ଦୁଇଟି ଲେଖାଏଁ ସ୍କୁଲରେ ତ୍ରୁଟି ଧରାପଡିଛି। କେନ୍ଦୁଝର, ନବରଙ୍ଗପୁର ଓ ଗଜପତିର ଗୋଟିଏ ଲେଖାଏଁ ସ୍କୁଲରେ ତ୍ରୁଟି ପରିଲକ୍ଷିତ ହୋଇଛି। […]

ଏମ୍‌ଭି ଦେବୀ ଜାହାଜକୁ ବାନ୍ଧିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପାରାଦ୍ୱୀପ ବନ୍ଦରରେ ଅଟକିଥିବା ଏମ.ଭି ଦେବୀ ଯାହଜ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ନିର୍ଦେଶ ଦେଇଛନ୍ତି ହାଇକୋର୍ଟ । ବର୍ଥ ଦେୟ ଏବଂ ଅନ୍ୟାନ୍ୟ ଶୁଳ୍କ ବାବଦୀୟ ମାମଲା ପ୍ରସଙ୍ଗରେ ହାଇକୋର୍ଟ ଏଭଳି ନିର୍ଦେଶ ଦେଇଛନ୍ତି । ଗତ ବର୍ଷ ନଭେମ୍ବର ମାସ ୩୦ ତାରିଖ ରାତିରେ ଏହି ଜାହଜରୁ ୨୨ ଟି ପ୍ୟାକେଟ କୋକେନ ଜବତ ହୋଇଥିଲା ।ଗତ ନଭେମ୍ବର ୩୦ରୁ ଏଯାଏଁ ଜାହାଜଟିକୁ ଜବତ କରି କଷ୍ଟୋମ୍ ବିଭାଗ ପାରାଦୀପ ପୋର୍ଟ ଆଙ୍କରେଜରେ […]

ରାଜେଶ ପାଟିଲଙ୍କୁ ବିଏମ୍‌ସି କମିଶନର ଦାୟିତ୍ୱ

ବଦଳିଲେ ଭୁବନେଶ୍ବର ମହାନଗର ନିଗମ କମିଶନର। ରାଜେଶ୍ ପ୍ରଭାକର ପାଟିଲ୍ ନୂଆ ବିଏମସି କମିଶନର ହୋଇଛନ୍ତି। ଜିଏ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏକ ମାସ ପାଇଁ ଛୁଟିରେ ଯାଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ ବିଜୟ ଅମୃତ କୁଲାଙ୍ଗେ।ଖବର ଅନୁଯାୟୀ, ଭୁବନେଶ୍ୱର ମହାନଗର ନିଗମର କମିଶନର ବିଜୟ ଅମୃତ କୁଲାଙ୍ଗେ ଏକ ମାସର ଛୁଟିରେ ଯିବା ପାଇଁ ଆବେଦନ କରିଥିଲେ। ଯାହାକୁ ରାଜ୍ୟ ସରକାର ମଞ୍ଜୁର କରିଛନ୍ତି । ତାଙ୍କ ବଦଳରେ ଆଉ ଜଣେ […]

ଟ୍ରାଫିକ ଗୋଲେଇ ଛକ, ମାଛ ମାର୍କେଟ ଏବଂ ମଣ୍ଡି ଉଦଘାଟିତ

ନୟାଗଡ଼, (ଲକ୍ଷ୍ମୀଧର ସାହୁ): ନୟାଗଡ଼ ସହରର ମୁଖ୍ୟ ଟ୍ରାଫିକ ଗୋଲେଇ ଛକ, ଅତ୍ୟାଧୁନିକ ମାଛ ମାର୍କେଟ ଏବଂ ପରିବା ମଣ୍ଡି ଶୁକ୍ରବାର ଦିନ ସନ୍ଧ୍ୟାରେ ଉଦଘାଟିତ ହୋଇ ଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦଜେନା ପ୍ରମୂଖ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ନୟାଗଡ଼ ଦୁର୍ଗାମଣ୍ଡପଠାରେ ଅନୁଷ୍ଠିତସଭାରେ ବିଧାୟକ ନୟାଗଡ଼ର ଟ୍ରାଫିକ ସମସ୍ୟା ସମ୍ପର୍କରେ ଆଲୋକପାତ କରିବା ସହ ଟ୍ରାଫିକ […]

ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ଝିପ୍‌ଝିପ୍ ବର୍ଷା

ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ତଳମୁହାଁ ହୋଇଛି। ଶନିବାର ରାତିରେ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ସମ୍ଭାବନା ଅଛି । ଆସନ୍ତା ୬ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରା ଅପେକ୍ଷାକୃତ କମ୍‌ ରହିବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଜିଲାରେ ଘଡଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅନ୍ୟପକ୍ଷେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଝିପିଝିପି ବର୍ଷା ହେବା […]

