ଗଞ୍ଜାମ ପୋଡମପେଟା ସମୁଦ୍ରରେ ଓଲଟିଲା ବୋଟ୍ । ଅଳ୍ପକେ ବର୍ତ୍ତିଲେ ୬ ମତ୍ସ୍ୟଜୀବୀ, ଜଣେ ନିଖୋଜ । ନିଖୋଜ ବ୍ୟକ୍ତି ଜଣକ ଛତ୍ରପୁର ବ୍ଲକ ନୋଳିଆ ନୁଆଁ ଗାଁର ଏଙ୍ଗ. କାଲେୟା ।ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ । ସୂଚନା ମୁତାବକ, ଗୁରୁବାର ସକାଳ ୪ଟାରେ ଏଙ୍ଗ.କାଳେୟା ସମୁଦ୍ରକୁ ମାଛ ଧରିବା ପାଇଁ ଛତ୍ରପୁର ବ୍ଲକ୍ ସାନ ନୋଳିଆ ନୂଆଗାଁର ୬ ଜଣଙ୍କୁ ସାଙ୍ଗରେ […]
ଲଘୁଚାପ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି ।ଆଗାମୀ ୨୪ଘଣ୍ଟାରେ ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡା ଓ ବରଗଡ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ଆଶଙ୍କା ରହିଛି । ଘଣ୍ଟାପ୍ରତି ଝଟକାପବନ ୩୦-୪୦କି.ମି. ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବାଲେଶ୍ବର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ,ଖୋର୍ଦ୍ଧା, ପୁରୀ,ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, […]
ନୋ ଫ୍ଲାଇଙ୍ଗ୍ ଜୋନ୍ରେ ପଇଁତରା ମାରିଲା ଡ୍ରୋନ୍ ବୁଧବାର ସନ୍ଧ୍ୟାରେ ଶ୍ରୀମନ୍ଦିର ନୋ ଫ୍ଲାଇଂ ଜୋନ୍ରେ ଏକ ଅଜଣା ଡ୍ରୋନ୍ ଉଡୁଥିବା ଦେଖିବାକୁ ମିଳିଥିଲା। ତେବେ ଡ୍ରୋନ୍ ଉଡ଼ାଉଥିବା ବ୍ୟକ୍ତିଙ୍କୁ ପୁଲିସ ଠାବ କରିପାରିନାହିଁ । ବାରମ୍ୱାର ପୁରୀ ଶ୍ରୀମନ୍ଦିର ଉପରେ ଡ୍ରୋନ ଉଡୁଥିବାରୁ ମନ୍ଦିର ସୁରକ୍ଷା ପ୍ରତି ବିପଦ ଦେଖାଦେଇଛି । ତେବେ ଏହା ପ୍ରଥମଥର କରି ନୁହେଁ ଏହା ପୂର୍ବରୁ ମଧ୍ୟ ଶ୍ରୀମନ୍ଦିର ପାଖରେ ଡ୍ରୋନ୍ ଉଡ଼ାଯାଇଛି ଏବଂ କ୍ୟାମେରା ଚଷମା ଲଗାଇ ଭିତରକୁ […]
ସାରା ଜୀବନ ଅଧ୍ୟୟନ ଓ ଗବେଷଣାରେ ନିମଗ୍ନ ଥିବା ମହାନ୍ ସାହିତ୍ୟିକ ପଣ୍ଡିତ ବିନାୟକ ମିଶ୍ର ସାମାଜିକ, ଆର୍ଥିକ, ପାରିବାରିକ ଦୁଃଖକଷ୍ଟକୁ ଭୃକ୍ଷେପ ନକରି ସାହିତ୍ୟ ଗବେଷଣାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ । ମାତ୍ର ସପ୍ତମ ଶ୍ରେଣୀ ପାଠ ପଢି ମଧ୍ୟ ନିଜର ଅସାଧାରଣ ଜ୍ଞାନ ପାଇଁ କଲିକତା ବିଶ୍ଵବିଦ୍ୟାଳୟର ଅଧ୍ୟାପକ ହୋଇପାରିଥିଲେ । କିନ୍ତୁ ସେଠାରେ ମିଳୁଥିବା ଦରମାକୁ ସେ ଖର୍ଚ୍ଚ କରିଦେଉଥିଲେ ପୁସ୍ତକ କିଣା ଓ ଗବେଷଣା କାର୍ଯ୍ୟରେ ଫଳରେ ଜୀବନର […]
କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇରେ ସମ୍ୱଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ କୃପା ଆପଣମାନଙ୍କ ଉପରେ ବର୍ଷୁ ଥାଉ ବୋଲି କହିଛନ୍ତି ନବୀନ । ଏହାସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି । ଡାକ୍ତରଖାନାରୁ ସୁସ୍ଥ ହୋଇଫେରିବା ପରେ ପ୍ରଥମ ଭିଡିଓ ବାର୍ତ୍ତାରେ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସୁପ୍ରିମୋ ।
କୃଷିଭିତ୍ତିକ ଗଣପର୍ବ ପବିତ୍ର ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା। ସମସ୍ତଙ୍କୁ ଅଭିନନ୍ଦନ ଓ ଜୁହାର ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମା’ ସମଲେଇଙ୍କ ଠାରେ ସମସ୍ତଙ୍କ ସୁଖ, ଶାନ୍ତି, ସମୃଦ୍ଧି କାମନା କଲେ ସିଏମ୍। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜୟ ଜଗନ୍ନାଥ, ଜୟ ମାଁ ସମ୍ଲେଇ… “ସମ୍କୁ ମୋର ନୂଆଁଖାଇ ଜୁହାର୍”। ଓଡ଼ିଶାର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ଆମର୍ […]
ଆଜି ନୂଆଁଖାଇ । ପଶ୍ଚିମ ଓଡ଼ିଶାର ଗଣପର୍ବ । ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ପୂରା ପରିବାର ଏକାଠି ବସି ନୂଆ ଖାଇବାର ପରମ୍ପରା ରହିଛି । ପୂର୍ବାହ୍ନ ୧୦ଟା ୩୩ ରୁ ୧୦ଟା ୫୫ ମଧ୍ୟମରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ନିକଟରେ ଲାଗି ହେବ ନବାନ୍ନ ।ପଶ୍ଚିମ ଓଡ଼ିଶା ଅନ୍ତର୍ଗତ ସୁନ୍ଦରଗଡ଼ ଜିଲାର ଶିଖରବାସିନୀ ଓ ସମଲେଇ, ନୂଆପଡ଼ା ଜିଲାର ଟାନୱାନ କଣା ଭଇଁରା ଓ ସମଲେଇ, ବରଗଡ଼ ଓ ଝାରସୁଗୁଡ଼ା ଜିଲାର ସମଲେଇ, […]
ନୟାଗଡ଼,(ଓଡ଼ିଶା ଦର୍ପଣ):ସାରା ଜୀବନ ଅଧ୍ୟୟନ ଓ ଗବେଷଣାରେ ନିମଗ୍ନ ଥିବା ମହାନ୍ ସାହିତ୍ୟିକ ପଣ୍ଡିତ ବିନାୟକ ମିଶ୍ର ସାମାଜିକ, ଆର୍ଥିକ, ପାରିବାରିକ ଦୁଃଖକଷ୍ଟକୁ ଭୃକ୍ଷେପ ନକରି ସାହିତ୍ୟ ଗବେଷଣାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିଲେ । ମାତ୍ର ସପ୍ତମ ଶ୍ରେଣୀ ପାଠ ପଢି ମଧ୍ୟ ନିଜର ଅସାଧାରଣ ଜ୍ଞାନ ପାଇଁ କଲିକତା ବିଶ୍ଵବିଦ୍ୟାଳୟର ଅଧ୍ୟାପକ ହୋଇପାରିଥିଲେ । କିନ୍ତୁ ସେଠାରେ ମିଳୁଥିବା ଦରମାକୁ ସେ ଖର୍ଚ୍ଚ କରିଦେଉଥିଲେ ପୁସ୍ତକ କିଣା ଓ ଗବେଷଣା କାର୍ଯ୍ୟରେ ଫଳରେ […]
ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ। ମିଥୁନ: […]
ରାତି ପାହିଲେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ବୁଧବାର ଚତୁର୍ଥୀ ତିଥିରେ ଘର ଲିପା, ପୋଛାଠାରୁ ଆରମ୍ଭ କରି ସାଜସଜ୍ଜା କରାଯାଇଛି। ଗୁରୁବାର ସକାଳୁ ଇଷ୍ଟଦେବୀଙ୍କ ନିକଟରେ ନୂଆ ଧାନ ଲାଗି ହେବା ପରେ ପରିବାରର ସମସ୍ତ ସଦସ୍ୟ ମିଶି ନୂଆଁ ଖାଇବେ। ଏହାସହିତ ଏହା ଏକ କୃଷି ଭିତ୍ତିକ ପର୍ବ ହୋଇଥିବାରୁ ଆସନ୍ତାକାଲି ସକାଳୁ କୃଷକମାନେ କ୍ଷେତରେ ମା’ ଲକ୍ଷ୍ମୀଙ୍କୁ ପୂଜାର୍ଚ୍ଚନା କରିବା ପରେ ନୂଆଁ ଖାଇବେ। ଏପଟେ, ଆରାଧ୍ୟ ଦେବୀ ମା’ସମଲେଶ୍ୱରୀଙ୍କ ପୀଠରେ ପ୍ରଥମ […]
ନୟାଗଡ଼, (ଓଡ଼ିଶା ଦର୍ପଣ):ନୂଆଗାଁ ବ୍ଳକ ମାଳିସାହି ମଧ୍ୟ ଇଂରାଜୀ ବିଦ୍ୟାଳୟରେ ତିନି ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଶିକ୍ଷକତା କରି ଜଣେ କୃତବିଦ୍ୟ ଶିକ୍ଷକ ଭାବରେ ସହସ୍ରାଧିକ ଛାତ୍ର ଛାତ୍ରୀଙ୍କୁ ଶିକ୍ଷା ଦାନ କରିବା ସହିତ ଦେଶବିଦେଶରେ ପ୍ରତିଷ୍ଠା ଲାଭ କରିବାରେ ମୂଳଦୁଆ ପକାଇଥିବା ଆଦର୍ଶ ଶିକ୍ଷକ ଅଲେଖ ବେହେରାଙ୍କୁ ଆସନ୍ତା ସେପ୍ଟେମ୍ବର ସାତ ତାରିଖରେ ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ଠାରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯିବ ବୋଲି ଆବାହକ ବିଶ୍ଵନାଥ ମହାପାତ୍ର ପ୍ରକାଶ କରିଛନ୍ତି। ସେହି […]
ଶରଣକୁଳ,(ଓଡ଼ିଶା ଦର୍ପଣ):ବିଶିଷ୍ଟ ସାରସ୍ୱତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୨ ତମ ରାଜ୍ୟସ୍ତରୀୟ ଜୟନ୍ତୀ ଓ ଆଲୋଚନା ଚକ୍ର ଜନ୍ମମାଟି ଶରଣକୁଳ ଠାରେ ବୁଧବାର ପବିତ୍ର ଗଣେଶ ପୂଜାରେ ପାଳିତ ହୋଇଯାଇଛି l ସହଯୋଗ ସ୍ବେଛାସେବୀ ସଂଗଠନ ଓ ପୂଜ୍ୟପୂଜା କମିଟି ଶରଣକୁଳ ପକ୍ଷରୁ ସ୍ଥାନୀୟ କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ପବ୍ଲିକ ସ୍କୁଲ ସଭାଗୃହରେ ଅନୁଷ୍ଠିତ ହୋଇଥିବା ଏହି ଆଲୋଚନାଚକ୍ରରେ ଶରଣକୁଳ ମହା ବିଦ୍ୟାଳୟ ଓଡ଼ିଆ ବିଭାଗ ଅଧ୍ୟାପିକା ଡ. ମନୋଜିନି ଦଳବେହେରା, ଅବସର ପ୍ରାପ୍ତ ଅଧ୍ୟାପିକା […]
