୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର। ମଳିପଡା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର ହେବ। ନୂଆ ସହର ନିର୍ମାଣ ପାଇଁ ସିଙ୍ଗାପୁର ସରକାର ଏହାର ଡ୍ରଇଂ ଏବଂ ଡିଜାଇନ ପ୍ରସ୍ତୁତ ଦାୟିତ୍ୱ ନେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର।ଆସନ୍ତା ମାସେରୁ ୨ ମାସ ଭିତରେ ସରକାରଙ୍କୁ ଡିପିଆର ଦେବ ସିଙ୍ଗାପୁର । ଆଗାମୀ ପ୍ରକଳ୍ପରେ ପାର୍କ, ହସ୍ପିଟାଲ, ଲୋକଙ୍କ ପାଇଁ ବାସଗୃହ, ଶିଳ୍ପ […]
ଚାଇନାର ତିଆନଜିନ ସହରରେ ସାଂଘାଇ ସହଯୋଗ ସଂଗଠନ (SCO) ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ SCO ନେତାମାନେ ସର୍ବସମ୍ମତିକ୍ରମେ SCO ଘୋଷଣାପତ୍ର ଜାରି କରିଥିଲେ। ଏହି ଘୋଷଣାପତ୍ର ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଦୃଢ଼ ନିନ୍ଦା କରେ ଏବଂ ଷଡ଼ଯନ୍ତ୍ରକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଏବଂ ଦଣ୍ଡ ଦାବି କରେ। ଏଥିରେ ପାକିସ୍ତାନର ନାମ ଉଲ୍ଲେଖ କରାଯାଇ ନାହିଁ। ତେବେ ବୈଠକ ସ୍ଥଳକୁ ଏକସାଙ୍ଗରେ ନଜର ଆସିଛନ୍ତି ମୋଦି, ପୁଟିନ ଓ ଜିନପିଙ୍ଗ […]
ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି କଟକ ସହରକୁ ସମ୍ପ୍ରସାରଣ କରାଯିବ ।କଟକ ସହରର ସୌନ୍ଦର୍ଯ୍ୟକରଣ ପାଇଁ ସରକାର ବିଭିନ୍ନ ପ୍ରକଳ୍ପ ପ୍ରସ୍ତୁତ କରିଛନ୍ତି ବୋଲି ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର କଟକ ସହିଦ ଭବନ ଠାରେ ସ୍ୱାୟତ୍ତ ଶାସନ ଦିବସର ଉଦ୍ଘାଟନ ଏବଂ କେତେକ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧନା ଦେଇ ପ୍ରକାଶ କରିଛନ୍ତି । ବିଶେଷ କରି ସିଡିଏ ଅଞ୍ଚଳ କୁ ସମ୍ପ୍ରସାରଣ କରାଯାଇ ଜନ ବସତି […]
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀ ଯିବେ। ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହାସହ ଅନ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ସେହିପରି ଦିଲ୍ଲୀ ଗସ୍ତ ଅବସରରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ପାରନ୍ତି। ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି । […]
ସେପ୍ଟେମ୍ବର ଆରମ୍ଭ ହୋଇଗଲାଣି ଏବଂ ଏହା ସହିତ ଦେଶରେ ଅନେକ ପରିବର୍ତ୍ତନ ଦେଖାଯାଇଛି। ଏଥିରେ ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଅନ୍ତର୍ଭୁକ୍ତ। ଗ୍ୟାସ୍ ସିଲିଣ୍ଡର ମୂଲ୍ୟ ୫୧ ଟଙ୍କା ହ୍ରାସ ପାଇଛି । ଆଜିଠୁ ଏହି ନୂଆ ଦର ଲାଗୁହେବ । କିନ୍ତୁ, ଏହି ହ୍ରାସ କେବଳ ୧୯ କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରରେ କରାଯାଇଛି । ଦିଲ୍ଲୀରେ ୧୯ କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ୧୫୮୦ ଟଙ୍କା ହେବ । ଦିଲ୍ଲୀରେ ବାଣିଜ୍ୟିକ ସିଲିଣ୍ଡରର […]
ପଶ୍ଚିମ ଓଡ଼ିଶାରେ ପର୍ଯ୍ୟଟନର ଅପାର ସମ୍ଭାବନା ରହିଛି । ପର୍ଯ୍ୟଟକମାନେ ସ୍ଥାନୀୟ ପର୍ଯ୍ୟଟନ ସ୍ଥଳର ଝରଣା, ଜଙ୍ଗଲ, ବଣ, ପାହାଡ଼, ଜଳପ୍ରପାତ ହେଉକି ଐତିହାସିକ ସ୍ଥଳ ଦେଖିଲା ପରେ ପୁଣି ହୋଟେଲରେ ଆସି ରୁହନ୍ତି l ଏଭଳି ପରିସ୍ଥିତିରେ ସେମାନେ ସ୍ଥାନୀୟ କଳା, ସଂସ୍କୃତି, ଖାଦ୍ୟ ପେୟ, ଚଳଣି ବିଷୟରେ ସମ୍ପୂର୍ଣ୍ଣ ରୂପେ ଅବଗତ ହୋଇ ପାରନ୍ତି ନାହିଁ l ତେଣୁ ଏବେ ପର୍ଯ୍ୟଟକ ମାନଙ୍କୁ ଏହି ସବୁ ଜଣେଇବା ଉଦ୍ଦେଶ୍ୟ ରେ ରାଜ୍ୟ ପର୍ଯ୍ୟଟନ ବିଭାଗ […]
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ ଚାଷୀ ଭାଇ ଭଉଣୀଙ୍କୁ କୌଣସି ପ୍ରକାର ବିଭ୍ରାନ୍ତିକର ତଥ୍ୟ ପ୍ରଦାନ କରି ଭୟଭୀତ ନ କରିବାକୁ ବିଭାଗ ତରଫରୁ ଅନୁରୋଧ କରାଯାଉଛି ।ଓଡ଼ିଶାରେ ଚାଷୀମାନଙ୍କୁ ସାର ଯୋଗାଣ ସମ୍ପର୍କିତ ସମସ୍ୟାକୁ ଗମ୍ଭୀରତାର ସହ ନେଇ ରାଜ୍ୟ ସରକାର ୬୨ ଜଣ ଡିଲରଙ୍କ […]
ସେପ୍ଟେମ୍ବର ମାସରେ ରାଜ୍ୟରେ ବର୍ଷା ପରିମାଣ ସ୍ୱାଭାବିକ ରହିବ । କେବଳ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ବର୍ଷା କମିପାରେ । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଆକଳନ କରିଛି ।ତେବେ ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା […]
ମେଷ: ବହୁଦିନ ର ଆଶା ଫଳବତୀ ହୋଇପାରେ। ଆପଣଙ୍କ ଉପରେ ଜନସାଧାରଣଙ୍କର ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କଳ୍ପନା ବିଳାସୀ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ପାରିବାରିକ ସୁଖ ମିଳିବ। ଆୟ ବୃଦ୍ଧି ହେବ। ବୃଷ: କାର୍ଯ୍ୟ ହାସଲ କରିବେ; ମାତ୍ର ବିଳମ୍ବରେ। ଉଚ୍ଚ ଆଶା ଫଳବତୀ ହେବ। ଉତ୍ତମ ପରାମର୍ଶ ମିଳିବ। ଧର୍ମ-ଧାରଣାରେ ବ୍ରତୀ ହେବେ। ମନସ୍କାମନା ପୂରଣ ହେବ। ସତ୍ସଙ୍ଗୀ ହେବେ। ଅର୍ଥ ମିଳିବ। ସଙ୍ଗଠକ ହେବେ। ମିଥୁନ: ରୋଜଗାର ବୃଦ୍ଧି ହୋଇପାରେ। […]
ରାୟଗଡା ପୌରାଞ୍ଚଳରେ ପାଳିତ ହେଲା ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ। ପ୍ରତିବର୍ଷ ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ କରାଯାଏ । କ୍ଷମତାର ବିକେନ୍ଦ୍ରୀକରଣ ହେଉଛି ସ୍ବାୟତ୍ତ ଶାସନର ମୂଳମନ୍ତ୍ର । ଏହି ଶାସନର ସୁଫଳ ଲୋକଙ୍କ ନିକଟରେ ପହଞ୍ଚାଇବାର ଉଦ୍ଦେଶ୍ୟ ନେଇ ଏହି ଦିବସ ପାଳନ କରାଯାଏ । ନିଜେ ନିଜକୁ ଶାସନ କରିବାକୁ ସ୍ବାୟତ୍ତ ଶାସନ କୁହାଯାଏ,ଏବଂ ଯେଉଁ ସଂସ୍ଥା ଦ୍ବାରା ନିଜେ ନିଜକୁ ଶାସନ କରୁ, ତାହାକୁ ସ୍ବାୟତ୍ତ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଗତ ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉ ଥିବା ଜାତୀୟ କ୍ରୀଡ଼ା ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଏକ ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା। ଏଥିରେ ଏନଏସି ହାଇସ୍କୁଲ ଏବଂ ବ୍ରଜେନ୍ଦ୍ର ହାଇସ୍କୁଲର ଛାତ୍ରଛାତ୍ରୀ ମାନେ ଭାଗ ନେଇଥିଲେ। ପୁରୁଣା ସହରସ୍ଥିତ ଦକ୍ଷିଣକାଳୀ ମନ୍ଦିର ସମ୍ମୁଖରୁ ମହର୍ଷି ବିଦ୍ୟାମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ସାଇକେଲ ରାଲିକୁ ମୁଖ୍ୟ ଅତିଥି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ […]
ନୟାଗଡ଼,(ଓଡ଼ିଶା ଦର୍ପଣ): ଜିଲ୍ଲା ଲେଖକ ପରିଷଦର ଆଗାମୀ ବାର୍ଷିକ ଉତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ସିନ୍ଦୁରିଆ ବକ୍ସି ସଦନଠାରେ ଅନୁଷ୍ଠିତ ହୋଇଯାଇଛି। ପରିଷଦ ସଭାପତି ପ୍ରଧାନୀ ବୃନ୍ଦାବନ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ସମ୍ପାଦକ ଶେଖ ଅବଦୁଲ ଖାଲିକ ଗତବର୍ଷ ଅନୁଷ୍ଠିତ ବାର୍ଷିକ ଉତ୍ସବର ସବିଶେଷ ତଥ୍ୟ ଉପସ୍ଥାପନା କରିବା ସହିତ ଚଳିତ ବର୍ଷର ବ୍ୟୟ ଅଟକଳ ଏବଂ କାର୍ଯ୍ୟସୂଚୀ ସମ୍ପର୍କରେ ଆଲୋଚନା କରିଥିଲେ। ଚଳିତ ବର୍ଷ ବାର୍ଷିକ ଉତ୍ସବ ଡିସେମ୍ବର ୧୩ […]
