author

ପୁଣି ସାମ୍ନାକୁ ଆସିଲା SCB ମେଡ଼ିକାଲ ଅବ୍ୟବସ୍ଥାର ଚିତ୍ର ; ନିଘୋଡ଼ ନିଦରେ କର୍ମଚାରୀ

ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ ଏହାର ଚାଳକ ଓ କର୍ମଚାରୀଙ୍କ ମନମାନି ଦିନକୁ ଦିନ ବଢିବାରେ ଲାଗିଛି ।ପୁଣି ସାମ୍ନାକୁ ଆସିଲା SCB ମେଡ଼ିକାଲରେ ଅବ୍ୟବସ୍ଥାର ଚିତ୍ର । ବ୍ୟାଟେରି ଗାଡ଼ି ନିୟନ୍ତ୍ରଣ କକ୍ଷର ଭିଡିଓ ଭାଇରାଲ୍ । ନିଘୋଡ଼ ନିଦରେ ଶୋଇ ଫୋନ୍ ଉଠାଉ ନାହାନ୍ତି ଦାୟିତ୍ଵରେ ଥିବା କର୍ମଚାରୀ । ଏସସିବି ବ୍ୟାଟେରି ଗାଡ଼ି ପାଇଁ […]

ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ

ବିଧାନସଭା ବଜେଟ୍ ଅଧିବେଶନ ଆରମ୍ଭ। ବନ୍ଦେ ମାତରମରୁ ଆରମ୍ଭ ହେଲା ଗୃହକାର୍ଯ୍ୟ। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଓଡିଶା ହେବ ଗ୍ରୋଥ ଇଞ୍ଜିନ । ୨୦୩୬ରେ ଓଡିଶା ଗଠନକୁ ଶହେ ବର୍ଷ ପୂରିବ । ସମୃଦ୍ଧ ଓଡିଶା ପାଇଁ ମୋ ସରକାର ଅନେକ କାମ କରିଛନ୍ତି । ସମୃଦ୍ଧ ଓଡିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ […]

ଯାଜପୁରରେ ନାବାଳିକାକୁ ଦୁଷ୍କର୍ମ ଓ ଗର୍ଭପାତ ଅଭିଯୋଗ ଘଟଣା

ଯାଜପୁର ରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ ଗ୍ରାମର ପଦ୍ମନାଭ ଶତପଥୀ(୭୦) ଓ ନର୍ସିଂହୋମର ମାଲିକ ବୀଣାପାଣି ସାହିର ମନୋଜ କୁମାର ନାୟକଙ୍କୁ ପୋଲିସ ଗିରଫ କରିଛି। ତେବେ ବ୍ୟାସନଗରର ୭୦ ବର୍ଷୀୟ ବୃଦ୍ଧଙ୍କ ନାଁରେ ନାବାଳିକା ଜଣକ ଦୁଷ୍କର୍ମ ଅଭିଯୋଗ ଆଣିଥିଲେ ।ନାବାଳିକାକୁ ଗର୍ଭପାତ କରାଯାଇଥିବା ୨ ଦିନ ତଳେ ଅଭିଯୋଗ ହୋଇଥିଲା। ଦୁଷ୍କର୍ମ ପାଇଁ ଗତକାଲି ଯାଜପୁର ରୋଡ୍ […]

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ।ଅଭିଭାଷଣ ରଖିବେ ରାଜ୍ୟପାଳ

ଆଜିଠୁ ବିଧାନସଭା ବଜେଟ୍ ଅଧିବେଶନ। ଆରମ୍ଭରୁ ବିଧାନସଭା ସରଗରମ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଘେରିବାକୁ ରଣନୀତି ତିଆରି କରିଥିବାବେଳେ ଶାସକ ଦଳ ମଧ୍ୟ ବିରୋଧୀଙ୍କୁ ଜବାବ ଦେବାକୁ ସମସ୍ତ ଯୋଜନା ପ୍ରସ୍ତୁତ କରିଛନ୍ତି। ଧାନ କିଣା ଅବ୍ୟବସ୍ଥା, ବିପର୍ଯ୍ୟସ୍ତ ଆଇନ ଶୃଂଖଳା ସ୍ଥିତି, ମହାନଦୀ ଜଳ ବିବାଦ… ଏମିତି ଅନେକ ପ୍ରସଙ୍ଗ ଉଠାଇ ଗୃହର ଉତ୍ତାପ ବଢ଼ାଇବେ ।ତେବେ ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ। ପ୍ରଥମ […]

 ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା

ଆଜି ସାରା ରାଜ୍ୟରେ ପ୍ରବଳ କୁହୁଡ଼ି ଦେଖିବାକୁ ମିଳିଛି । କଟକ , ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିଛି । ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ହେଉନି ଦୂରତା । ଯାହାଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ଆସନ୍ତା ୩ ଦିନ ମଧ୍ୟରେ ପାରଦ ୨ରୁ ୩ ଡିଗ୍ରୀ ସେଲସିୟସ ବଢିବା ସମ୍ଭାବନା ରହିଛି। ଏହା ସତ୍ତ୍ବେ ମଧ୍ୟ ଥଣ୍ଡା କିଛି ମାତ୍ରାରେ ଜାରି ରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ […]

ଆଜିଠୁ CBSE ପରୀକ୍ଷା, ସକାଳ ୧୦:୩୦ ରୁ ଆରମ୍ଭ

ଆଜିଠୁ CBSE ପରୀକ୍ଷା । ଆଜିଠାରୁ କେନ୍ଦ୍ରୀୟ ମାଧମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ବିଦ୍ୟାଳୟର ଦଶମ ଓ ଦ୍ବାଦଶ ଶ୍ରେଣୀ ଥିଓରି ପରୀକ୍ଷା । ଦଶମରେ ଦୁଇଟି ବୋର୍ଡ ପରୀକ୍ଷା ନେଇ ସିବିଏସଇ ସ୍ପଷ୍ଟୀକରଣ ରଖିଛି । ଆଜିଠୁ ଆରମ୍ଭ ହେବ ପ୍ରଥମ ବୋର୍ଡ ପରୀକ୍ଷା । ପ୍ରଥମ ବୋର୍ଡ ପରୀକ୍ଷା ଦେଇଥିଲେ ଦ୍ବିତୀୟ ବୋର୍ଡ ପରୀକ୍ଷା ପାଇଁ ଅନୁମତି ମିଳିବ । ୩ଟି ବିଷୟରେ ଅଧିକ ନମ୍ବର ପାଇଁ ଦ୍ବିତୀୟ ବୋର୍ଡ ଦେଇପାରିବେ ପରୀକ୍ଷାର୍ଥୀ […]

ଆଜିର ରାଶିଫଳ।୧୭ ଫେବୃଆରୀ, ୨୦୨୬।

ମେଷଆଜି ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ।କର୍ମକ୍ଷେତ୍ରରେ ଆପଣଙ୍କୁ ଅର୍ଥଲାଭ ସହ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ ହେବ। ଆପଣଙ୍କ ବ୍ୟସ୍ତତାକୁ ହୃଦୟଙ୍ଗମ କରି କୌଣସି […]

ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ବିବାହର ପ୍ରତିଶ୍ରୁତି ଦେଇ ଦୁଷ୍କର୍ମ ସମ୍ବନ୍ଧୀୟ ଏକ ମାମଲାରେ ଜାମିନ ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ ସୋମବାର ବିବାହ ପୂର୍ବ ସମ୍ପର୍କ ଉପରେ ତୀବ୍ର ମୌଖିକ ପ୍ରତିକ୍ରିୟା ରଖିଛନ୍ତି ।ରିପୋର୍ଟ ଅନୁଯାୟୀ ପୀଡ଼ିତା ଓ ଅଭିଯୁକ୍ତ ୨୦୨୨ ରେ ଏକ ମ୍ୟାଟ୍ରିମୋନିଆଲ୍ ସାଇଟ୍ ଜରିଆରେ ସମ୍ପର୍କରେ ଆସିଥିଲେ। ଅଭିଯୁକ୍ତ ଜଣକ ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଦିଲ୍ଲୀ ଏବଂ ଦୁବାଇରେ ପୀଡ଼ିତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଏପରିକି ସମ୍ମତି ବିନା ଅଶ୍ଳୀଳ ଭିଡିଓ ମଧ୍ୟ ରେକର୍ଡ […]

ପରଲୋକରେ ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀ

ପଶ୍ଚିମ ଓଡ଼ିଶାର ଜଣାଶୁଣା ଡାକ୍ତର, ସମାଜସେବୀ ଓ ପୂର୍ବତନ ବିଧାୟିକା ଡାକ୍ତର ରାସେଶ୍ବରୀ ପାଣିଗ୍ରାହୀଙ୍କ ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ରାସେଶ୍ବରୀ ପାଣିଗ୍ରାହୀଙ୍କ ସମ୍ବଲପୁର ଶାନ୍ତିନଗରସ୍ଥିତ ନିଜ ଘରେ ପରଲୋକ ହୋଇଯାଇଛି। ୭୯ ବର୍ଷ ବୟସରେ ପରଲୋକ। ପ୍ରାୟ ଏକବର୍ଷ ହେଲା ସେ ସ୍ନାୟୁଜନିତ ସମସ୍ୟାରେ ପୀଡିତ ରହିଥିବା ବେଳେ ବିଶେଷ ଚଲାବୁଲା କରିପାରୁନଥିଲେ । ଘରେ ରହି ସେ ଚିକିତ୍ସିତ ହେଉଥିଲେ। ସୂଚନା ଯୋଗ୍ଯ ଯେ, ରାସେଶ୍ୱରୀ ପାଣିଗ୍ରାହୀ ଗତ ୨୦୧୪ ଓଡ଼ିଶା ବିଧାନ ସଭା […]

ଇଗ୍ନୋର ନାମଲେଖା ଚଳିତମାସ ୨୮ ତାରିଖକୁ ବୃଦ୍ଧି 

ଇଗ୍ନୋର ନାମଲେଖା ଚଳିତମାସ ୨୮ ତାରିଖକୁ ବୃଦ୍ଧି କରାଯାଇଛି ।ପୁନଃପଞ୍ଜିକରଣ ପାଇଁ ଅତିରିକ୍ତ୨୦୦ ଟଙ୍କା ବିଳମ୍ବଶୁଳ୍କ ଦେବାକୁ ହେବ ବୋଲି କୁହାଯାଇଛି ।ଆଗ୍ରହୀ ଛାତ୍ରଛାତ୍ରୀ ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଇଗ୍ନୋର ୱେବସାଇଟ www.ignou.ac.inକୁ ଅନୁସରଣ କରିପାରିବେ । ନାମ ଲେଖାଇବା ପାଇଁ ଆବେଦନ କରିବା ଲିଙ୍କ ହେଲା https://ignouadmission.samarth.edu.in । ଅଣ୍ଡର ଗ୍ରାଜୁଏଟ (BSCM), (BCOMF), (BAM) ପ୍ରୋଗ୍ରାମରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ନାମଲେଖା ଦେୟ […]

ବିକ୍ରମଙ୍କୁ ଜବରଦସ୍ତି ଡିସଚାର୍ଜ କରାଯିବାର ଅଭିଯୋଗ ଆଣିଲେ ପରିବାର ଲୋକେ

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଏମକେସିଜି ମେଡିକାଲରୁ ଆଜି ଡିସଚାର୍ଜ କରାଯାଇଛି। ବିକ୍ରମଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସିନଥିଲେ ମଧ୍ୟ ତାଙ୍କୁ ଜୋର ଜବରଦସ୍ତି ଡିସଚାର୍ଜ କରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏମକେସିଜିରୁ ବାହାରିବା ପରେ ତାଙ୍କୁ ପୁଣି ଥରେ ବ୍ରହ୍ମପୁର ମଣ୍ଡଳ କାରଗାରକୁ ପଠାଇ ଦିଆଯାଇଛି ।ମ୍ପୁର୍ଣ୍ଣ ସୁସ୍ଥ ନାହାନ୍ତି ବିକ୍ରମ । ଏମକେସିଜି କର୍ତ୍ତୃପକ୍ଷ ଚାପରେ ଡିସଚାର୍ଜ […]

JEE-2026 ନାଁରେ ନକଲି ଓ୍ୱେବସାଇଟ୍ : ରେଜଲ୍ଟ ଦେଖିବା ସମୟରେ ରୁହନ୍ତୁ ସତର୍କ

ଖୁବ୍ ଶୀଘ୍ର JEE-2026 ରେଜଲ୍ଟ ପ୍ରକାଶ ହେବ । ଯାହାର ଫାଇଦା ନେବାକୁ ଅନେଇ ବସିଛନ୍ତି ସାଇବର ଠକ । ସରଳ ଏବଂ କମ୍ ବୟସର ଶିଶୁଙ୍କୁ ସେମାନେ ଟାର୍ଗେଟ୍ କରିବାକୁ ପ୍ରସ୍ତୁତ କରିଛନ୍ତି ଫେକ୍ ଓ୍ୱେବସାଇଟ୍ । ଏନେଇ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ସତର୍କତା ଜାରି କରିଛି । ଅନେକ ଫର୍ଜି ଓ୍ୱେବସାଇଟରେ nic.in ଜାଗାରେ .com କିମ୍ବା .in ବ୍ୟବହାର କରାଯାଏ । କିଛି ନାଁ ମଝିରେ ଅତିରିକ୍ତ ଅକ୍ଷର ଯୋଡାଯାଏ । ଅର୍ଥାତ […]