ଏଣିକି ରାଜଧାନୀରୁ ହଟାଯିବ ଦଳୀୟ ପୋଷ୍ଟର ବ୍ୟାନର।

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେଲା ବିଏମସି । ଏଣିକି ଆଉ ରାଜଧାନୀର କାନ୍ଥ ବାଡ଼ରେ ଲାଗିବ ନାହିଁ କୌଣସି ଦଳର ପୋଷ୍ଟର, ବ୍ୟାନର ଓ ୱାଲ ପେଣ୍ଟିଂ। ଯେଉଁ ଦଳ ଗୁଡିକ ନିଜ ଦଳ ଓ ନେତାଙ୍କର ମାଇଲେଜ୍ ପାଇଁ ପୋଷ୍ଟର, ବ୍ୟାନର ଲଗାଇବା କିମ୍ବା ୱାଲ୍ ପେଣ୍ଟିଂ କରିଛନ୍ତି ସେଗୁଡିକ ହଟାଇବା ପାଇଁ କାର୍ଯ୍ୟ ଆରମ୍ଭ କରିଛି ବିଏମସି ।କାନ୍ଥରେ ଲେଖାଯାଇଥିବା ଦଳୀୟ ସ୍ଲୋଗାନକୁ ମଧ୍ୟ ହଟାଯିକୁ ବିଏମ୍‌ସି କମିଶନର କହିଛନ୍ତି। […]

ଆଜିର ରାଶିଫଳ(୨୪ ଫେବ୍ରୁଆରୀ,୨୦୨୪)

*ମେଷ : ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କଠାରୁ ଆପଣଙ୍କୁ ଲାଭବାନ ହେବ।*  *ବୃଷ : ଆଜି ନିଜର ଉତ୍ସାହ ଗୁଣ  ଯେକୌଣସି କାର୍ଯ୍ୟକୁ ଭଲ ଭାବରେ ସଂପନ୍ନ କରିବାରେ ସହାଯକ ହେବ। ଆପଣଙ୍କପାଇଁ କାର୍ଯ୍ୟ ପ୍ରତି ଏକାଗ୍ର ହେବା ସରଳ ରହିବ। ଧନ ଲାଭର ସମ୍ଭାବନା ଅଛି।ଶାରୀରିକ […]

ରାକୁଲ-ଜ୍ୟାକିଙ୍କୁ ବିବାହର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ରକୁଲ୍ ପ୍ରୀତ ସିଂ ଏବଂ ଜ୍ୟାକି ଭଗନାନୀ ପରସ୍ପରଙ୍କୁ ଜୀବନସାଥି କରିଛନ୍ତି । ଦୁହେଁ ବୁଧବାର ପରିବାର ଏବଂ ନିଜ ଘନିଷ୍ଠ ବନ୍ଧୁଙ୍କ ଉପସ୍ଥିତିରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଦୁଇ ସେଲିବ୍ରେଟିଙ୍କ ବିବାହ ଫଟୋ ସାମନାକୁ ଆସିବା ପରେ ଏବେ ସମସ୍ତେ ଶୁଭେଚ୍ଛା ଜଣାଉଛନ୍ତି ।ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ବିବାହ କରିଥିବା ବଲିଉଡ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ ଏବଂ ଜ୍ୟାକି ଭାଗନାନୀଙ୍କୁ ସେମାନଙ୍କ ବିବାହ ଅଭିନନ୍ଦନ ଜଣାଇଛନ୍ତି। ସେହି ପୋଷ୍ଟଟି […]

ବଢ଼ିଲା ମେୟର, ଡେପୁଟି ମେୟର ଓ କର୍ପୋରେଟରଙ୍କ ଭତ୍ତା

ଭୁବନେଶ୍ବର ମହାନଗର ନିଗମ (ବଏମ୍‌ସି)ର କର୍ପୋରେଟରମାନଙ୍କର ମିଟିଂ ଭତ୍ତା ବୃଦ୍ଧି ହୋଇଛି । କର୍ପୋରେଟରଙ୍କ ଭତ୍ତା୧୦ ହଜାର କରାଯାଇଛି। ପ୍ରତି କର୍ପୋରେଶନ ମିଟିଂ ପିଛା କର୍ପୋରେଟରଙ୍କୁ ୧୦ ହଜାର ଟଙ୍କା ମିଳିବ।କର୍ପୋରେସନ ବୈଠକ ପାଇଁ ମେୟର ଭତ୍ତା ହେଲା ୫୦ ହଜାର ରଖାଯାଇଥିବାବେଳେ ଡେପୁଟି ମେୟର ପାଇବେ ୨୫ ହଜାର ଟଙ୍କା।ଏହି କ୍ରମରେ ମେୟର ସୁଲୋଚନା ଦାସଙ୍କ ମିଟିଂ ଭତ୍ତା ମଧ୍ୟ ବଢ଼ିଛି। ଏନେଇ କର୍ପୋରେଶନ ବୈଠକରେ ନିଷ୍ପତ୍ତି ହୋଇଛି। ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ […]