author

ସେନା ଦିବସରେ ଭାରତୀୟ ଯବାନଙ୍କୁ ସଲାମ

ଭାରତୀୟ ସେନାର ସାହସ, ନିସ୍ୱାର୍ଥପରତା, ଆଉ ବଳିଦାନକୁ ସମ୍ମାନ ଦେବାକୁ ଯାଇ ଆଜି ଦେଶ ପାଳୁଛି ଇଣ୍ଡିଆନ ଆର୍ମି ଡେ । ପ୍ରତି ବର୍ଷ ଜାନୁଆରୀ ୧୫ ତାରିଖରେ ଭବ୍ୟ ସମାରୋହ, ସୈନ୍ୟ ପରେଡର ସମାରୋହ ସହ ସେନା ଦିବସ ପାଳନ ହୁଏ । ଏହି ଦିବସରେ ଆମର ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ ସହ ଭାରତୀୟ ସୈନ୍ୟଙ୍କ ଆତ୍ମବଳକୁ ଦୃଢ଼ କରାଯାଏ। ଏଥିସହ ସେମାନଙ୍କ ସାହସିକତା ପାଇଁ ପୁରସ୍କୃତ କରାଯାଏ। ବାସ୍ତବରେ, ଯେତେବେଳେ ଆମ ଦେଶ […]

ମହାକାଶରେ ସ୍ୱାସ୍ଥ୍ୟଗତ ଜରୁରୀକାଳୀନ ପରିସ୍ଥିତି, ମେଡିକାଲ ଇମର୍ଜେନ୍ସି ଇଭାକ୍ୟୁଏସନ କରିବ ନାସା

ଆନ୍ତର୍ଜାତିକ ସ୍ପେଶ ଷ୍ଟେସନ (ଆଇଏସ୍‌ଏସ୍)ରେ ଜଣେ ମହାକାଶଚାରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାପରେ ନାସାକୁ ଏହାର କ୍ରୁ-୧୧ ମିଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବାକୁ ପଡ଼ିଛି । ନାସା ଏହି ମିଶନରେ ସାମିଲ ସମସ୍ତ ଚାରି ମହାକାଶଚାରୀଙ୍କୁ ଭୂପୃଷ୍ଠକୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି । ଆଜି ମହାକାଶଚାରୀଙ୍କୁ ଫେରାଇ ଆଣୁଥିବା ଏଣ୍ଡେଭର ସ୍ପେଶ କ୍ରାଫ୍ଟ ଅନଡକିଂ କରିବ । କାଲି ସେମାନେ କାଲିଫର୍ଣ୍ଣିଆ ନିକଟସ୍ଥ ପ୍ରଶାନ୍ତ ମହାସାଗରରେ ସ୍ପ୍ଲାଶ୍ ଡାଉନ କରିବେ । ଆନ୍ତର୍ଜାତିକ ମହାକାଶ […]

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ! ବିଲରେ ଫିଙ୍ଗିଦେଲେ ବିବାହିତ ମହିଳାଙ୍କ ମୃତଦେହ

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ । ସୁନ୍ଦରଗଡ଼ ଟାଉନ ଥାନା ଶଙ୍କରାର ଏକ ବିଲରୁ ମିଳିଛି ମହିଳାଙ୍କ ମୃତଦେହ । ହତ୍ୟା ପରେ ବିଲରେ ମୃତଦେହ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।ଖବର ଅନୁଯାୟୀ, ଗୁରୁବାର ଦିନ ସୁନ୍ଦରଗଡ଼ ଟାଉନ ଥାନା ଶଙ୍କାରର ଏକ ବିଲରେ ଜଣେ ମହିଳାଙ୍କ ମୃତଦେହ ଉଲଗ୍ନ ଅବସ୍ଥାରେ ପଡିଥିବାର ଦେଖିଥିଲେ ।ଏହାପରେ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ।ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଛେଦ ପାଇଁ ପଠାଇବା ସହ […]

ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ ‘ଜବରଦସ୍ତି’ କୁହାଯିବ ନାହିଁ: ହାଇକୋର୍ଟ

ଦୀର୍ଘ ଦିନର ଶାରୀରିକ ସମ୍ପର୍କକୁ “ଜବରଦସ୍ତି’ ବୋଲି ଧରାଯାଇ ପାରିବ ନାହିଁ । ସେହି ଆଧାରରେ ଜଣେ ବ୍ୟକ୍ତିଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରାଯାଇ ପାରିବ ନାହିଁ । ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଏହା କହିଛନ୍ତି । ଏକ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍ ରାଧାକୃଷ୍ଣ ପଟ୍ଟନାୟକ ଏହି ଆଦେଶ ଦେଇଛନ୍ତି । ସୂଚନା ମୁତାବକ, ୨୦୦୬ରେ ସୋନପୁର ଜିଲ୍ଲା ତରଭା ଥାନାରେ ଜଣେ ପୀଡ଼ିତା ଅଭିଯୋଗ […]

ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ହାଡ଼ ଭଙ୍ଗା ଶୀତ

ଶୀତ ପ୍ରକୋପରେ ଥରୁଛି ସାରା ଓଡ଼ିଶା । ଶୀତ ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ । ଆହୁରି ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ହାଡ଼ ଭଙ୍ଗା ଶୀତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଏହି ୬ ଜିଲ୍ଲାକୁ ଶୀତ ଲହରୀ ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବାକୁ […]

ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି

ସ୍ବାଭାବିକ ହେଲା ଲିଙ୍ଗରାଜ ମନ୍ଦିର ନୀତିକାନ୍ତି । ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି ଦର୍ଶନ । ଏନେଇ ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି । ମଙ୍ଗଳବାର ରାତିରୁ ଉପବାସରେ ଥିଲେ ମହାଦେବ । ଗତକାଲି ମକର ସଂକ୍ରାନ୍ତି ନୀତି ବି ହୋଇପାରିନଥିଲା । ତେବେ ଦୁଇ ଦିନ ପରେ ଆଜି ନୀତିକାନ୍ତି ସ୍ବାଭାବିକ ହୋଇଛି । କ୍ଷୀର ଆଉଟା ନୀତିକୁ ନେଇ ବଡୁ ଓ ବ୍ରାହ୍ଣଣ ନିଯୋଗ ମଧ୍ୟରେ ବିବାଦ […]

ଆଜିର ରାଶିଫଳ(୧୫ ଜାନୁଆରୀ, ୨୦୨୬)

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ । ବୃଷ : ଆଜି ବାଣିଜ୍ୟ, […]

ଶ୍ରୀରାମକୃଷ୍ଣ-ବିବେକାନନ୍ଦ ଆଶ୍ରମ, ନୟାଗଡ଼ ତରଫରୁ ରକ୍ତଦାନ ଶିବିର

ନୟାଗଡ଼,(ଓଡ଼ିଶା ଦର୍ପଣ): ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୪ ତମ ଜୟନ୍ତୀ ଉପଲକ୍ଷେ ଶ୍ରୀରାମକୃଷ୍ଣ-ବିବେକାନନ୍ଦ ଆଶ୍ରମ ନୟାଗଡ଼ ତରଫରୁ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଆଶ୍ରମ ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ସକାଳ ୯ଟା ସମୟରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିର କୁ ନୟାଗଡ଼ ପୌରପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ରିବନ କାଟି ଉଦଘାଟନ କରିଥିଲେ।ସକାଳ ୧୦ଟାରେ ବରିଷ୍ଠ ଶିକ୍ଷାବିତ୍ ରାମଚନ୍ଦ୍ର ମହାପାତ୍ରଙ୍କ ପୌରହିତ୍ଯରେ ଅନୁଷ୍ଠିତ […]

ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୮ରେ ରଣପୁର ବ୍ଲକ ଅଡିସନ

ନୟାଗଡ଼,(ଓଡ଼ିଶା ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୩ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୧୮ ତାରିଖ ରବିବାର ଦିନ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ, ରଣପୁର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଏକାଡେମୀ ପରିସରରେ ବୁଧବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ସଙ୍ଗୀତଧାରା ସମ୍ପାଦକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସହ ସମ୍ପାଦକ ପ୍ରଶାନ୍ତ ପଟ୍ଟନାୟକ,ସଂଯୋଜକ ଲକ୍ଷ୍ମୀଧର ସାହୁ ଏବଂ […]

ନିଟ୍ ପିଜି ୨୦୨୫ ପାଇଁ କ୍ବାଲିଫାଇଂ କଟ୍ଅଫ୍‌କୁ ହ୍ରାସ

ଦେଶରେ ମେଡିକାଲ ପିଜି କୋର୍ସରେ ଖାଲି ପଡିଛି ହଜାର ହଜାର ସିଟ୍। ଏହାକୁ ଭରିବା ପାଇଁ ନ୍ୟାସନାଲ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ ସାଇନ୍ସ (ଏନବିଇଏମ୍ଏସ୍) ନିଟ୍ ପିଜି ୨୦୨୫ ପାଇଁ କ୍ବାଲିଫାଇଂ କଟ୍ଅଫ୍‌କୁ ହ୍ରାସ କରି ଖୁବ୍ କମ୍ କରିଦେଇଛି। ସଂଶୋଧିତ ମାନଦଣ୍ଡ ଅନୁସାରେ, ଏବେ ସାଧାରଣ ବର୍ଗ ଓ ଇଡବ୍ଲ୍ୟୁଏସ୍ ପ୍ରାର୍ଥୀଙ୍କ ପାଇଁ କ୍ବାଲିଫାଇଂ ୫୦ପର୍ସେଣ୍ଟାଇଲକୁ କମ୍ କରି ୭ ପର୍ସେଣ୍ଟାଇଲ୍ କରି ଦିଆଯାଇଛି। ଅପରପକ୍ଷରେ ସାଧାରଣ ବର୍ଗର ବେଞ୍ଚମାର୍କ ଦିବ୍ୟାଙ୍ଗତା(ପିଡବ୍ଲୁବିଡି)ଛାତ୍ରଛାତ୍ରୀଙ୍କ ପାଇଁ […]

ଭାରତୀୟ ପାସପୋର୍ଟରେ ବଢ଼ିଲା ଗୁରୁତ୍ବ, ଏବେ ୫୫ଟି ଦେଶରେ ଭିସା-ଫ୍ରି ଏଣ୍ଟ୍ରି

ହେନଲି ପାସପୋର୍ଟ ଇଣ୍ଡେକ୍ସ ୨୦୨୬ ତାଲିକା ପ୍ରକାଶ ପାଇଛି । ଭାରତୀୟ ପାସପୋର୍ଟର ରାଙ୍କିଂରେ ଏକ ଗୁରୁତ୍ୱପୂର୍ଣ୍ଣ ଉନ୍ନତି ହୋଇଛି ।ଚଳିତ ବର୍ଷ ଏସୀୟ ଦେଶଗୁଡ଼ିକ ପ୍ରାଧାନ୍ୟ ବିସ୍ତାର କରିଛନ୍ତି । ସିଙ୍ଗାପୁରର ପାସପୋର୍ଟ ବିଶ୍ୱର ସବୁଠାରୁ ପାୱାରଫୁଲ୍ ରହିଛି, ଯାହା ୧୯୨ଟି ଦେଶକୁ ବିନା ଭିସାରେ ଯାତ୍ରା କରିପାରିବେ । ଏହା ପରେ ଜାପାନ ଏବଂ ଦକ୍ଷିଣ କୋରିଆ (୧୮୮ଟି ଦେଶ ସହିତ) ଅଛନ୍ତି । ନିକଟରେ, ଆରବ ଅମିରାତ୍ (UAE) ପଞ୍ଚମ ସ୍ଥାନରେ ପହଞ୍ଚି […]

ନିର୍ବାଚନ ପ୍ରତିଶ୍ରୁତି ପାଇଁ ୫୦୦ କୁକୁରଙ୍କ ବଳି

ଗ୍ରାମପଞ୍ଚାୟତ ନିର୍ବାଚନ ପରେ, ତେଲେଙ୍ଗାନାର ବିଭିନ୍ନ ଗାଁ ଗୁଡ଼ିକରେ ବଡ଼ ଧରଣର ବୁଲା କୁକୁର ହତ୍ୟା ଘଟଣା ସାମ୍ନାକୁ ଆସିଛି। ଗତ ସପ୍ତାହ ମଧ୍ୟରେ, କିଛି ଜିଲ୍ଲାର ବିଭିନ୍ନ ଗାଁ ଗୁଡ଼ିକରେ ପ୍ରାୟ ୫୦୦ କୁକୁରଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ପୋଲିସ କହିଛି ଯେ ଏହି ଘଟଣାଗୁଡ଼ିକରେ ପଞ୍ଚାୟତ ପ୍ରତିନିଧିଙ୍କ ଭୂମିକା ସ୍ପଷ୍ଟ ହେଉଛି। ଷ୍ଟ୍ରିଟ୍ ଡଗ୍‌ ଙ୍କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଚାଲୁଥିବା ବେଳେ ସମସ୍ତଙ୍କୁ ଚକିତ କରିଛି ଏହି ଘଟଣା।ସୂଚନାନୁଯାୟୀ, ୨୦୨୬ ଜାନୁଆରୀ ୧୨ […]