author

ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍, ଚାଲିବ ଇଭି ଗାଡି

ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’ ହଟେଇବାକୁ ସରକାର ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି।ବର୍ତ୍ତମାନ ଯେତେ ସବୁ ଡିଜେଲ ଚାଳିତ ବସ୍ ରହିଛି ତାକୁ ଧୀରେ ଧୀରେ ସ୍କାର୍ପ କରାଯିବା ସହ ଇଭି ବସ୍ ଆଣାଯିବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେହିପରି ମନ୍ତ୍ରୀ ଆହୁରି କହିଛନ୍ତି ଯେ, ଏଣିକି ମହିଳାମାନେ ଆମ ବସ୍ […]

ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ

ଶ୍ରୀମନ୍ଦିରକୁ ସୋସିଆଲ ମିଡିଆରେ ଧମକପୂର୍ଣ୍ଣ ମେସେଜ୍ ମାମଲାରେ ଜଣକୁ ଅଟକ ରଖିଛି ପୁଲିସ । ଜୁଲି ରାଣୀ ପଣ୍ଡା ନାମକ ଏକ ଫେସବୁକ ଆଇଡିରେ ଶ୍ରୀମନ୍ଦିର ସମେତ ପୁରୀ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଧମକପୂର୍ଣ୍ଣ ମେସେଜ୍ ଦିଆଯାଇଥିଲା ।ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ କରାଯାଇଛି । ବଡ଼ଦାଣ୍ଡ ଏବଂ ସମ୍ବେଦନଶୀଳ ସ୍ଥାନମାନଙ୍କରେ କମାଣ୍ଡୋ ପକ୍ଷରୁ ପଇଁତରା ମରାଯାଉଛି ।ଶ୍ରୀମନ୍ଦିର ବାହାର ଓ ଭିତରେ ବମ୍ ସ୍କ୍ୱାଡ୍ ଦ୍ବାରା […]

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା ଏକ ପୋଖରୀରେ ପଡ଼ିଯାଇଥିଲା। କେପି କଲେଜ ପଛରେ ଏହି ଦୁର୍ଘଟଣା ଘଟିଥିଲା।ସ୍ଥାନୀୟ ଲୋକ ଘଟଣା ବିଷୟରେ ପୋଲିସ ଓ ପ୍ରଶାସନକୁ ସୂଚନା ଦେଇଥିଲେ । ଏହାପରେ ଅଗ୍ନିଶମ ଟିମ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିଥିଲା । ସ୍ଥାନୀୟ ଲୋକ ୩ ଜଣଙ୍କୁ ଉଦ୍ଧାର କରିଥିବା ଜଣାପଡିଛି ।

ଦେଢ ଶହ ଲୋକ ଥିବା ଗାଁକୁ ହେବ ରାସ୍ତା: ପଞ୍ଚାୟତିରାଜ ମନ୍ତ୍ରୀ

ଦେଢ ଶହ ଜନସଂଖ୍ୟା ଥିବା ଗାଁକୁ ହେବ ରାସ୍ତା। ୨୦୨୭ ସୁଦ୍ଧା ୭୫ ହଜାରରୁ ଉର୍ଦ୍ଧ୍ଵ ଗ୍ରାମ୍ୟ ରାସ୍ତା ନିର୍ମାଣ କରିବାକୁ ସରକାରଙ୍କ ଲକ୍ଷ୍ୟ।ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ମନ୍ତ୍ରୀ କହିଛନ୍ତି ଯେ ଆସନ୍ତା ୩ ମାସରେ ଶତ ପ୍ରତିଶତ ବଜେଟ ଖର୍ଚ୍ଚ କରାଯିବ । ଗ୍ରାମ୍ୟ ଉନ୍ନୟନ ବିଭାଗର ସମୀକ୍ଷା ପରେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।ସେହିପରି ପଞ୍ଚାୟତ ନିର୍ବାଚନକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ନିର୍ଦ୍ଧାରିତ ସମୟରେ […]

ଜୁନ୍‌ ସୁଦ୍ଧା ୨୪ ନୂଆ ଏନ୍‌ଏସି ଓ ପୌର ନିର୍ବାଚନ: ରାଜ୍ୟ ସରକାରଙ୍କୁ ନିର୍ବାଚନ କମିସନରଙ୍କ ଚିଠି

ଆସନ୍ତା ଜୁନ୍‌ ମାସରେ ରାଜ୍ୟ ଦେଖିବ ପୌର ନିର୍ବାଚନ। ନୂତନ ଘୋଷିତ ପୌରାଞ୍ଚଳରେ ଏହି ନିର୍ବାଚନ କରାଯିବ।ପୌରାଞ୍ଚଳ ଘୋଷଣାର ୬ମାସ ଭିତରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବା କଥା । ଗତ ଡିସେମ୍ବର ମାସରେ ରାଜ୍ୟସରକାର ୨୪ଟି ନୂଆ NAC ଓ ପୌରପାଳିକା ଲାଗି ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଆସନ୍ତା ଜୁନ୍ ସୁଦ୍ଧା ସେସବୁ ସ୍ଥାନରେ ନିର୍ବାଚନ ଫଳାଫଳ ପ୍ରକାଶ ସହ ପ୍ରଥମ ପରିଷଦ ବୈଠକ ବସିବ ।ଏସମ୍ପର୍କରେ ରାଜ୍ୟ ସରକାରଙ୍କୁ ରାଜ୍ୟ ନିର୍ବାଚନ କମିସନର […]

ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ

ମାର୍ଚ୍ଚରୁ ଭୁବନେଶ୍ବରରୁ ଦୁବାଇ-ସିଙ୍ଗାପୁରକୁ ବିମାନ ସେବା ବନ୍ଦ ।  ପ୍ରଭାବିତ ହେବେ ୪୦ ହଜାର ଓଡ଼ିଆ । ଭୁବନେଶ୍ବର ଆବୁଧାବି ସିଧାସଳଖ ବିମାନ ସେବା ଗତ ଡିସେମ୍ବରରୁ ବନ୍ଦ ହୋଇଯାଇଛି । ତେବେ ୧ ମାସ ପରେ ଭୁବନେଶ୍ବର ବିମାନ ବନ୍ଦରରୁ ଆଉ ୨ଟି ପ୍ରମୁଖ ଆନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିବାକୁ ଯୋଜନା ରଖିଛି । ମାର୍ଚ୍ଚ ୨୮ ପରେ ଦୁବାଇ ଓ ସିଙ୍ଗାପୁର ଭଳି ଗୁରୁତ୍ବପୂର୍ଣ୍ଣ ସ୍ଥାନକୁ ଭୁବନେଶ୍ବରରୁ ସିଧା ବିମାନ ସେବା ବନ୍ଦ […]

ଭିତରକନିକାରେ ବଢିଲା ବିଦେଶୀ ପକ୍ଷୀ ସଂଖ୍ୟା

ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଚଳିତ ମାସ ୧୮ ତାରିଖ ଦିନ ବନ ବିଭାଗ ପକ୍ଷରୁ ହୋଇଥିବା ଗଣନା ରିପୋର୍ଟରୁ ଏହା ଜଣାପଡିଛି। ଗତବର୍ଷ ଭିତରକନିକାରେ ୧ ଲକ୍ଷ ୫୧ ହଜାର ୬୧୪ଟି ପକ୍ଷୀ ଭିଡ଼ ଜମାଇଥିବା ବେଳେ ଚଳିତବର୍ଷ ଭିତରକନିକାକୁ ୧ ଲକ୍ଷ ୫୨ ହଜାର ୭୬୨କୁ ବୃଦ୍ଧି ପାଇଛି।ଚଳିତବର୍ଷ ଭିତରକନିକାରେ ଗ୍ରେଟ ବିଟର୍ଣ୍ଣ ଜାତୀୟ ପକ୍ଷୀଙ୍କୁ ପ୍ରଥମଥର ପାଇଁ ଦେଖିବାକୁ ମିଲିଛି। ଗହୀରମଥା ଅଚଂଳରେ ଏହି ପକ୍ଷୀଙ୍କୁ ଦେଖିବାକୁ […]

ଆସନ୍ତା ୪-୫ ଦିନ ପାଇଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ

ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ହୋଇଛି। ମଙ୍ଗଳବାର ୧୯ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ଥିଲା । ସେଥିରୁ ୮ଟି ସହରରେ ପାରଦ ୩୧ ଡିଗ୍ରୀ ଅତିକ୍ରମ କରିଥିଲା ।ଝାରସୁଗୁଡ଼ାରେ ପାରଦ ସର୍ବାଧିକ ୩୨.୫ ଡିଗ୍ରୀ ସେଲସିୟସ୍, ସମ୍ବଲପୁର ୩୧.୭, ଭୁବନେଶ୍ୱର ୩୧.୬, ଭଦ୍ରକ ୩୧.୫, ସୁନ୍ଦରଗଡ଼ ୩୧.୪, ଅନୁଗୁଳ ୩୧.୧, ଟିଟିଲାଗଡ଼ […]

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ । ବଡସିଂହାର ନୀତିରେ ପଦ୍ମବେଶରେ ବିଭୂଷିତ ହେବେ ଚତୁର୍ଦ୍ଧାବିଗ୍ରହ । ଶ୍ରୀଜୀଉଙ୍କ ବିଭିନ୍ନ ଚିତାକର୍ଷକ ବେଶ ମଧ୍ୟରୁ ପଦ୍ମବେଶ ଅନନ୍ୟ । ପରମ୍ପରା ମୁତାବକ ମାଘ ମାସ ଶୁକ୍ଳପକ୍ଷ ପ୍ରତିପଦା ଠାରୁ ବସନ୍ତପଞ୍ଚମୀ ମଧ୍ୟରେ ଯେଉଁ ଦିନ ବୁଧବାର କିମ୍ୱା ଶନିବାର ପଡିଥାଏ । ସେହିଦିନ ମହାପ୍ରଭୁଙ୍କର ପଦ୍ମବେଶ ଅନୁଷ୍ଠିତ ହୋଇଥାଏ । ବଡ଼ଛତା ମଠ ପକ୍ଷରୁ ପ୍ରତିବର୍ଷ ବେଶ ପାଇଁ ଆବଶ୍ୟକ ସରଞ୍ଜାମ ଯୋଗାଇ ଦିଆଯାଇଥାଏ। ସୋଲ, […]

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ

ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA ଏହା ଘୋଷଣା କରି କହିଛି, ତାଙ୍କର ଅବସର ଡିସେମ୍ବର ୨୭, ୨୦୨୫ରେ, ଗତ ଖ୍ରୀଷ୍ଟମାସ ପରେ ଲାଗୁ ହୋଇଥିଲା। ମହାକାଶ ଷ୍ଟେସନରେ ତାଙ୍କ ନେତୃତ୍ୱରେ ଗବେଷଣା ବେଶ୍ ଉଚ୍ଚକୋଟୀର। ତାଙ୍କର ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ନିମ୍ନ ପୃଥିବୀ କକ୍ଷପଥକୁ ବାଣିଜ୍ୟିକ ମିଶନ ପାଇଁ ପଥ ପ୍ରଶସ୍ତ କରିଛି । ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାକୁ […]

ଆଜିର ରାଶିଫଳ(୨୧ ଜାନୁଆରୀ, ୨୦୨୬)

ମେଷ: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ । ବୃଷ : ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ […]

ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ

ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ‘ଆମ ବସ୍’ ସେବା ସମୀକ୍ଷା ବୈଠକରେ ଏହି ଯୋଜନା ଉପରେ ମୋହର ବାଜିଛି। ଏହି ଅଭିଯାନର ପ୍ରଥମ ପର୍ଯ୍ୟାୟରେ ୨୦ ଜଣ ମହିଳାଙ୍କୁ ମନୋନୀତ କରାଯାଇଛି। ଆସନ୍ତା ଜାନୁଆରୀ ୩୧ ତାରିଖରେ ଏହି ମହିଳା ଚାଳକମାନେ ଉନ୍ନତମାନର ତାଲିମ ପାଇଁ ପୁନେ […]